ବ୍ୟବସାୟୀଙ୍କ ଘରୁ ୪୦ ଲକ୍ଷ ଟଙ୍କାର ସୁନାଗହଣା ଚୋରି

ବ୍ରହ୍ମପୁର,୧୪ା୭(ସୁବାସ ଚନ୍ଦ୍ର ପାଢ଼ୀ): ସହରରେ ଏବେ ଲୁଟେରା ଗ୍ୟାଙ୍ଗ୍‌ ପୁଣିଥରେ ସକ୍ରିୟ ହେବାରେ ଲାଗିଛନ୍ତି। ଜଣେ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଛନ୍ତି ଏହି ଗ୍ୟାଙ୍ଗ୍‌। ବଡ଼ବଜାର ଥାନା ଅନ୍ତର୍ଗତ ଜେମାଦେଇପେଣ୍ଠ ସାହି ମୁଖ୍ୟ ରାସ୍ତାରେ ରହୁଥିବା ମନୋଜ ପାଢ଼ୀଙ୍କ ଘରୁ ପ୍ରାୟ ୪୦ ଲକ୍ଷ ଟଙ୍କାର ସୁନା ଗହଣା ଓ ରୁପା ସାମଗ୍ରୀ ଚୋରି ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମନୋଜ ଓ ତାଙ୍କ ପରିବାର ପବିତ୍ର ବାହୁଡ଼ା ଯାତ୍ରା ଦେଖିବା ପାଇଁ ଦୁଇଦିନ ପୂର୍ବରୁ ଘରେ ତାଲା ପକାଇ ପୁରୀ ଚାଲି ଯାଇଛନ୍ତି। ରବିବାର ସକାଳେ ତାଙ୍କ ଘର ଗ୍ରୀଲ୍‌ ତାଲା ଭଙ୍ଗା ଯାଇଥିବା ବେଳେ ମୁଖ୍ୟ ଫାଟକ ଖୋଲାଥିବା ଦେଖି ସ୍ଥାନୀୟ ଲୋକ ତାଙ୍କୁ ଫୋନ୍‌ କରିଥିଲେ। ନିକଟରେ ରହୁଥିବା ତାଙ୍କ ଶଳା ପୋଲିସକୁ ଫୋନ୍‌ କରିବା ସହ ସେଠାକୁ ଯାଇଥିଲେ। ଅଞ୍ଚଳରେ ଲାଗିଥିବା ସିସିଟିଭି ଫୁଟେଜ୍‌ ପୋଲିସ ଯାଞ୍ଚ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri