ଅର୍ଥ ହେରଫେର ମାମଲା: ଜେଟ୍ ଏୟାରୱେଜ, ନରେଶ ଗୋଏଲଙ୍କ ୫୩୮ କୋଟିର ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୧/୧୧: ଜେଟ୍ ଏୟାରୱେଜ(ଇଣ୍ଡିଆ) ଲିମିଟେଡ଼ ସହିତ ଜଡିତ ଏକ କଥିତ ଅର୍ଥ ହେଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ୫୦୦ କୋଟି ଟଙ୍କାରୁ ଅଧିକ ସମ୍ପତ୍ତି ଜବତ କରିଛି। ଏହି ସମ୍ପତ୍ତି ସବୁ ଲଣ୍ଡନ, ଦୁବାଇ ଏବଂ ଭାରତର ବିଭିନ୍ନ ରାଜ୍ୟରେ ଜେଟ୍ ଏୟାରୱେଜ୍ ସମ୍ପାଦକ ନରେଶ ଗୋଏଲ, ସ୍ତ୍ରୀ ଅନିତା ଗୋଏଲ ଏବଂ ପୁଅ ନିବାନ ଗୋଏଲ ସହିତ କମ୍ପାନୀର ଅନ୍ୟ ଲୋକମାନଙ୍କ ପାଖରେ ରେଜିଷ୍ଟର ହୋଇଥିବା ୧୭ ପ୍ଲଟ, ବଙ୍ଗଳା ଏବଂ କାମାର୍ସିଆଲ କୋଠା ସବୁ ରହିଛି।

କେନ୍ଦ୍ରୀୟ ତଦନ୍ତକାରୀ ଏଜେନ୍ସି ପ୍ରୋବିସନ ଅଫ ମନି ଲଣ୍ଡ୍ରିଂ ଆଇନ(ପିଏମଏଲଏ), ୨୦୦୨ ଅନୁଯାୟୀ ପ୍ରାୟ ୫୩୮ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ନରେଶ ଗୋୟଲଙ୍କ ବ୍ୟତୀତ ଜେଟ୍ ଏୟାର ପ୍ରାଇଭେଟ ଲିମିଟେଡ ଏବଂ ଜେଟ ଏଣ୍ଟରପ୍ରାଇଜେସ ପ୍ରାଇଭେଟ ଲିମିଟେଡ ନାମରେ କିଛି ସମ୍ପତ୍ତି ପଞ୍ଜିକୃତ ହୋଇଛି।

କାନାରା ବ୍ୟାଙ୍କ ଦ୍ୱାରା ଦାଖଲ ହୋଇଥିବା ଠକେଇ ମାମଲାରେ ମଙ୍ଗଳବାର ଇଡି ନରେଶ ଗୋୟଲ ଏବଂ ଅନ୍ୟ ପାଞ୍ଚ ଜଣଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଥିଲେ। ବ୍ୟାଙ୍କ ଏଫଆଇଆରରେ ଅଭିଯୋଗ କରିଛି ଯେ ଏହା ଜେଟ ଏୟାରୱେଜକୁ ୮୪୮ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ଦେଇଥିଲା। ଏଥିମଧ୍ୟରୁ ୫୩୮ କୋଟି ଟଙ୍କା ବକେୟା ରହିଛି। ସେପ୍ଟେମ୍ବର ୧ ତାରିଖରେ ପିଏମଏଲଏ ଅଧୀନରେ ନରେଶ ଗୋୟଲଙ୍କୁ ଗିରଫ କରାଯାଇଥିଲା। ତାଙ୍କୁ ମୁମ୍ବାଇର ଆର୍ଥର ରୋଡ ଜେଲରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

ଇବୋଲା ବିପଦକୁ ଦେଖି ସ୍ଥଗିତ ରହିଲା ଭାରତ-ଆଫ୍ରିକା ସମ୍ମିଳନୀ, ଦିଲ୍ଲୀରେ ଥିଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୧।୫: ଆଫ୍ରିକାର କିଛି ଅଂଶରେ ଇବୋଲା ଭାଇରସର ବୃଦ୍ଧି ପାଉଥିବା ପ୍ରକୋପକୁ ଦୃଷ୍ଟିରେ ରଖି, ଭାରତ ଏବଂ ଆଫ୍ରିକୀୟ ସଂଘ ମଧ୍ୟରେ ସ୍ଥିର ହୋଇଥିବା ଶିଖର ସମ୍ମିଳନୀକୁ…

ଅବତରଣବେଳେ ରନ୍‌ଓ୍ବେରେ ପିଟିହେଲା ବିମାନ

ଦିଲ୍ଲୀ,୨୧ା୫: ଦିଲ୍ଲୀରୁ ବେଙ୍ଗାଲୁରୁ ଯାଉଥିବା ଏୟାରଇଣ୍ଡିଆର ଏକ ବିମାନ ଅବତରଣ ସମୟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ବେଙ୍ଗାଲୁରୁ ବିମାନବନ୍ଦରରେ ଅବତରଣ କରିବା ସମୟରେ ବିମାନ AI ୨୬୫୧ର…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ମହଙ୍ଗା ଭତ୍ତା ୬୦% କୁ ବୃଦ୍ଧି

ଲକ୍ଷ୍ନୌ,୨୧ା୫: ଉତ୍ତରପ୍ରଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଖୁସି ଖବର । ବର୍ଦ୍ଧିତ ମୁଦ୍ରାସ୍ଫୀତି ମଧ୍ୟରେ, ଯୋଗୀ ସରକାର ରାଜ୍ୟ କର୍ମଚାରୀମାନଙ୍କୁ ଏକ…

ଅଭିଷେକଙ୍କୁ ବଡ଼ ଆଶ୍ୱସ୍ତି, ହେଲେ କରିପାରିବେନି ବିଦେଶ ଯାତ୍ରା

କୋଲକାତା,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ମାମଲାରେ ତୃଣମୂଳ କଂଗ୍ରେସ ନେତା ଏବଂ ଏମପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି।…

ଭାରତର ଆଉ ଜଣେ ଶତ୍ରୁ ନିପାତ, ପୁଲୱାମା ଆକ୍ରମଣର ଥିଲେ ମାଷ୍ଟରମାଇଣ୍ଡ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ୧୪ ଫେବୃଆରୀ, ୨୦୧୯ରେ ପୁଲୱାମା ଆତଙ୍କବାଦୀ ଆକ୍ରମଣ ସହିତ ଜଡିତ ବୋଲି ବିଶ୍ୱାସ କରାଯାଉଥିବା ଆତଙ୍କବାଦୀ ହମଜା ବୁରହାନଙ୍କୁ ପାକ ଅଧିକୃତ କଶ୍ମୀରରେ ଗୁଳି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri