ଜେରେମି ହଣ୍ଟ୍‌ ନୂଆ ଅର୍ଥମନ୍ତ୍ରୀ

ଲଣ୍ଡନ,୧୫।୧୦: ବ୍ରିଟିଶ ପ୍ରଧାନମନ୍ତ୍ରୀ ଲିଜ୍‌ ଟ୍ରସ୍‌ ତାଙ୍କ ଅର୍ଥମନ୍ତ୍ରୀ କ୍ୱାସି କ୍ୱାର୍ଟେଙ୍ଗ୍‌ଙ୍କୁ ଶୁକ୍ରବାର ବହିଷ୍କାର କରିଛନ୍ତି। ତାଙ୍କ ସ୍ଥାନରେ ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ଜେରେମି ହଣ୍ଟଙ୍କୁ ଦେଶର ନୂଆ ଅର୍ଥମନ୍ତ୍ରୀ କରାଯାଇଛି। ପୂର୍ବତନ ଅର୍ଥମନ୍ତ୍ରୀ କ୍ୱାର୍ଟେଙ୍ଗ୍‌ଙ୍କ ଟିକସ ହ୍ରାସ ନିଷ୍ପତ୍ତିକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି ବୈଠକରେ ଯୋଗଦେବା ଲାଗି ଓ୍ବାଶିଂଟନରେ ଥିବା କ୍ୱାର୍ଟେଙ୍ଗ୍‌ଙ୍କୁ ତୁରନ୍ତ ଲଣ୍ଡନ ଡକାଯାଇଥିଲା। ମାତ୍ର ୩୭ ଦିନ ହେଲା ଅର୍ଥମନ୍ତ୍ରୀ ପଦରେ ଥିବା କ୍ୱାର୍ଟେଙ୍ଗଙ୍କୁ ବିଦା କରାଯାଇଥିବାରୁ ୧୯୭୦ ପରେ ସେ ବ୍ରିଟେନରେ ସବୁଠୁ କମ୍‌ ଦିନ ରହିଥିବା ଅର୍ଥମନ୍ତ୍ରୀ ବୋଲି କୁହାଯାଉଛି। ସେପ୍ଟେମ୍ବର ୨୩ରେ ଅର୍ଥମନ୍ତ୍ରୀ କ୍ୱାର୍ଟେଙ୍ଗ ନୂଆ ଆର୍ଥତ୍କ ନୀତି ଘୋଷଣା କରିଥିଲେ। ବ୍ରିଟିଶ ଅର୍ଥନୀତିର ଅଭିବୃଦ୍ଧିକୁ ବଢ଼ାଇବା ପାଇଁ ପ୍ରଧାନମନ୍ତ୍ରୀ ଟ୍ରସ୍‌ଙ୍କ ଟିକସ ହ୍ରାସ୍‌ ଏବଂ ଡିରେଗୁଲେଶନ ଦୂରଦୃଷ୍ଟି ସମ୍ପର୍କରେ ସେ ଅବଗତ କରାଇଥିଲେ। ତେବେ ଏହାର ପ୍ରତିକୂଳ ପ୍ରଭାବ ଶେୟାର ବଜାର ଉପରେ ପଡ଼ିଥିଲା। ପେନ୍‌ସନ ପାଣ୍ଠିର ସୁରକ୍ଷା ପାଇଁ ବ୍ୟାଙ୍କ ଅଫ୍‌ ଇଂଲଣ୍ଡକୁ ହସ୍ତକ୍ଷେପ କରିବାକୁ ପଡ଼ିଥିଲା। ନୂଆ ଆର୍ଥିକ ନୀତି ଯୋଗୁ କଞ୍ଜରଭେଟିଭ୍‌ ପାର୍ଟି ପ୍ରତି ସମର୍ଥନ ହ୍ରାସ ପାଉଥିବାରୁ ଏହାକୁ ବଦଳାଇବା ପାଇଁ ପ୍ରଧାନମନ୍ତ୍ରୀ ଓ ଅର୍ଥମନ୍ତ୍ରୀଙ୍କ ଉପରେ ଜୋର୍‌ଦାର ଚାପ ପଡ଼ୁଥିଲା। ଏପରିକି ଟ୍ରସ୍‌ଙ୍କୁ ବଦଳାଇ ଋଷି ସୁନକଙ୍କୁ ପ୍ରଧାନମନ୍ତ୍ରୀ କରିବା ଲାଗି ମଧ୍ୟ ଦଳୀୟ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri