ଦୁଇଟି ଘରୁ ଲୁଟି ନେଲେ ୧୦ ଲକ୍ଷ ଟଙ୍କାର ଗହଣା

ସୋର, ୨୭ା୧୨(ଡି.ଏନ୍‌.ଏ.): ରବିବାର ରାତିରେ ସୋର ପୌରପାଳିକା ଅଧୀନ କମରପୁର ମୌଜାରରେ ଥିବା ଅନ୍ନପୂର୍ଣ୍ଣା ରାଇସ୍‌ ମିଲ୍‌ ନିକଟସ୍ଥ ବଢ଼େଇ ସାହିରେ ଥିବା ଦୁଇଟି ଘରୁ ୧୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସୁନାରୁପା ଅଳଙ୍କାର ଚୋରି ହୋଇଥିବା ଅଭିଯୋଗ ହୋଇଛି। ରାଇସ୍‌ ମିଲ୍‌ ପରିସରରେ ସ୍ବର୍ଗତ ଗୋପବନ୍ଧୁ ନାୟକଙ୍କ ପୁଅ ଜୟଦେବ ସପରିବାରେ ତଳ ମହଲାରେ ରହୁଥିବା ବେଳେ ଉପର ମହଲାରେ ତାଙ୍କ କକା ଡମ୍ବରୁଧର ନାୟକ ରହୁଥିଲେ। ଗତ ୭ ଦିନ ତଳେ ଜୟଦେବଙ୍କ ପରିବାର କୌଣସି କାମରେ ଭୁବନେଶ୍ୱରରେ ରହୁଥିବା ସୁଯୋଗ ନେଇ ଘର ସମ୍ମୁଖ ଦ୍ୱାର ଭାଙ୍ଗି ଡକାୟତ ଘରେ ପଶି ଲୁହା ଆଲମିରା ଓ ଅନ୍ୟାନ୍ୟ ସୁଟ୍‌କେଶ୍‌ ଚାବି ଭାଙ୍ଗି ନଗଦ ଟଙ୍କା ଓ ଅଳଙ୍କାର ଲୁଟି ନେଇଛନ୍ତି। ସକାଳେ ତଳ ଘର ଆଗ ଦୁଆର ଭଙ୍ଗାଯାଇଥିବା ଦେଖି ଡମ୍ବରୁଧର ନାୟକ ପୋଲିସକୁ ଜଣାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଖବର ଲେଖା ହେବା ପର୍ଯ୍ୟନ୍ତ ଜୟଦେବଙ୍କ ପରିବାର ସୋରରେ ପହଞ୍ଚି ନ ଥିବାରୁ ଚୋରି ଗହଣାର ମୂଲ୍ୟ ଠିକ୍‌ ଭାବେ ଆକଳନ କରାଯାଇପାରିନି। ସେହିପରି ଏହି ମିଲ୍‌ ପରିସର ସଂଲଗ୍ନ ବଢ଼େଇ ସାହିରେ ଭଡାରେ ରହୁଥିବା ଅଭିମନ୍ୟୁ ବେହେରାଙ୍କ ପରିବାର ରବିବାର ରାତିରେ ସରଶଂଖସ୍ଥିତ ଶ୍ୱଶୁର ଘରକୁ ବୁଲି ଯାଇଥିବା ବେଳେ ତାଙ୍କ ଘର ଆଗ ଗ୍ରୀଲ୍‌ କାଟି ୬ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସୁନା ରୁପା ଅଳଙ୍କାର ଲୁଟି ନେଇଛନ୍ତି ଦୁର୍ବୃତ୍ତ। ସୋମବାର ମଧ୍ୟାହ୍ନରେ ବାଲେଶ୍ୱରରୁ ସାଇଣ୍ଟିଫିକ୍‌ ଟିମ୍‌ ସହ ସନ୍ଧାନୀ କୁକୁର ନେଇ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରିଛି। ଏହି ଷ୍ଟେଶନ ନିକଟ ଅଞ୍ଚଳରେ ଲଗାତର ଚୋରି ହେଉଥିବା ବେଳେ ପୋଲିସ ଅଦ୍ୟାବଧି କିଛି ଟେର ପାଉନି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri