Posted inକଟକ

ବେକରେ କଟୁରି ଲଗାଇ ନେଇଗଲେ ଗହଣା, ଟଙ୍କା

ଖୁଣ୍ଟୁଣୀ,୧୯ା୧୦(ଡି.ଏନ୍‌.ଏ.): ଖୁଣ୍ଟୁଣୀ ଥାନା ଖମାରନୂଆଗାଁ ଗ୍ରାମର ଲଛମନ ରାଉତଙ୍କ ଘରେ ରବିବାର ରାତିରେ ଦୁର୍ବୃତ୍ତମାନେ ଘରଲୋକଙ୍କ ବେକରେ କଟୁରି ଲଗାଇ ୬୬ ଗ୍ରାମ ଓଜନର ଗହଣା ଓ ୨୫ ହଜାର ଟଙ୍କା ଲୁଟି ନେଇଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ପୋଲିସ ନଂ.୧୩୯/୨୦ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ସୂଚନାମୁତାବକ, ରବିବାର ରାତିରେ ଲଛମନ ଘର ନିକଟସ୍ଥ ନିଜ ଦୋକାନକୁ ଶୋଇବାକୁ ଯାଇଥିବାବେଳେ ସିକ୍ୟୁରିଟି ଗାର୍ଡ ଭାବେ କାର୍ଯ୍ୟରତ ସାନଭାଇ ଦାଶରଥି ଡ୍ୟୁଟିକୁ ଯାଇଥିଲେ। ରାତି ପ୍ରାୟ ସାଢ଼େ ୨ଟାବେଳେ ୬ଜଣ ଦୁର୍ବୃତ୍ତ ଘରର ପଛପଟ ପାଚେରି ଡେଇଁ ଘରର ମେନ ସୁଇଚ୍‌ ଅଫ କରି ଦେଇଥିଲେ। ପରେ ଲଛମନଙ୍କ ସ୍ତ୍ରୀ ଲଷ୍ମୀପ୍ରିୟା, ତାଙ୍କ ୨ ପୁଅଝିଅ ଏବଂ ଭାଇବୋହୂଙ୍କ ବେକରେ କଟୁରି, ଛୁରି ଲଗାଇ ମୋବାଇଲ ଫୋନ ଓ ଆଲ୍‌ମିରା ଚାବି ମାଗି ନେଇଥିଲେ। ଦୁର୍ବୃତ୍ତମାନେ ୨ଟି ଆଲମିରାରେ ଥିବା ୪ ଲକ୍ଷ ଟଙ୍କାର ଅଳଙ୍କାର ଓ ନଗଦ ଟଙ୍କା ଲୁଟି ନେବା ସହ ସମସ୍ତ ସଦସ୍ୟଙ୍କୁ ଏକ ଘରେ ପୂରାଇ ବାହାରୁ କବାଟ ଦେଇ ଫେରାର ହୋଇଯାଇଥିଲେ। ପରେ ଲଷ୍ମୀପ୍ରିୟା ପାଟି କରିବାରୁ ପାଖ ଘରେ ଥିବା ତାଙ୍କ ମା ଆସି ଘର ଖୋଲିଥିଲେ। ଲଷ୍ମୀପ୍ରିୟା ଘଟଣା ବିଷୟରେ ଲଛମନଙ୍କୁ ଜଣାଇବା ପରେ ଥାନାର ଦ୍ୱାରସ୍ଥ ହୋଇଥିଲେ। ସୋମବାର ସକାଳେ ଥାନା ଅଧିକାରୀ ସୁଚିତ୍ରବିର୍ଯ୍ୟ ଦାସ, ଚୌଦ୍ୱାର ଏସଡିପିଓ ପ୍ରସାନ୍ତ ମଲ୍ଲ ସାଇଣ୍ଟିଫିକ ଟିମ ସହ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

ନବୀନ ନିବାସରେ କଟକ-ଚୌଦ୍ୱାରର ୮ କର୍ପୋରେଟର: ଡକରା ପରେ…

ଭୁବନେଶ୍ୱର,୩୦।୩: ନବୀନ ନିବାସରେ ପହଞ୍ଚିଛନ୍ତି କଟକ-ଚୌଦ୍ୱାରର ୮ କର୍ପୋରେଟର। ପ୍ରତାପ ଜେନାଙ୍କ ନେତୃତ୍ୱରେ ନବୀନ ନିବାସରେ ପହଞ୍ଚିଥିବା ସୂଚନା ମିଳିଛି। କଟକ ରାଜନୀତି ସରଗରମକୁ ନେଇ ନବୀନ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ…

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri