Posted inଜାତୀୟ

୧୨ ବର୍ଷ ପୂର୍ବରୁ ଅପହରଣ ଓ ହତ୍ୟାର ଶିକାର ହୋଇଥିବା ଯୁବତୀ ଜୀବନ୍ତ ଫେରିଲେ!

ଜାଲୌନ,୧୭ ।୯: ଉତ୍ତର ପ୍ରଦେଶର ଜାଲୌନରେ ୧୨ ବର୍ଷ ପୂର୍ବେ ଜଣେ ଯୁବତୀଙ୍କୁ ଅପହରଣ କରାଯାଇ ହତ୍ୟା କରାଯାଇଥିବା ଖବର ଆସିଥିଲା ଚର୍ଚ୍ଚାକୁ । ଏବେ କିନ୍ତୁ ୧୨ ବର୍ଷ ପୂର୍ବେ ପ୍ରତିପକ୍ଷ କହିଛି ଯୁବତୀ ମୃତ ନୁହେଁ ବରଂ ଜୀବିତ ଅଛନ୍ତି । ଏହା ଏବେ ପୁଣିଥରେ ଚର୍ଚ୍ଚାର ପରିସରକୁ ଆସିଛି । ସୂଚନାଯୋଗ୍ୟ, ୧୨ ବର୍ଷ ପୂର୍ବେ ଅର୍ଥାତ୍ ୨୦୦୮ ମସିହାରେ ଜାଲୌନର ଜାବିତ୍ରୀ ଓରଫ ଗାୟତ୍ରୀ ନାମକ ଯୁବତୀଙ୍କୁ ତାଙ୍କ ଘର ସାମ୍ନାରୁ କିଏ ଅପହରଣ କରି ନେଇଥିବା ଅଭିଯୋଗ ହୋଇଥିଲା । ଏହାପରେ ତୁରନ୍ତ ଯୁବତୀଙ୍କ ମା’ ରଜୋ ଦେବୀ କାଲପି କୋତୱାଲିରେ କାଲପିର ତତ୍କାଳୀନ ଜେଇ ଓ ଅନ୍ୟ ୯ ଜଣଙ୍କ ନାଁରେ ଅଭିଯୋଗ କରିଥିଲେ । ଏହାର କିଛିଦିନ ପରେ କାନପୁର ନଗର ଘାଟମପୁର ନିକଟରେ ଜଣେ ଯୁବତୀଙ୍କ ମୃତଦେହ ମିଳିଥିଲା । ଏହାକୁ ଦେଖଇବା ପରେ ଜୋ ଦେବୀ ମୃତ ଶରୀରଟି ତାଙ୍କ ଝିଅର ବୋଲି ଚିହ୍ନଟ କରିଥିଲେ । ଏହାପରେ ଅପହରଣ ମାମଲା ସହ ହତ୍ୟା ମାମାଲାର ଧାରା ଯୋଡି ହୋଇଯାଇଥିଲା । ପରେ ଏହି ମାମଲା ଯାଞ୍ଚ ସିବିସିଆଡିକୁ ଦିଆଯାଇଥିଲା । ଏହାପରେ ୨୦୧୧ରେ ସିବିସିଆଇଡି ଉକ୍ତ ମାମଲାର ଚାର୍ଜସିଟ୍ କୋର୍ଟରେ ଦାଖଲ କରିଥିଲା । ଇତିମଧ୍ୟରେ ଏହି ଘଟଣାରେ ଜଣେ ମହିଳା ଅଭିଯୁକ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୯ ଜଣ ଜାମିନରେ ଆସି କୋର୍ଟଙ୍କ ରାୟକୁ ଅପେକ୍ଷା ରଖିଛନ୍ତି । ଏବେ ଏହି ରାୟ ତାରିଖ ପାଖେଇ ଆସୁଥିବା ବେଳେ ଅଭିଯୁକ୍ତଙ୍କ ପକ୍ଷରୁ ଯୁବତୀ ଜଣଙ୍କ ଜୀବନତ ଥିବା କୁହାଯିବା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । ଅଭିଯୁକ୍ତ ପକ୍ଷ ଏବେଯୁବତୀ ଜଣଙ୍କୁ ଆଲିଗଡ଼ର ଛରାରାରୁ ଉଦ୍ଧାର କରି ପୋଲିସ ଜିମା ଦେଇଛନ୍ତି । ହେଲେ ଯୁବତୀଙ୍କ ମା’ କହିଛନ୍ତି ସେ ତାଙ୍କ ଝିଅ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ବଡ଼ ଅପିଲ୍, ମହିଳାମାନେ ବାଗେଶ୍ବର ଆଶ୍ରମକୁ ଏକୁଟିଆ…

ଭୋପାଳ,୫ା୧୦: ମଧ୍ୟପ୍ରଦେଶର ଛତରପୁର ଜିଲା ଗଢ଼ାସ୍ଥିତ ପ୍ରସିଦ୍ଧ ବାଗେଶ୍ୱର ଧାମରେ ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନେଇ ପୀଠାଧୀଶ୍ୱର ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ଅପିଲ୍ କରିଛନ୍ତି ।…

ସିଜେପି (CJP) ର ଆଶୁତୋଷ ରଙ୍କା କହିଲେ,‘ରକ୍ତର ପ୍ରତ୍ୟେକ ବୁନ୍ଦା…’, ହେଲେ ସେ କାହାକୁ ଦେଲେ ଏମିତି ଚ୍ୟାଲେଞ୍ଜ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ କରୁଛି। SIR ବିବାଦକୁ ନେଇ ସେମାନେ ଜ୍ଞାନେଶ କୁମାରଙ୍କ ଇସ୍ତଫା…

୫୦୦ ୱିକେଟ ନେଇଥିବା ୩୨ ବର୍ଷୀୟ କ୍ରିକେଟର ଅବସର ଘୋଷଣା କରି ଚମକାଇ ଦେଲେ, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୫।୧୦: ଜଣେ ଇଂଲଣ୍ଡ କ୍ରିକେଟର ଏକ ଅସାଧାରଣ କାରଣ ପାଇଁ ଅବସର ଗ୍ରହଣ କରିଛନ୍ତି। ନିଜ କ୍ୟାରିୟରରେ ୫୦୦ରୁ ଅଧିକ ୱିକେଟ ନେଇଥିବା କ୍ରେଗ ମାଇଲ୍ସ ମାତ୍ର…

ଓଡ଼ିଶା ଟ୍ରାଭେଲ ବଜାର; ଶୁଭାରମ୍ଭ ହେଲା ଓଡ଼ିଶା ମାଇସ୍ ଇନସେଣ୍ଟିଭ ପୋର୍ଟାଲ

ଭୁବନେଶ୍ୱର,୫ା୧୦(ସୌମ୍ୟରଞ୍ଜନ ରାଉତ): ରାଜ୍ୟ ପର୍ଯ୍ୟଟନ କ୍ଷେତ୍ରରେ ଘରୋଇ ପୁଞ୍ଜିନିବେଶକୁ ବ୍ୟାପକ କରାଯିବ। ଶିଳ୍ପ ବିଶେଷଜ୍ଞ, ହସ୍ପିଟାଲିଟି ଲିଡର୍ସ ଓ ଟୁରିଜମ୍‌ ଷ୍ଟେକ୍‌ ହୋଲ୍ଡର୍ସଙ୍କ ସହଯୋଗରେ ରାଜ୍ୟ ସରକାର…

ରାସ୍ତା ପାର ହେଉଥିବା ବେଳେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଧକ୍କା ଦେଲା ଟ୍ରକ, ରାସ୍ତାରେ….

ପାଟଣା,୫ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦାସ୍ଥିତ ଏବିସିଡିଆର ଅଙ୍ଗିକଳା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ…

ଅବସର ପୂର୍ବରୁ ରୋହିତ ଶର୍ମାଙ୍କୁ ଟାର୍ଗେଟ ଦେଲେ ସୁନୀଲ ଗାଭାସ୍କର! ‘ହିଟମ୍ୟାନ’ଙ୍କୁ କହିଲେ…

ନୂଆଦିଲ୍ଲୀ,୫।୧୦: ଭାରତୀୟ ଦଳର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମାଙ୍କ ନିକଟରେ ଏକ ସ୍ବତନ୍ତ୍ର ଅନୁରୋଧ ରଖିଛନ୍ତି। ଗାଭାସ୍କର ଆଶା ବ୍ୟକ୍ତ କରିଛନ୍ତି…

ନୂଆପଡ଼ାରେ କଲରାପତରିଆ ବାଘର ଆତଙ୍କ: ଘରେ ପଶି ଗୋଟିଏ ପରିବାରର ୬ ଜଣଙ୍କୁ କଲା ଲହୁଲୁହାଣ

ନୂଆପଡ଼ା,୫ା୧୦(ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ଼-ଛତିଶଗଡ଼ ସୀମାନ୍ତ କୋମାଖାନ ଥାନା ଝିଟିକି ଗାଁରେ ବାଘ ଆତଙ୍କ ଖେଳିଯାଇଛି। ଶନିବାର ରାତିରେ ଏକ କଲରାପତରିଆ ବାଘ ଆକ୍ରମଣରେ…

‘ଅତିକମରେ ୧୦ଟି ସନ୍ତାନ ଜନ୍ମ କରନ୍ତୁ’ – ହିନ୍ଦୁମାନଙ୍କୁ ଏମିତି କହିଲେ ମୌଲାନା ସାଜିଦ ରଶିଦି, ଉଠିଲାଣି ବିବାଦ

ନୂଆଦିଲ୍ଲୀ,୫।୧୦: ଇମାମ ଆସୋସିଏସନର ସଭାପତି ମୌଲାନା ସାଜିଦ ରଶିଦି ସନ୍ତାନ ଜନ୍ମ କରିବା ସମ୍ବନ୍ଧରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସଂଘ ଏବଂ ଅନ୍ୟ କିଛି ସଂଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?