ବ୍ୟବସାୟୀଙ୍କୁ ଗୁଳିମାଡ଼: ଲୁଟିନେଲେ ୧୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର

ଖୋର୍ଦ୍ଧା,୯।୫: ଖୋର୍ଦ୍ଧା ଜିଲା ବାଲୁଗାଁ ଥାନା ଅଧୀନ ନିମିକ୍ଷେତା ଗାଁ ରାସ୍ତାରେ ଶୁକ୍ରବାର ଏକ ଗୁଳିକାଣ୍ଡ ଘଟିଛି। ଗୁଳିମାଡ଼ରେ ସୁନା ବ୍ୟବସାୟୀ ଉମାକାନ୍ତପୁର ଗ୍ରାମର ବ୍ୟବସାୟୀ ପ୍ରହଲ୍ଲାଦ ନାୟକ(୪୨) ଗୁରୁତର ଆହତ ହୋଇଛନ୍ତି । ତାଙ୍କ ଦେହରେ ୨ ରାଉଣ୍ଡ ଗୁଳି ବାଜିଛି। ଛାତି ଏବଂ କାନ୍ଧରେ ଗୁଳି ବାଜିଥିବା ସୂଚନା ମିଳିଛି। ଦୁର୍ବୃତ୍ତମାନେ ତାଙ୍କଠାରୁ ପ୍ରାୟ ୧୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ରୁପା ଏବଂ ସୁନା ଅଳଙ୍କାର ଲୁଟି ନେଇଛନ୍ତି । ଦୁଇଟି ପଲସର ବାଇକରେ ୫ ଜଣ ଦୁର୍ବୃତ୍ତ ଆସିଥିଲେ। ଲୁଟ ପରେ ସେମାନେ ଖସି ପଳାଇବାରେ ସକ୍ଷମ ହୋଇଛନ୍ତି । ଖବର ପାଇ ବାଲୁଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ପ୍ରବେଶ ପଥକୁ ସିଲ କରି ତନାଘନା ଜାରି ରଖିଛି।

ମିଳିଥିବା ସୂଚନା ମୁତାବକ, ବାଲୁଗାଁ ବଜାରରେ ପ୍ରହଲ୍ଲାଦଙ୍କ ଓଁକାର ଜୁଏଲର୍ସ ଦୋକାନ ରହିଛି । ଦୈନନ୍ଦିନ ସକାଳୁ ସେ ସ୍ଥାନୀୟ ଗ୍ରାମାଞ୍ଚଳ ବୁଲି କ୍ଷୁଦ୍ର ବ୍ୟବସାୟୀଙ୍କୁ ରୁପା ଓ ସୁନା ଅଳଙ୍କାର ବିକ୍ରି କରି ପୂର୍ବାହ୍ନରେ ଦୋକାନ ଖୋଲନ୍ତି l ପ୍ରତିଦିନ ପରି ଶୁକ୍ରବାର ସକାଳ ପ୍ରାୟ ସାଢେ ୮ରେ ସେ ୧୫ କିଲୋ ରୁପା ଏବଂ ୨୦ଗ୍ରାମ ସୁନା ଅଳଙ୍କାର ଥିବା ବ୍ୟାଗକୁ ବାଇକ ଡ଼ିକିରେ ରଖି ବ୍ୟବସାୟ ନିମନ୍ତେ ଘରୁ ବାହାରିଥିଲେ ।

ନିମିକ୍ଷେତା ଗାଁ ପଛ ରାସ୍ତାରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ୫ଜଣ ଦୁର୍ବୃତ୍ତ ପ୍ରହଲ୍ଲାଦଙ୍କୁ ଘେରିଯାଇ ବନ୍ଧୁକ ମୁନରେ ଭୟଭୀତ କରି ଡିକିରୁ ଅଳଙ୍କାର ବ୍ୟାଗ ଲୁଟିନେବାକୁ ଉଦ୍ୟମ କରିଥିଲେ l ତେବେ ପ୍ରହଲ୍ଲାଦ ଏବଂ ଦୁର୍ବୃତ୍ତଙ୍କ ମଧ୍ୟରେ କିଛି ସମୟ ଧରି ଧସ୍ତାଧସ୍ତି ହୋଇଥିଲା।

ପରେ ଜଣେ ଦୁର୍ବୃତ୍ତ ପ୍ରହଲ୍ଲାଦଙ୍କ ଉପରକୁ ୨ ରାଉଣ୍ଡ ଗୁଳି ଚଳାଇଥିଲା । ଫଳରେ ଗୁଳି ତାଙ୍କର ଡାହାଣ ଛାତି ଏବଂ କାନ୍ଧରେ ବାଜିଥିଲା । ରକ୍ତାକ୍ତ ଅବସ୍ଥାରେ ସେ ତଳେ ପଡିଯିବା ପରେ ଦୁର୍ବୃତ୍ତମାନେ ଡିକିରୁ ଅଳଙ୍କାର ବ୍ୟାଗ ଧରି ବାଲୁଗାଁ ବାଇପାସ ୧୬ ନମ୍ବର ଜାତୀୟ ରାଜପଥ ଦେଇ ଗଞ୍ଜାମ ଅଭିମୁଖେ ଫେରାର ହୋଇଯାଇଥିଲେ।

ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ପ୍ରହଲ୍ଲାଦଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ବାଲୁଗାଁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ତାଙ୍କ ଶରୀରରେ ୨ଟି ଯାକ ଗୁଳି ରହିଥିବା ବେଳେ ଅବସ୍ଥା ସଂକଟାପର୍ଣ୍ଣ ହେବାରୁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।

ଅନ୍ୟପକ୍ଷେ ବାଲୁଗାଁ ଏସ୍‌ଡ଼ିପିଓ ସଞ୍ଜୟ ପଟ୍ଟନାୟକ ଏବଂ ଆଇଆଇସି ଜୟ ପ୍ରକାଶ ପରିଡା ପହଞ୍ଚି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବା ସହ ଉକ୍ତ ରାସ୍ତାରେ ଥିବା ସିସି କ୍ୟାମେରା ଫୁଟେଜ ଯାଞ୍ଚକାର୍ଯ୍ୟ ଚଳାଇଛନ୍ତି ।

ମିଳିଥିବା ସୂଚନା ମୁତାବକ, ବ୍ୟବସାୟୀ ଜଣକ ରୁପା ଅଳଙ୍କାର ଧରି ନିମିଖେତା ରାସ୍ତାରେ ଯାଉଥିଲେ। ସେତିକିବେଳେ ଦୁର୍ବୃତ୍ତମାନେ ତାଙ୍କୁ ଅଠକାଇ ଅଳଙ୍କାର ଦେବାକୁ କହିଥିଲେ। ଏଥିରେ ସେ ରାଜି ନ ହେବାରୁ ଦୁର୍ବୃତ୍ତମାନେ ତାଙ୍କ ଉପରକୁ ୨ ରାଉଣ୍ଡ ଗୁଳି ଚଲାଇଥିଲେ। ଫଳରେ ଗୁଳି ତାଙ୍କ ଦେହରେ ବାଜିଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାରେ ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ରାସ୍ତା ଉପରେ ପଡ଼ିଛି ବିରାଟ ପଥର, ଏଣେ ଡରାଇଲାଣି ବର୍ଷା

ଭଞ୍ଜନଗର,୩୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ବାତ୍ୟା ପରବର୍ତ୍ତୀ ବନ୍ୟା ଯୋଗୁ ଶହଶହ କୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ବର୍ଷବର୍ଷର ପରିଶ୍ରମ ଓ ରୋଜଗାରରେ ଗଢ଼ିଥିବା ସମ୍ପତ୍ତି…

ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କୁ ଭେଟିଲେ କେନ୍ଦୁଝର ଏମ୍‌ପି, ପ୍ରତିଶ୍ରୁତି ଦେଇ କହିଲେ…

ହାଟଡିହୀ,୩୧ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ଆଞ୍ଚଳିକ ମହାବିଦ୍ୟାଳୟ ଓ ଛେନାପଦୀ ବିଶ୍ୱ ତାରିଣୀ ମହିଳା ମହାବିଦ୍ୟାଳୟର ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କୁ ଶନିବାର କେନ୍ଦୁଝର ଏମ୍‌ପି ଅନନ୍ତ…

ଭୂତ ଟିପ ମାରି ଭତ୍ତା ନେବା ଘଟଣାର ତଦନ୍ତ ଆରମ୍ଭ

ହାଟଡିହୀ,୩୧ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ପଞ୍ଚାୟତରେ ୩୦ରୁ ଊର୍ଦ୍ଧ୍ୱ ମୃତ ବ୍ୟକ୍ତିଙ୍କ ନାଁରେ (ଭୂତ ଟିପ ମାରି) ଭତ୍ତା ଉଠାଯାଇଥିବା ଅଭିଯୋଗ ଘଟଣାରେ…

ସାର୍ବଜନୀନ ମହାଭିଯୋଗ ସଭାରେ ରାହୁଲଙ୍କ ବଡ଼ ଦାବି: ଜ୍ଞାନେଶ କୁମାର CEC ଭାବେ ତିଷ୍ଠି ପାରିବେ ନାହିଁ

ନୂଆଦିଲ୍ଲୀ,୩୧ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ବିରୋଧରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଶନିବାର ପ୍ରତୀକାତ୍ମକ ସାର୍ବଜନୀନ ମହାଭିଯୋଗ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ…

ମହାରାଷ୍ଟ୍ରରେ ଫୁଲବାଣୀ ଗଞ୍ଜେଇର ଚାହିଦା: ସମ୍ମୁଖରୁ ୫ ନିଶା ମାଫିଆଙ୍କୁ ଧରିଲା ଏସ୍‌ଟିଏଫ୍‌

ଖୋର୍ଦ୍ଧା, ୩୧ା୧୦ (ପ୍ରଭାତ ପାଣିଗ୍ରାହୀ): ଫୁଲବାଣୀରୁ ମହାରାଷ୍ଟ୍ରକୁ ଗଞ୍ଜେଇ ଚାଲାଣ ପାଇଁ ଚାଲିଥିଲା ଯୋଜନାବଦ୍ଧ କାରବାର। ଦୁଇଟି ଦାମୀ କାର୍‌ରେ ପ୍ରାୟ ଏକ କ୍ୱିଣ୍ଟାଲ ଗଞ୍ଜେଇ ନେଇ…

ପୁଣି ସମ୍ଭାବ୍ୟ ଲଘୁଚାପକୁ ନେଇ ଆତଙ୍କିତ ଲୋକେ: ବନ୍ୟାରେ ଘରଦ୍ୱାର, ଚାଷଜମି କ୍ଷତିଗ୍ରସ୍ତ; ଜୀବିକା ହରାଇଛନ୍ତି ମତ୍ସ୍ୟଜୀବୀ

ଗଞ୍ଜାମ, ୩୧ା୧୦ (ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ‘ଅର୍ଣ୍ଣବ’ ମହାବାତ୍ୟାର ରୂପ ନେଇ ଲୋକଙ୍କ ଜୀବନଜୀବିକାକୁ ଅସ୍ତବ୍ୟସ୍ତ କରିଦେଇଥିବା ବେଳେ ପୁଣି ଏକ ସାମୁଦ୍ରିକ ଝଡ଼ ସୃଷ୍ଟି…

ବନ୍ୟାଞ୍ଚଳରେ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍: କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ, ନବୀନଙ୍କୁ ଦିଆଯିବ ରିପୋର୍ଟ

ପାତ୍ରପୁର, ୩୧ା୧୦ (ଉମା ଚରଣ ନେପାକ): ବାତ୍ୟା ପରବର୍ତ୍ତୀ ବନ୍ୟା ସ୍ଥିତି ଅନୁଧ୍ୟାନ ପାଇଁ ବିଜେଡିର ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ପାତ୍ରପୁର ଅଞ୍ଚଳର କ୍ଷତିଗ୍ରସ୍ତ ଗାଁ…

ମମତା ଯୋଜନା ନାଁ ରେ ମହିଳା ଙ୍କୁ ଠକେଇ: ଲକ୍ଷାଧିକ ଟଙ୍କା ଲୁଟି ନେଲେ ସାଇବର ଅପରାଧି

ଦିଗପହଣ୍ଡି,୩୧|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମର ପି. ମିନି ରେଡ୍ଡୀ ନାମ୍ନୀ ଜଣେ ଗର୍ଭବତୀ ମହିଳା ଙ୍କୁ ମମତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?