ବିପଦ ସଙ୍କେତ ଉପରେ ଜଳକା

ରୂପସା/ବସ୍ତା, ୯।୯(ଡି.ଏନ.ଏ.): ବାଲେଶ୍ୱର ଜିଲାରେ ଲଗାଣ ବର୍ଷା ଯୋଗୁ ଜଳକା ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି। ବସ୍ତା ବ୍ଲକ ଅଧୀନ ମଥାନୀଠାରେ ବିପଦ ସଂକେତ ୫.୫୦ ମିଟର ଥିବା ବେଳେ ଅପରାହ୍ନ ୩ଟାରେ ଜଳସ୍ତର ବୃଦ୍ଧି ହୋଇ ୫.୮୮ ମିଟର ଓ ସନ୍ଧ୍ୟା ୬ଟା ସୁଦ୍ଧା ୫.୮୯ ମିଟରରେ ପ୍ରବାହିତ ହେଉଥିବା ଜଳସେଚନ ବିଭାଗ କନିଷ୍ଠଯନ୍ତ୍ରୀ ଅଶୋକ କୁମାର ଦାସ ପ୍ରକାଶ କରିଛନ୍ତି। ନଦୀର ଉପରମୁଣ୍ଡ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ଲାଗି ରହିଥିବା ଯୋଗୁ ବନ୍ୟା ଆଶଙ୍କା ଦେଖାଦେଇଛି। ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ନେଇ ନଦୀକୂଳିଆ ଗ୍ରାମବାସୀ ସମେତ ଚାଷୀକୁଳ ଚିନ୍ତାରେ ରହିଛନ୍ତି। ବନ୍ୟା ଯୋଗୁ ଏହି ବ୍ଲକର ମଥାନୀ, ବାହାର୍ଦ୍ଦା, ଦୁଧହଂସା, ସଦାନନ୍ଦପୁର, ବରୁଣଗଡ଼ିଆ, ବାସିଚକୁରି, ଦରଡ଼ା, ଗଡ଼ପଦା, ରାଉତପଡା ପଞ୍ଚାୟତ ସମେତ ସଦର ବ୍ଲକର ଶ୍ରୀରାମପୁର, ରସଲପୁର ଆଦି ପଞ୍ଚାୟତରେ ଚାଷ ପ୍ରଭାବିତ ହେବାର ଆଶଙ୍କା ରହିଛି। ଏହାବ୍ୟତୀତ ଜଳକା ନଦୀ ପାଖ ତଳତାପଣ୍ଡା, ମେଳକ, ପେଗରପଡ଼ା, ଲକ୍ଷ୍ମଣାପଡ଼ା, ସାନଖୁଡ଼ି, ଶିବଗଡ଼ିଆ, ବଡ଼ଖୁଡ଼ି, ଧଳସାହି ଆଦି ଗ୍ରାମରେ ଦୁଇ ପାଶର୍‌ବ ନଦୀବନ୍ଧର ଅଧିକାଂଶ ସ୍ଥାନ ଦୁର୍ବଳ ହୋଇଥିବାରୁ ଧନଜୀବନ ନଷ୍ଟ ହେବାର ଆଶଙ୍କା ଦେଖାଦେଇଛି। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।

 

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା

ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ…

୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା

କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?