ଦୁଇଟି ଘରୁ ଲୁଟି ନେଲେ ୧୦ ଲକ୍ଷ ଟଙ୍କାର ଗହଣା

ସୋର, ୨୭ା୧୨(ଡି.ଏନ୍‌.ଏ.): ରବିବାର ରାତିରେ ସୋର ପୌରପାଳିକା ଅଧୀନ କମରପୁର ମୌଜାରରେ ଥିବା ଅନ୍ନପୂର୍ଣ୍ଣା ରାଇସ୍‌ ମିଲ୍‌ ନିକଟସ୍ଥ ବଢ଼େଇ ସାହିରେ ଥିବା ଦୁଇଟି ଘରୁ ୧୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସୁନାରୁପା ଅଳଙ୍କାର ଚୋରି ହୋଇଥିବା ଅଭିଯୋଗ ହୋଇଛି। ରାଇସ୍‌ ମିଲ୍‌ ପରିସରରେ ସ୍ବର୍ଗତ ଗୋପବନ୍ଧୁ ନାୟକଙ୍କ ପୁଅ ଜୟଦେବ ସପରିବାରେ ତଳ ମହଲାରେ ରହୁଥିବା ବେଳେ ଉପର ମହଲାରେ ତାଙ୍କ କକା ଡମ୍ବରୁଧର ନାୟକ ରହୁଥିଲେ। ଗତ ୭ ଦିନ ତଳେ ଜୟଦେବଙ୍କ ପରିବାର କୌଣସି କାମରେ ଭୁବନେଶ୍ୱରରେ ରହୁଥିବା ସୁଯୋଗ ନେଇ ଘର ସମ୍ମୁଖ ଦ୍ୱାର ଭାଙ୍ଗି ଡକାୟତ ଘରେ ପଶି ଲୁହା ଆଲମିରା ଓ ଅନ୍ୟାନ୍ୟ ସୁଟ୍‌କେଶ୍‌ ଚାବି ଭାଙ୍ଗି ନଗଦ ଟଙ୍କା ଓ ଅଳଙ୍କାର ଲୁଟି ନେଇଛନ୍ତି। ସକାଳେ ତଳ ଘର ଆଗ ଦୁଆର ଭଙ୍ଗାଯାଇଥିବା ଦେଖି ଡମ୍ବରୁଧର ନାୟକ ପୋଲିସକୁ ଜଣାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଖବର ଲେଖା ହେବା ପର୍ଯ୍ୟନ୍ତ ଜୟଦେବଙ୍କ ପରିବାର ସୋରରେ ପହଞ୍ଚି ନ ଥିବାରୁ ଚୋରି ଗହଣାର ମୂଲ୍ୟ ଠିକ୍‌ ଭାବେ ଆକଳନ କରାଯାଇପାରିନି। ସେହିପରି ଏହି ମିଲ୍‌ ପରିସର ସଂଲଗ୍ନ ବଢ଼େଇ ସାହିରେ ଭଡାରେ ରହୁଥିବା ଅଭିମନ୍ୟୁ ବେହେରାଙ୍କ ପରିବାର ରବିବାର ରାତିରେ ସରଶଂଖସ୍ଥିତ ଶ୍ୱଶୁର ଘରକୁ ବୁଲି ଯାଇଥିବା ବେଳେ ତାଙ୍କ ଘର ଆଗ ଗ୍ରୀଲ୍‌ କାଟି ୬ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସୁନା ରୁପା ଅଳଙ୍କାର ଲୁଟି ନେଇଛନ୍ତି ଦୁର୍ବୃତ୍ତ। ସୋମବାର ମଧ୍ୟାହ୍ନରେ ବାଲେଶ୍ୱରରୁ ସାଇଣ୍ଟିଫିକ୍‌ ଟିମ୍‌ ସହ ସନ୍ଧାନୀ କୁକୁର ନେଇ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରିଛି। ଏହି ଷ୍ଟେଶନ ନିକଟ ଅଞ୍ଚଳରେ ଲଗାତର ଚୋରି ହେଉଥିବା ବେଳେ ପୋଲିସ ଅଦ୍ୟାବଧି କିଛି ଟେର ପାଉନି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri