୯ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର ଲୁଟ୍‌

ଭୁବନ, ୨୫।୩(ଡି.ଏନ୍‌.ଏ.): କିଛିଦିନର ନୀରବତା ପରେ ଢେଙ୍କାନାଳ ଜିଲା ଭୁବନ ଥାନା ଅଞ୍ଚଳରେ ପୁଣିଥରେ ଲୁଟେରାଙ୍କ ଦୌରାତ୍ମ୍ୟ ଦେଖାଦେଇଛି। ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରେ କଳାକନା ବୁଲାଇଛନ୍ତି। ପ୍ରାୟ ୯ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଏବଂ ନଗଦ ୧ ଲକ୍ଷ ୪୦ ହଜାର ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ର ଶିକାର ହୋଇଛନ୍ତି ୫୩ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ରହୁଥିବା କାଳିନ୍ଦୀ ଚନ୍ଦ୍ର ସାହୁ। ଏ ନେଇ ଶୁକ୍ରବାର ଥାନାରେ ଅଭିଯୋଗ ହେବା ପରେ ପୋଲିସ ତନାଘନା ଆରମ୍ଭ କରିଛି।
କାଳିନ୍ଦୀ ଅଭିଯୋଗ କରିଛନ୍ତି, ଗୁରୁବାର ସେ କୌଣସି କାର୍ଯ୍ୟରେ ବାହାରେ ଥିଲେ। ଘରେ ଅନ୍ୟ ପରିବାର ସଦସ୍ୟ ଥିଲେ। ରାତିରେ ସମସ୍ତେ ଖାଇପିଇ ଶୋଇପଡ଼ିବା ପରେ କେତେଜଣ ଦୁର୍ବୃତ୍ତ ଝରକା ଭାଙ୍ଗି ଘରେ ପଶିଥିଲେ। ଆଲମିରାରେ ଥିବା ୧୧ ଭରି ସୁନା, ୧୬ ଭରି ରୁପା ଅଳଙ୍କାର ସହିତ ନଗଦ ୧ ଲକ୍ଷ ୪୦ ହଜାର ଟଙ୍କା ଲୁଟି ନେଇ ଚମ୍ପଟ୍‌ ମାରିଥିଲେ। ସୂଚନା ପାଇ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।
ଭୁବନ ଥାନା ଅଞ୍ଚଳରେ ଆପରାଧିକ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ବିଶେଷ କରି ଜାତୀୟ ରାଜପଥରେ ପଥଚାରୀ ଏବଂ ତଲାବନ୍ଦ ଘରକୁ ଦୁର୍ବୃତ୍ତମାନେ ଟାର୍ଗେଟ କରୁଛନ୍ତି। ହେଲେ ଅଭିଯୁକ୍ତଙ୍କ ନିକଟରେ ପୋଲିସ ପହଞ୍ଚତ୍ ପାରୁନାହିଁ। ପାଟ୍ରୋଲିଂ କଡ଼ାକଡ଼ି ହେଉ ନ ଥିବାରୁ ଅପରାଧୀମାନେ ସେମାନଙ୍କ ଯୋଜନାରେ ସଫଳ ହେଉଛନ୍ତି। ଅପରାଧ ଘଟାଇ ସେମାନେ ଖୁବ୍‌ କମ୍‌ ସମୟରେ ପଡ଼ୋଶୀ ଜିଲାକୁ ଖସି ପଳାଉଛନ୍ତି। ଯାନବାହନ ଯାଞ୍ଚ ଏବଂ ପୋଲିସ ପଇଁତରା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ସାଧାରଣରେ ଦାବି ହେଉଛି। ଅନ୍ୟପଟେ ଏ ସଂକ୍ରାନ୍ତରେ ଥାନାଧିକାରୀ ସୌଭାଗ୍ୟ କୁମାର ସ୍ବାଇଁଙ୍କ ଦୃଷ୍ଟି ଆକର୍ଷଣ କରିବାରେ ସେ କୁହନ୍ତି, ପୋଲିସ ନିକଟରେ ପାଟ୍ରୋଲିଂ କରିବାକୁ ଆବଶ୍ୟକ ସଂଖ୍ୟକ ଗାଡ଼ି ନାହିଁ। ଥାନାରେ କର୍ମଚାରୀଙ୍କ ଅଭାବ ରହିଛି। ତଥାପି ବିଭିନ୍ନ ଦିଗକୁ ନେଇ ଅଭିଯୁକ୍ତଙ୍କୁ ଧରିବାକୁ ଉଦ୍ୟମ କରାଯାଉଛି ବୋଲି ଥାନାଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri