ଝାନ୍‌ସୀଙ୍କ କମାଲ: ଜିଲା ପାଇଁ ଆଣିଲେ ଗୌରବ

ଭବାନୀପାଟଣା,୨୦ା୬ (ଉତ୍ତମ କୁମାର ଦାଶ):ନୂଆଦିଲ୍ଲୀସ୍ଥିତ ସଂସଦ ଭବନର ସେଣ୍ଟ୍ରାଲ ହଲରେ ଗତ ୧୫ରୁ ୧୭ ତାରିଖ ଯାଏ ଜାତୀୟ ସ୍ତରୀୟ ବିକଶିତ ଭାରତ ଯୁବ ପାର୍ଲାମେଣ୍ଟ ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ସମାଜ ବିଜ୍ଞାନ ବିଭାଗ ଛାତ୍ରୀ ଝାନସୀରାଣୀ ମିଶ୍ର ‘ନାରୀ ସଶକ୍ତୀକରଣ’ ଶୀର୍ଷକ ଉପରେ ଉଚ୍ଚ କୋଟିର ବକ୍ତୃତା ଉପସ୍ଥାପନ କରି ସମସ୍ତଙ୍କୁ ସ୍ତମ୍ବିଭୁତ କରିବା ସହ ଜିଲା ପାଇଁ ଗୌରବ ଆଣିଛନ୍ତି। ଏହି କାର୍ଯ୍ୟକ୍ରମରେ ଝାନସୀ ଓଡ଼ିଶାକୁ ପ୍ରତିନିଧିତ୍ୱ କରି ନିଜ ବକ୍ତବ୍ୟ ପାଇଁ ଅନେକ ପ୍ରଶଂସା ସାଉଁଟିଛନ୍ତି। କାର୍ଯ୍ୟକ୍ରମରେ ଦେଶର ୧୦୮ ଜଣ ଛାତ୍ରୀଛାତ୍ର ଭାଗ ନେଇଥିବାବେଳେ ଓଡ଼ିଶାର ୩ ଜଣ ରହିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଯୋଗଦେଇଥିଲେ। ସଂସଦରେ ଚମତ୍କାର ବକ୍ତୃତା ପରେ ଉପସ୍ଥିତ ଅତିଥିଗଣ ତାଙ୍କୁ ମାନପତ୍ର ଦେଇ ସମ୍ମାନିତ କରିଥିଲେ। ଝାନସୀ ନର୍ଲା ପଞ୍ଚାୟତ ସମିତି ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟାପିକା ପୁଷ୍ପଲତା କରଙ୍କ ଝିଅ ଏବଂ ସମାଜସେବୀ ତଥା ରାଜନୀତିଜ୍ଞ ସ୍ବର୍ଗତ ଦୁର୍ଗା ଶଙ୍କର କରଙ୍କ ନାତୁଣୀ। ଏହି ସଫଳତା ପାଇଁ କଳାହାଣ୍ଡି ବ୍ରାହ୍ମଣ ସମାଜ ସମେତ ଜିଲାର ବୁଦ୍ଧିଜୀବୀ ମହଲରୁ ଝାନସୀଙ୍କ ନିକଟକୁ ପ୍ରଶଂସାର ସୁଅ ଛୁଟୁଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?