୯ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର ଲୁଟ୍‌

ଭୁବନ, ୨୫।୩(ଡି.ଏନ୍‌.ଏ.): କିଛିଦିନର ନୀରବତା ପରେ ଢେଙ୍କାନାଳ ଜିଲା ଭୁବନ ଥାନା ଅଞ୍ଚଳରେ ପୁଣିଥରେ ଲୁଟେରାଙ୍କ ଦୌରାତ୍ମ୍ୟ ଦେଖାଦେଇଛି। ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରେ କଳାକନା ବୁଲାଇଛନ୍ତି। ପ୍ରାୟ ୯ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଏବଂ ନଗଦ ୧ ଲକ୍ଷ ୪୦ ହଜାର ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ର ଶିକାର ହୋଇଛନ୍ତି ୫୩ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ରହୁଥିବା କାଳିନ୍ଦୀ ଚନ୍ଦ୍ର ସାହୁ। ଏ ନେଇ ଶୁକ୍ରବାର ଥାନାରେ ଅଭିଯୋଗ ହେବା ପରେ ପୋଲିସ ତନାଘନା ଆରମ୍ଭ କରିଛି।
କାଳିନ୍ଦୀ ଅଭିଯୋଗ କରିଛନ୍ତି, ଗୁରୁବାର ସେ କୌଣସି କାର୍ଯ୍ୟରେ ବାହାରେ ଥିଲେ। ଘରେ ଅନ୍ୟ ପରିବାର ସଦସ୍ୟ ଥିଲେ। ରାତିରେ ସମସ୍ତେ ଖାଇପିଇ ଶୋଇପଡ଼ିବା ପରେ କେତେଜଣ ଦୁର୍ବୃତ୍ତ ଝରକା ଭାଙ୍ଗି ଘରେ ପଶିଥିଲେ। ଆଲମିରାରେ ଥିବା ୧୧ ଭରି ସୁନା, ୧୬ ଭରି ରୁପା ଅଳଙ୍କାର ସହିତ ନଗଦ ୧ ଲକ୍ଷ ୪୦ ହଜାର ଟଙ୍କା ଲୁଟି ନେଇ ଚମ୍ପଟ୍‌ ମାରିଥିଲେ। ସୂଚନା ପାଇ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।
ଭୁବନ ଥାନା ଅଞ୍ଚଳରେ ଆପରାଧିକ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ବିଶେଷ କରି ଜାତୀୟ ରାଜପଥରେ ପଥଚାରୀ ଏବଂ ତଲାବନ୍ଦ ଘରକୁ ଦୁର୍ବୃତ୍ତମାନେ ଟାର୍ଗେଟ କରୁଛନ୍ତି। ହେଲେ ଅଭିଯୁକ୍ତଙ୍କ ନିକଟରେ ପୋଲିସ ପହଞ୍ଚତ୍ ପାରୁନାହିଁ। ପାଟ୍ରୋଲିଂ କଡ଼ାକଡ଼ି ହେଉ ନ ଥିବାରୁ ଅପରାଧୀମାନେ ସେମାନଙ୍କ ଯୋଜନାରେ ସଫଳ ହେଉଛନ୍ତି। ଅପରାଧ ଘଟାଇ ସେମାନେ ଖୁବ୍‌ କମ୍‌ ସମୟରେ ପଡ଼ୋଶୀ ଜିଲାକୁ ଖସି ପଳାଉଛନ୍ତି। ଯାନବାହନ ଯାଞ୍ଚ ଏବଂ ପୋଲିସ ପଇଁତରା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ସାଧାରଣରେ ଦାବି ହେଉଛି। ଅନ୍ୟପଟେ ଏ ସଂକ୍ରାନ୍ତରେ ଥାନାଧିକାରୀ ସୌଭାଗ୍ୟ କୁମାର ସ୍ବାଇଁଙ୍କ ଦୃଷ୍ଟି ଆକର୍ଷଣ କରିବାରେ ସେ କୁହନ୍ତି, ପୋଲିସ ନିକଟରେ ପାଟ୍ରୋଲିଂ କରିବାକୁ ଆବଶ୍ୟକ ସଂଖ୍ୟକ ଗାଡ଼ି ନାହିଁ। ଥାନାରେ କର୍ମଚାରୀଙ୍କ ଅଭାବ ରହିଛି। ତଥାପି ବିଭିନ୍ନ ଦିଗକୁ ନେଇ ଅଭିଯୁକ୍ତଙ୍କୁ ଧରିବାକୁ ଉଦ୍ୟମ କରାଯାଉଛି ବୋଲି ଥାନାଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri