ବରିଷ୍ଠ ନାଗରିକଙ୍କ ଘରୁ ସୁନାଗହଣା, ଟଙ୍କା ଚୋରି

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ): ବଡ଼ବଜାର ଥାନା ଅଧୀନ ହର୍ଷ ବିହାରରେ ରହୁଥିବା ଜଣେ ବରିଷ୍ଠ ନାଗରିକଙ୍କ ଘରୁ ଏକ ଲୁଟେରା ଗ୍ୟାଙ୍ଗ କଳାକନା ବୁଲାଇଛନ୍ତି। ଏନେଇ ଘର ମାଲିକ ଭରତ ସାହୁ(୬୩) ବଡ଼ବଜାର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା(ନଂ.୩୮୯/୨୩) ରୁଜୁ କରି ଅଞ୍ଚଳରେ ଲାଗିଥିବା ସିସି ଟିଭି ଫୁଟେଜ ସଂଗ୍ରହ କରି ତଦନ୍ତ ଚଳାଇଛି। ଅନ୍ୟପକ୍ଷେ ପୋଲିସ ନିକଟରେ ଜେଲରୁ ଜାମିନରେ ଆସିଥିବା କେତେକ ପେଷାଦାର ଲୁଟେରାଙ୍କ ଉପରେ ନଜର ରଖିଛି।

ମିଳିଥିବା ସୂଚନା ମୁତାବକ, ଗତ ସେପ୍ଟମ୍ବର ୨୭ ତାରିଖରେ ଭରତ ତାଙ୍କ ପରିବାର ସହ କୌଣସି କାମରେ ଦିଲ୍ଲୀ ଯାଇଥିଲେ। ଯିବା ପୂର୍ବରୁ ସେ ଘରେ ତାଲା ପକାଇବା ସହ ଗ୍ରୀଲରେ ମଧ୍ୟ ତାଲା ଦେଇଥିଲେ। ସେ ଗତ ୧୧ ତାରିଖ ରାତିରେ ଘରକୁ ଫେରିଥିଲେ। ସେତିକିବେଳେ ଘର ଗ୍ରୀଲ ତାଲା ଭଙ୍ଗା ଯାଇଥିବା ବେଳେ ଘରର ମୁଖ୍ୟ କବାଟ ମଧ୍ୟ ଖୋଲା ଥିବା ଦେଖିବାକୁ ପାଇଥିଲେ। ଭାରତ ଏବଂ ତାଙ୍କ ପରିବାର ଲୋକ ଭିତରକୁ ଯାଇ ଦେଖିବା ବେଳେ ଅଲମାରୀ ଖୋଲା ରହିଥିଲା। ଏପରିକି ଘର ଭିତରେ ବିଭିନ୍ନ ଜିନିଷ ବିଛେଇ ହୋଇ ପଡ଼ିଥିଲା। ଏପରିକି ଆଲମାରୀରେ ଥିବା ଦୁଇଟି ସୁନା ମୁଦି, ଦୁଇ ହଳ ସୁନା କାନଫୁଲ, କିଛି ରୁପା ସାମଗ୍ରୀ ସହ ନଗଦ ୩୦ ହଜାର ଟଙ୍କା ନ ଥିଲା। ଏନେଇ ସେ ବଡବଜାର ଥାନା ପୋଲିସକୁ ଖବର କରିଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସାଇଣ୍ଟିଫିକ ସହାୟତାରେ ଛାନ୍‌ଭିନ୍‌ ଚଳାଇଛି। ସହରରେ ଏବେ ଦିନକୁ ଦିନ ଚୋରି ବଢ଼ିବା ପୋଲିସ ପାଇଁ ଏକ ଚ୍ୟାଲେଞ୍ଜ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ବଲାଙ୍ଗୀରରେ ଗୋ ସମ୍ମାନ ଆହ୍ୱାନ ଅଭିଯାନ, ୫ ଲକ୍ଷ ୨ ହଜାର ସ୍ୱାକ୍ଷର ସମ୍ବଳିତ ପ୍ରାର୍ଥନାପତ୍ର…

ବଲାଙ୍ଗୀର,୨୭।୭(ସୁନିଲ କୁମାର ମହାନ୍ତି): ଗୋମାତାଙ୍କ ସେବା, ସୁରକ୍ଷା ଓ ସମ୍ମାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ଚାଲିଥିବା ଗୋ ସମ୍ମାନ ଆହ୍ୱାନ ଅଭିଯାନର ପ୍ରଭାବ ବଲାଙ୍ଗୀରରେ…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri