Posted inଖେଳ

ଜେରିଙ୍କ ଚୁକ୍ତିର ନବୀକରଣ କଲା ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)-ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ର ଭୁବନେଶ୍ୱରଭିତ୍ତିକ ଦଳ ଓଡ଼ିଶା ଏଫ୍‌ସି ମିଜୋରାମ ଓ୍ବିଙ୍ଗର ଜେରି ମାଓ୍ବିମିଙ୍ଗଥଙ୍ଗାଙ୍କ ସହ ଚୁକ୍ତିର ନବୀକରଣ କରିଛି। ୨୪ ବର୍ଷୀୟ ଜେରି ଗତ ସିଜନର ୧୭ ଗେମ୍‌ରେ ୫ ଗୋଲ ହେବାରେ ସହଯୋଗ କରିଥିଲେ। କୌଣସି ଭାରତୀୟ ଖେଳାଳି ଏହି ସିଜନରେ ତାଙ୍କଠାରୁ ଅଧିକ ଗୋଲରେ ସହଯୋଗ କରି ନ ଥିଲେ। ଏହା ବ୍ୟତୀତ ସେ ୨ଟି ଗୋଲ ମଧ୍ୟ ଦେଇଥିଲେ। ଜେରି ଓଡ଼ିଶା ଏଫ୍‌ସି ପକ୍ଷରୁ ୨ ସିଜନରେ ୩୪ଟି ମ୍ୟାଚ ଖେଳି ୪ଟି ଗୋଲ ଦେଇଛନ୍ତି ଏବଂ ୧୦ ଗୋଲ ହେବାରେ ସହଯୋଗ କରିଛନ୍ତି। ଫଳରେ ୨୦୧୯-୨୦ ସିଜନ ପାଇଁ ତାଙ୍କୁ ଏଫ୍‌ପିଏଆଇ(ଫୁଟ୍‌ବଲ ପ୍ଲେୟର ଆସୋସିଏଶନ ଅଫ୍‌ ଇଣ୍ଡିଆ) ୟଙ୍ଗ ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ମିଳିଥିଲା। ଡିଏସ୍‌କେ ଶିବାଜିଆନ ଏକାଡେମୀରେ କ୍ୟାରିୟର ଆରମ୍ଭ କରିବା ପରେ ସେ ଆଇଏସ୍‌ଏଲ୍‌ କ୍ଲବ ନର୍ଥଇଷ୍ଟ ୟୁନାଇଟେଡ ଓ ଜାମସେଦପୁର ଏଫ୍‌ସି ପକ୍ଷରୁ ମଧ୍ୟ ଖେଳିଥିଲେ। ଜେରିଙ୍କ ଚୁକ୍ତି ସମୟ ସୀମା ବଢ଼ିଥିବାରୁ ଖୁସି ଜାହିର କରିଛନ୍ତି ଓଡ଼ିଶା ଏଫ୍‌ସି ସିଇଓ ରୋହନ ଶର୍ମା। ”ଜେରି କ୍ଲବ ସହ ପୁଣି ରହିବାରେ ମୁଁ ବହୁତ ଖୁସି। ଜେରି କ୍ଲବରେ ଯୋଗଦେବା ଦିନଠାରୁ ଚମତ୍କାର ପ୍ରଦର୍ଶନ କରୁଥିବା ଦେଖି ଆସୁଛି। କ୍ରମାଗତ ସମର୍ଥନ ଦେଇ ଆସିଥିବାରୁ ଜେରି ଏବଂ ତାଙ୍କ ପରିବାରକୁ ଧନ୍ୟବାଦ୍‌“ ବୋଲି ରୋହନ କହିଛନ୍ତି। କ୍ଲବ ସଭାପତି ରାଜ ଅଥଓ୍ବାଲ ମଧ୍ୟ ଖୁବ୍‌ ଆନନ୍ଦିତ ବୋଲି କହିଛନ୍ତି। ଅନ୍ୟପକ୍ଷରେ ଓଡ଼ିଶା ଏଫ୍‌ସି ପକ୍ଷରୁ ଖେଳ ଜାରି ରଖିବା ସୁଯୋଗ ପାଇଥିବାରୁ ସେ ଖୁବ୍‌ ଖୁସି ବୋଲି ଜେରି କହିଛନ୍ତି। କ୍ଲବ ସହିତ ପ୍ରତିଟି ମୁହୂର୍ତ୍ତକୁ ସେ ଉପଭୋଗ କରିଛନ୍ତି ଏବଂ ଆଗାମୀ ଦିନରେ ମଧ୍ୟ ତାହା ଜାରି ରହିବ। ତାଙ୍କପ୍ରତି ସମର୍ଥନ ଜାରି ରଖିଥିବାରୁ ସେ କ୍ଲବ ମ୍ୟାନେଜମେଣ୍ଟକୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri