ମା’ଙ୍କ ପ୍ରତିମୂର୍ତ୍ତିରୁ ଲୁଟିନେଲେ ଲକ୍ଷାଧିକ ଟଙ୍କା ମୂଲ୍ୟର ଅଳଙ୍କାର, ସକାଳୁ ଆସି ପୂଜାରୀ ଦେଖିଲେ…

ଦିଗପହଣ୍ଡି,୨୮।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର କୁକୁଡ଼ାଖଣ୍ଡି ବ୍ଲକ ଅଧୀନ ମା ’ ମହୁରୀ କାଳୁଆଙ୍କ ମନ୍ଦିର ଗର୍ଭଗୃହରୁ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ମୂଲ୍ୟର ରୁପା କିରଟି, ଫୁଲକଣା, ନୋଥ, ୨ଟି ସୁନା ପିସ୍ତୁଳି ଓ କିଛି ପୂଜା ସାମଗ୍ରୀ ଲୁଟି ନେଇଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ମନ୍ଦିରର ପୂଜକ ଦେବେନ୍ଦ୍ର ଡାକୁଆ ରାତ୍ରୀକାଳୀନ ସେବା ପୂଜା ପହଡ଼ ନିତିକାନ୍ତି ସାରି ରାତି ପ୍ରାୟ ୧୨ଟାରେ ମନ୍ଦିର କବାଟ ବନ୍ଦ କରି ଘରକୁ ଯାଇଥିଲେ। ବୁଧବାର ଭୋର ସମୟରେ ସେ ସକାଳ ପୂଜା ପାଇଁ ମନ୍ଦିରକୁ ଯାଇଥିବାବେଳେ ମା’ଙ୍କ ପ୍ରତିମୂର୍ତ୍ତିରୁ ସମସ୍ତ ଅଳଙ୍କାର ଓ କିଛି ପୂଜା ସାମଗ୍ରୀ ଚୋରି ହୋଇଥିବା ଜାଣିବାକୁ ପାଇଥିଲେ। ସେ ଏନେଇ ମନ୍ଦିର ପରିଚାଳନା କମିଟି ସମ୍ପାଦକ ନିରଞ୍ଜନ ମହାନ୍ତି, ଅନନ୍ତେଇ ପଞ୍ଚାୟତ ସରପଞ୍ଚ ପ୍ରତିନିଧି କାମେଶ୍ୱର ବିଶାଳ ଏବଂ ଅନ୍ୟ କାର୍ଯ୍ୟକର୍ତ୍ତାମାନଙ୍କୁ ଫୋନ କରି ଘଟଣା ଜଣାଇଥିଲେ। ଏନେଇ ଦିଗପହଣ୍ଡି ଥାନାକୁ ଖବର ଦିଆଯିବା ପରେ ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରି ଫେରିଛନ୍ତି। ସାଇଣ୍ଟିଫିକ ଟିମ ଦ୍ୱାରା ତଦନ୍ତ କରାଯାଇଛି ବୋଲି ସେ କହିଛନ୍ତି। ମନ୍ଦିର ଭଙ୍ଗାଯାଇ ପୁନଃନିର୍ମାଣ କାର୍ଯ୍ୟ ଚାଲୁ ରହିଛି। କିଛି ଦୁର୍ବୃତ୍ତ ପାଚେରୀ ଡେଇଁ ମନ୍ଦିର ଗର୍ଭଗୃହରେ ପଶି ଏହି ଚୋରି କରିଥିବା ଜଣାପଡିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

ବଡ଼ ଦୁର୍ଘଟଣା: ଏକ ଲାଇଭ କାର୍ଯ୍ୟକ୍ରମର ଖବର ସଂଗ୍ରହ ସମୟରେ ଗଣମାଧ୍ୟମର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ୩ ମୃତ ଦେଖନ୍ତୁ ଭିଡ଼ିଓ

ଲସ ଆଞ୍ଜେଲସ,୧୬।୯: ଯୁକ୍ତରାଷ୍ଟ୍ର ଆମେରିକାରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। କାଲିଫର୍ନିଆର ଲସ ଆଞ୍ଜେଲସରେ ଏକ ମିଡିଆ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଚାଟ୍ସୱର୍ଥ (Chatsworth) ଅଞ୍ଚଳରେ…

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

LPG e-KYCର ସମୟସୀମା ଶେଷ: ଆଜିଠୁ ଏମାନଙ୍କର କଟିଯିବ ଗ୍ୟାସ କନେକ୍ସନ! ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: LPG ଗ୍ୟାସ ଉପଭୋକ୍ତାଙ୍କ ପାଇଁ ଜରୁରୀ ଖବର। ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ସର୍ଭର ସମସ୍ୟା ଯୋଗୁ ପ୍ରଥମେ…

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?