ଯିଶୁ କହିଥିଲେ ଉଡ଼ନ୍ତା ବିମାନର ଡୋର୍‌ ଖୋଲିବାକୁ

ଓ୍ବାଶିଂଟନ: ୩୭,୦୦୦ ଫୁଟ୍‌ ଉଚ୍ଚରେ ଉଡ଼ାଣ କରୁଥିବା ଏକ ବିମାନର ଜଣେ ମହିଳା ଯାତ୍ରୀଙ୍କ କାରନାମା ଏବେ ଚର୍ଚ୍ଚାରେ। ଶନିବାର ଆମେରିକାର ହ୍ୟୁଷ୍ଟନରୁ କଲମ୍ବସ ଅଭିମୁଖେ ଯାତ୍ରା କରୁଥିବା ଏକ ବିମାନର ସାଇଡ୍‌ ଡୋର୍‌କୁ ୩୪ ବର୍ଷୀୟା ଏଲୋମ୍‌ ଅଗବେଗନିନୋଉ ଖୋଲୁଥିଲେ। ଡୋର୍‌ରେ ବାରମ୍ବାର ନିଜ ମୁଣ୍ଡ ବାଡ଼େଇ ସେ ବାହାରକୁ ଯିବା ପାଇଁ ଉଦ୍ୟମ କରିଥିଲେ। ଏଲୋମ୍‌ଙ୍କୁ ଜଣେ ଯାତ୍ରୀ ଅଟକାଇବାରୁ ସେ ତାଙ୍କୁ କାମୁଡ଼ିଦେଇଥିଲେ। ଏହାକୁ ନେଇ ଅନ୍ୟ ଯାତ୍ରୀମାନେ ଆତଙ୍କିତ ହୋଇପଡ଼ିଥିଲେ। ଫଳରେ ପାଇଲଟ୍‌ ବାଧ୍ୟହୋଇ ବିଲ୍‌ ଆଣ୍ଡ ହିଲାରି କ୍ଲିଣ୍ଟନ ନ୍ୟାଶନାଲ ଏୟାରପୋର୍ଟରେ ବିମାନର ଜରୁରୀ ଅବତରଣ କରାଇଥିଲେ। ଏଥିପାଇଁ ମହିଳାଙ୍କୁ ଗିରଫ କରାଯାଇଥିଲା। ଆମେରିକାର ଆର୍କାନ୍‌ସାସ୍‌ ଇଷ୍ଟର୍ନ ଡିଷ୍ଟ୍ରିକ୍ଟ କୋର୍ଟରେ ହାଜର ବେଳେ ଉଡ଼ନ୍ତା ବିମାନରେ ଏପରି କାହିଁକି କରୁଥିଲେ ବୋଲି ବିଚାରପତି ତାଙ୍କୁ ପ୍ରଶ୍ନ କରିଥିଲେ। ଏଲୋମ୍‌ କହିଥିଲେ, ବହୁ ଦିନ ଧରି ସେ ବିମାନ ଯାତ୍ରା କରି ନ ଥିଲେ। ଯିଶୁଖ୍ରୀଷ୍ଟ ତାଙ୍କୁ ଓହିଓ ଯିବାଥ ପାଇଁ କହିଥିଲେ। ଯିଶୁ ହିଁ ଯାତ୍ରା ମଝିରେ ପ୍ଲେନ୍‌ର ଡୋର୍‌ ଖୋଲିବାକୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ଇରାନ ଯୁଦ୍ଧରେ ଫସିଗଲେ ଟ୍ରମ୍ପ, ହରାଇବେ ପଦ! ଇସ୍ତଫା ଦାବି କଲେ…

ଓ୍ବାଶିଂଟନ୍‌,୮।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ ୨୮ ତାରିଖରେ ଯେତେବେଳେ ଇସ୍ରାଏଲ ସହ ମିଶି ଇରାନ ବିରୁଦ୍ଧରେ ଆକ୍ରମଣ ଆରମ୍ଭ କରିଥିଲେ, ସେତବେଳେ ସେ ଭେନେଜୁଏଲାରେ…

ଯୁଦ୍ଧ ବନ୍ଦ କରିବା ପରେ ପାକିସ୍ତାନର ପ୍ରଧାନମନ୍ତ୍ରୀଙ୍କ ବିସ୍ଫୋରକ ବୟାନ: ମୁଁ ଘୋଷଣା କରୁଛି ଯେ, ଆଗାମୀ ଦିନରେ…

ଇସଲାମାବାଦ,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଶେଷରେ ଆମେରିକା ଏବଂ ଇରାନ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା…

ଇରାନ-ଆମେରିକା ଯୁଦ୍ଧବିରତିରେ ଏହି ଦେଶର ବଲ୍ଲେବଲ୍ଲେ, ଆଦାୟ କରିବ ହର୍ମୁଜ ଉପରେ ଶୁଳ୍କ

ଓ୍ବାଶିଂଟନ୍‌,୮।୪: ପଶ୍ଚିମ ଏସିଆରେ ପାଞ୍ଚ ସପ୍ତାହରୁ ଅଧିକ ସମୟ ଧରି ଲାଗି ରହିଥିବା ଯୁଦ୍ଧର ନିଆଁ ଶେଷରେ ଥଣ୍ଡା ପଡ଼ିଛି। ଆମେରିକା ଏବଂ ଇରାନ ଦୁଇ ସପ୍ତାହ…

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri