Posted inଖେଳ

ଜମ୍ମୁ କଶ୍ମୀରକୁ ଗର୍ବିତ କଲେ ଜେସିଆ ଅଖତର

ନୂଆଦିଲ୍ଲୀ,୧୫।୨: ଜମ୍ମୁ କଶ୍ମୀରର ଏକାଧିକ ପୁରୁଷ କ୍ରିକେଟର ଆଇପିଏଲ ତଥା ଜାତୀୟ ଦଳ ପାଇଁ ଖେଳି ସୁନାମ ଅର୍ଜନ କରିଥିବା ବେଳେ ପ୍ରଥମ ଥର ପାଇଁ ମହିଳା କ୍ରିକେଟର ମାନଚିତ୍ରରେ ଜମ୍ମୁ କାଶ୍ମୀରକୁ ସ୍ଥାନ ଦେଇଛନ୍ତି ଜେସିଆ ଅଖତର। ସୋମବାର ଓମେନ୍ସ ପ୍ରିମିୟର ଲିଗ୍‌ର ପ୍ରଥମ ସଂସ୍କରଣ ନିଲାମିରେ ସୋପିଆଁ ଜିଲ୍ଲାର ଜେସିଆ ଅଖତରଙ୍କୁ କିଣିଥିଲା ଦିଲ୍ଲୀ କ୍ୟାପିଟାଲ୍ସ। ସୋପିଆଁର ପ୍ରଥମ ମହିଳା ଖେଳାଳି ଭାବରେ ଓମେନ୍ସ ପ୍ରିମିୟର ଲିଗ୍‌ ଖେଳିବାକୁ ମନୋନୀତ ହୋଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଉତ୍ସବର ମାହୋଲ ଖେଳି ଯାଇଥିଲା। ୩୪ ବର୍ଷୀୟା ଟପ୍‌ ଅର୍ଡର ବ୍ୟାଟର ଅଖତରଙ୍କ ବେସ୍‌ ପ୍ରାଇସ୍‌ ୨୦ ଲକ୍ଷ ଟଙ୍କା ରହିଥିବା ବେଳେ ସମାନ ମୂଲ୍ୟରେ କିଣିଥିଲା ଫ୍ରାଞ୍ଚାଇଜି। ୫ ଭାଇ ଭଉଣୀଙ୍କ ମଧ୍ୟରେ ଜେସିଆଙ୍କ ନମ୍ବର ଦୁଇ। ଛୋଟ ବେଳରୁ କ୍ରିକେଟ ପ୍ରତି ଅହେତୁକ ଦୁର୍ବଳତା ରହିଥିଲା। ଅନ୍ୟମାନେ ପାଠ ପଢୁଥିବା ବେଳେ ଜେସିଆ ଖେଳରେ ମନୋନିବେଶ କରୁଥିଲେ। ଜମ୍ମୁ କାଶ୍ମୀରରେ ଉପଯୁକ୍ତ ସୁବିଧା ଅଭାବାରୁ ସେ ରାଜସ୍ଥାନ ଦଳର ପ୍ରତିନିଧିତ୍ୱ କରନ୍ତି। ପ୍ରଶାସନ ପକ୍ଷରୁ ଉପଯୁକ୍ତ ସୁବିଧା ମିଳିଲେ ଆହୁରି ଅନେକ ପରଭେଜ ରସୁଲ, ଅବଦୁଲ ସମଦ, ଉମ୍ରାନ ମଲିକ ଓ ଜେସିଆ ଅଖତର ସୃଷ୍ଟି ହୋଇ ପାରିବେ ବୋଲି ଜେସିଆଙ୍କ କୋଚ୍‌ ମୁର୍ତ୍ତୁଜା ବଶିର୍‌ କହିଛନ୍ତି। ଜେସିଆଙ୍କ ଦକ୍ଷତା ଉପରେ କ୍ୟାପିଟାଲ୍ସ ମ୍ୟାନେଜମେଣ୍ଟ ଭରସା ଦେଖାଇବା ଉଚିତ୍‌ ବୋଲି ବଶିର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri