ଝରାଫୁଲଙ୍କୁ ହତ୍ୟା କରାଯାଇଛି

ଯାଜପୁର ଅଫିସ,୧୩।୪ ବହୁଚର୍ଚ୍ଚିତ ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ(୨୨)ଙ୍କ ମୃତ୍ୟୁ ରହସ୍ୟ ଉପରୁ ପର୍ଦ୍ଦା ହଟିଛି। ତାଙ୍କୁ ହତ୍ୟା କରାଯାଇଥିବା ଯାଜପୁର ଏସ୍‌.ପି. ରାହୁଲ ପି.ଆର. ସୋମବାର ଏକ ଭିଡିଓ କ୍ଲିପ୍‌ ଜାରି କରି ଜଣାଇଛନ୍ତି। ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା ଝରାଫୁଲଙ୍କ ପୁରୁଷ ବନ୍ଧୁ ରାକେଶ ସ୍ବାଇଁ ଓ ତାଙ୍କ ସହଯୋଗୀ ଅମରେଶ ରାଉତଙ୍କୁ ଗିରଫ କରାଯାଇଥିବାବେଳେ ଆଉ ଜଣେ ଅଭିଯୁକ୍ତ ପ୍ରାୟ ଅଢ଼େଇ ମାସ ହେଲା ଫେରାର ରହିଛନ୍ତି। ଭିଡିଓ କ୍ଲିପ୍‌ରେ ଏସ୍‌ପି କହିଛନ୍ତି ଯେ, ମୁଖ୍ୟ ଅଭିଯୁକ୍ତ ରାକେଶଙ୍କୁ ଅମରେଶ ସହଯୋଗ କରିଥିଲେ। ଭୁବନେଶ୍ୱର ଖଣ୍ଡଗିରି ଥାନା ଧର୍ମବିହାର ଅଞ୍ଚଳରେ ଥିବା ଶିବସାଇ ଓୟୋ ଗେଷ୍ଟହାଉସ୍‌ର ୨୦୧ ନମ୍ବର ରୁମକୁ ଅମରେଶ ବୁକ୍‌ କରିଥିଲେ। ଅମରେଶ ରାକେଶଙ୍କ ସାଙ୍ଗ, ସେମାନେ ଗୋଟିଏ ଗ୍ରାମର। ତେବେ ହତ୍ୟା କିପରି ହୋଇଛି ସେ ନେଇ ଅଧିକ ତଦନ୍ତ ଜାରି ରହିଛି। ଫରେନ୍‌ସିକ୍‌ ଲ୍ୟାବର ତଥ୍ୟ ସଂଗ୍ରହ ଚାଲିଛି, ଯାହାକି ଏଭିଡାନ୍ସ ଷ୍ଟେଜରେ ଅଛି। ଫେରାର ଥିବା ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ମଧ୍ୟ ଗିରଫ କରିବାକୁ ପଦକ୍ଷେପ ନିଆଯାଉଛି। ଆବଶ୍ୟକ ପଡ଼ିଲେ ଗତ ରବିବାର କୋର୍ଟଚାଲାଣ ହୋଇଥିବା ଅଭିଯୁକ୍ତ ଅମରେଶଙ୍କୁ ରିମାଣ୍ଡରେ ଅଣାଯିବ ବୋଲି ଏସ୍‌ପି ରାହୁଲ କହିଛନ୍ତି। ଅମରେଶଙ୍କ ଭୁବନେଶ୍ୱର ଏୟାରଫିଲ୍ସ ଥାନା ଅନ୍ତର୍ଗତ ସୁନ୍ଦରପଦା ହାଟରେ ଏକ ଫାଷ୍ଟଫୁଡ୍‌ ଦୋକାନ ଥିବା ତଦନ୍ତ ବେଳେ ଜଣାପଡିଛି। ଘଟଣା ଦିନଠାରୁ ଅମରେଶ ଫାଷ୍ଟଫୁଡ୍‌ ଦୋକାନକୁ ବନ୍ଦକରି ଫେରାର ହୋଇଥିଲେ। ତାଙ୍କୁ ଗତ ଶନିବାର ଭୁବନେଶ୍ୱରରୁ ଗିରଫ କରାଯାଇଥିଲା।
ସୂଚନାଥାଉ କି, ଗତ ଜାନୁୟାରୀ ୨୬ ରାତିରେ ଝରାଫୁଲ ଓ ରାକେଶ ଶିବସାଇ ଓୟୋ ଗେଷ୍ଟହାଉସ୍‌ର ୨୦୧ ନମ୍ବର ରୁମ୍‌ରେ ରହିଥିଲେ। ସେଠାରେ ଝରାଫୁଲଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ରାକେଶ ଓ ତାଙ୍କ ସହଯୋଗୀ ମୃତଦେହକୁ ଆଣି ଯାଜପୁର ଜିଲା କୁଆଖିଆ ଥାନା ରାଜେନ୍ଦ୍ରପୁର ପଞ୍ଚାୟତର ଦିଆଲଖଣ୍ଡି ରାସ୍ତା ପାର୍ଶ୍ୱରେ ପିଙ୍ଗିଥିବା ପୋଲିସ ସିସିଟିଭି ଫୁଟେଜ୍‌ରୁ ଜାଣିବାକୁ ପାଇଥିଲା। ପୋଲିସ ରାକେଶଙ୍କୁ ଗିରଫ କରିଥିବାବେଳେ ତାଙ୍କ ସହଯୋଗୀ ତଥା ସମ୍ପର୍କୀୟ ଭାଇ ଶକ୍ତି ଶେଖର ଫେରାର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri