ଆଜି ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଅଳଙ୍କାର

ପୁରୀ,୨୩ା୯(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି ଓ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀବିଗ୍ରହମାନଙ୍କ ଅଳଙ୍କାର ତଥା ମୂଲ୍ୟବାନ୍‌ ସାମଗ୍ରୀ ୨୩ ତାରିଖ ମଙ୍ଗଳବାର ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ। ଏହି ସମୟରେ ଅର୍ଥାତ୍‌ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ କାର୍ଯ୍ୟ ଶେଷ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଭକ୍ତମାନେ ମହାପ୍ରସାଦ ପାଇଁ ଉତ୍ତରଦ୍ୱାର ଦେଇ ଆନନ୍ଦବଜାରକୁ ଯାଇପାରିବେ। ସ୍ଥାନାନ୍ତର କାର୍ଯ୍ୟ ସମାପନ ପରେ ପ୍ରବେଶ କଟକଣା ପ୍ରତ୍ୟାହାର ସହ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୋମବାର ସୂଚନା ଦିଆଯିବା ସହ ଭକ୍ତମାନେ ଏ ନେଇ ସହଯୋଗ କରିବାକୁ ଅନୁରୋଧ କରାଯାଇଛି।
ରତ୍ନଅଳଙ୍କାର ସ୍ଥାନାନ୍ତର ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ଏହାକୁ ଅନୁପାଳନ କରିବା ପାଇଁ ସୋମବାର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍‌ରୁ (ଖଟଶେଯ ଓ ଚାଙ୍ଗଡ଼ା ଘର) ରତ୍ନଅଳଙ୍କାରଗୁଡ଼ିକ ସୁରକ୍ଷିତ ଭାବେ ସ୍ଥାନାନ୍ତର ପାଇଁ ପ୍ରାଧିକୃତ ୧୧ ଜଣିଆ କମିଟି ଗଠନ କରାଯାଇଛି। ଏହି କମିଟିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲାପାଳ, ଏସ୍‌ପି, ଏଏସ୍‌ଆଇ ଅଧିକାରୀ, ରତ୍ନଭଣ୍ଡାର ସବ୍‌କମିଟି ସଦସ୍ୟ ଗଣେଶ ଦାସ ମହାପାତ୍ର, ଦେଉଳକରଣ, ତଢଉକରଣ, ଭଣ୍ଡାର ମେକାପ, ରତ୍ନଭଣ୍ଡାର ତଦାରଖ କମିଟିର ଦୁଇଜଣ ସଦସ୍ୟ ଜଷ୍ଟିସ୍‌ ବିଶ୍ୱନାଥ ରଥ ଓ ସୁଦର୍ଶନ ପଟ୍ଟନାୟକ, ଛତିଶା ନିଯୋଗ ମହାନାୟକ ଜନାର୍ଦ୍ଦନ ପାଟଯୋଶୀ ମହାପାତ୍ର ରହିଛନ୍ତି। ଏତଦ୍‌ବ୍ୟତୀତ ଗଜପତି ମହାରାଜାଙ୍କ ପ୍ରତିନିଧିଙ୍କ ସମେତ ଶ୍ରୀମନ୍ଦିର ନୀତି ଓ ଉନ୍ନୟନ ପ୍ରଶାସକ, ଅତିରିକ୍ତ ମୁଖ୍ୟଯନ୍ତ୍ରୀ ସାମିଲ ହେବେ। ମାର୍ଗଦର୍ଶିକା ଆଧାରରେ ପୂର୍ବାହ୍ନ ୧୦ଟାରୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିବା ସହ ଅମୃତ ବେଳା ଅନୁସାରେ ସକାଳ ୭ଟା ୧୭ରୁ ପୂର୍ବାହ୍ନ ୧୧ଟା ୧୭ ମଧ୍ୟରେ କମିଟିର ସଦସ୍ୟମାନେ ଶ୍ରୀମନ୍ଦିର ଭିତରକୁ ଯାଇ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ କରିବେ।
ବୈଠକ ପରେ ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଉପରୋକ୍ତ ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି। ପୂର୍ବାହ୍ନ ୧୦ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ସହ ନାଟମଣ୍ଡପ ଓ ଜଗମୋହନକୁ ଶୋଧ କରାଯିବ। ଶ୍ରୀମନ୍ଦିର, ମୁଖ୍ୟ ଦେଉଳ, ଭିତରବେଢ଼ା, ଝୁଲଣମଣ୍ଡପକୁ ଭକ୍ତଙ୍କୁ ବାରଣ ରହିବ। ମହାପ୍ରସାଦ ପାଇଁ ଭକ୍ତମାନେ ଉତ୍ତର ଦ୍ୱାର ଦେଇ ଆନନ୍ଦ ବଜାର ଯିବେ। ସ୍ଥାନାନ୍ତର ପରେ ଦର୍ଶନ ବ୍ୟବସ୍ଥା ସ୍ବାଭାବିକ କରାଯିବ। ସେବାୟତଙ୍କ ପାଇଁ କୌଣସି କଟକଣା ନାହିଁ। ଯେଉଁ ସେବାୟତଙ୍କ ପାଳି ଜଗମୋହନ, ନାଟମଣ୍ଡପ, ଗର୍ଭଗୃହ ନିକଟରେ ରହିଥିବ, ସେମାନେ ଭିତରକୁ ଯାଇପାରିବେ। ମହାପ୍ରଭୁଙ୍କ ନୀତି ଅବ୍ୟାହତ ରହିବ ବୋଲି ସେ କହିଛନ୍ତି। ସେହିପରି ଏସ୍‌ପି ପ୍ରତୀକ ସିଂ କହିଛନ୍ତି, ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଭକ୍ତଙ୍କୁ ଭିତରବେଢ଼ା କିମ୍ବା ପାଶର୍‌ବଦେବଦେବୀ ମନ୍ଦିରକୁ ଛଡ଼ାଯିବ ନାହିଁ। ଭିତରକୁ ଯିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି। ସେବାୟତ, ଅଧିକୃତ ଅଧିକାରୀ, ଭଣ୍ଡାର ମେକାପ, ସମସ୍ତଙ୍କ ପାଇଁ ଦୁଇ ପ୍ରକାର ପ୍ରବେଶ ପାସ୍‌ କରାଯାଇଛି। ପାଳିଆ ସେବାୟତଙ୍କ ପାଇଁ ଗୋଟିଏ ପ୍ରକାର ପାସ୍‌ ରହିଛି। ଯେଉଁମାନେ ସ୍ଥାନାନ୍ତର ପ୍ରକ୍ରିୟାରେ ସାମିଲ ହେବେ, ସେମାନଙ୍କ ପାଇଁ ଅନ୍ୟ ପ୍ରକାର ପାସ୍‌ କରାଯାଇଛି। ପୋଲିସ ସହ ପ୍ରତିହାରୀ, ଜେଟିପି, ପ୍ରଶାସନିକ ଅଧିକାରୀ ରହି ଚେକିଂ କରିବେ। ସ୍ଥାନାନ୍ତର ସମୟରେ ସାତପାହାଚ ଓ ବେହରଣ ଦ୍ୱାରକୁ ଛାଡ଼ି ସମସ୍ତ ଦ୍ୱାର ବନ୍ଦ କରିଦିଆଯିବ। ଚାରିଦ୍ୱାରରେ ଅଫିସର ଓ ପୋଲିସ ଫୋର୍ସ୍‌ ମୁତୟନ ରହିବେ। ଏସ୍‌ପିଙ୍କ ସହ ୨ଜଣ ଡିସି ବା ଅତିରିକ୍ତ ଏସ୍‌ପି ର଼୍ୟାଙ୍କ ଅଫିସର, ୩ଜଣ ଏସି ବା ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ ଅଫିସର, ୭ ଇନ୍ସପେକ୍ଟର, ୯ ସବ୍‌ଇନ୍ସପେକ୍ଟର୍‌, ଏସ୍‌ଆଇ, ୧୩ ସେକ୍‌ସନ ବା ସାଢ଼େ ୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?