ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ଜେଠୱା

କଟକ ଅଫିସ, ୨୬।୬: ଭିଜିଲାନ୍ସ ନିର୍ଦ୍ଦେଶକଭାବେ ବରିଷ୍ଠ ଆଇପିଏସ୍‌ ଅଫିସର ଯଶୱନ୍ତ ଜେଠୱା ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ ବିଭାଗର ପୂର୍ବତନ ନିର୍ଦ୍ଦେଶକ ସ୍ବର୍ଗତ ଦେବାଶିଷ ପାଣିଗ୍ରାହୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ସହିତ ନିର୍ଦ୍ଦେଶାଳୟର ବିଭିନ୍ନ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ।
ଗତ ୧୮ ତାରିଖରେ ଦେବାଶିଷଙ୍କ ଦେହାନ୍ତ ପରେ ଏହି ପଦବୀ ଖାଲି ପଡିଥିଲା। ଗୁରୁବାର ରାଜ୍ୟ ସରକାର ୧୯୯୪ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଜେଠୱାଙ୍କୁ ନିଯୁକ୍ତି ଦେଇଛନ୍ତି। ଯଶୱନ୍ତ ପୂର୍ବରୁ ଅତିରିକ୍ତ ଡିଜି (ଆଇନ ଶୃଙ୍ଖଳା) ସହ ଅତିରିକ୍ତ ଭାବେ କ୍ରାଇମବ୍ରାଞ୍ଚ ଏଡିଜି ଦାୟିତ୍ୱ ସମ୍ଭାଳିଥିଲେ। ଏହି ସମୟରେ ସେ ବାହାର ରାଜ୍ୟକୁ ଅମ୍ଳଜାନ ଯୋଗାଣର ଗୁରୁଦାୟିତ୍ୱ ସୁଚାରୁରୂପେ ତୁଲାଇଥିଲେ। ସେହିପରି କଟକରେ ନକଲି କରୋନା ଔଷଧ ବିକ୍ରି ମାମଲାରେ ଔଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ ଶିବପ୍ରସନ୍ନ ଜେନା, ନିର୍ଦ୍ଦେଶିକା ଶୁଭଲକ୍ଷ୍ମୀ ଜେନା ଓ ୨ ସହଯୋଗୀଙ୍କୁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଗିରଫ କରିଥିଲା। ଏଥିରେ ଯଶଓ୍ବନ୍ତଙ୍କ ଭୂମିକା ରହିଥିଲା। ଏଥିସହ ସେ ଦକ୍ଷିଣ-ପଶ୍ଚିମାଞ୍ଚଳ ରେଞ୍ଜ ଆଇଜି ଥିବାବେଳେ ବହୁ ମାଓବାଦୀଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଇ ପାରିଥିଲେ। ସେହିପରି ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତିଙ୍କ ପରି ଭିଭିଆଇପିଙ୍କ ପାଇଁ ନିୟୋଜିତ ସ୍ପେଶାଲ ପ୍ରୋଟେକ୍ସନ ଗ୍ରୁପ୍‌(ଏସ୍‌ପିଜି)ର ଆଇଜି ଭାବେ ସୁଚାରୁରୂପେ ଦାୟିତ୍ୱ ନିର୍ବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri