Posted inଜାତୀୟ

ହରିୟାଣା ନିର୍ବାଚନ ପରେ ଇଣ୍ଡିଆ ମେଣ୍ଟରେ ବିଚ୍ଛିନ୍ନତା! ଏଏପି, ଶିବସେନା ୟୁବିଟି ପରେ ଆରଜେଡି ଦେଖାଇଲା ଆଖି

ନୂଆଦିଲ୍ଲୀ,୨୧।୧୦: ହରିୟାଣା ବିଧାନସଭା ନିର୍ବାଚନର ଫଳାଫଳ କଂଗ୍ରେସ ପାଇଁ ସମସ୍ୟା ଆଣିଦେଇଛି। ଗୋଟିଏ ପଟେ ରାଜ୍ୟରେ ସରକାର ଗଠନ କରିବାର ଇଚ୍ଛା ଭାଙ୍ଗିଯାଇଥିବା ବେଳେ ଗୋଟି ପରେ ଗୋଟିଏ ନେତା ଦଳ ଛାଡିବାରେ ଲାଗିଛନ୍ତି। ଏଥି ସହିତ ହରିୟାଣାର ଫଳାଫଳ ପରେ କଂଗ୍ରେସକୁ ମଧ୍ୟ ଇଣ୍ଡିଆ ମେଣ୍ଟରେ ଅନ୍ତର୍ଭୁକ୍ତ ସହଯୋଗୀ ଦଳର କଠୋର ଆଭିମୁଖ୍ୟର ସମ୍ମୁଖୀନ ହେବାକୁ ପଡିଛି। ଏହା ପରେ ଏବେ ପ୍ରଶ୍ନ ଉଠୁଛି ଯେ ଇଣ୍ଡିଆ ମେଣ୍ଟରେ ସବୁକିଛି ଠିକ ଅଛି କି ନାହିଁ।

ବାସ୍ତବରେ କଂଗ୍ରେସ ହରିୟାଣା ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି ସହ ମେଣ୍ଟ ଗଠନ କରିନଥିଲା। ଦାବି କରାଯାଇଛି ଯେ ଯଦି ରାଜ୍ୟରେ ଏଏପି ସହିତ କଂଗ୍ରେସ ପ୍ରତିଦ୍ୱନ୍ଦ୍ୱିତା କରିଥାନ୍ତା ତେବେ ଏହା ଲାଭବାନ ହୋଇଥାନ୍ତା ଏବଂ ରାଜ୍ୟରେ କଂଗ୍ରେସ ସରକାର ଗଠନ ହୋଇଥାନ୍ତା। ଯେତେବେଳେ ଫଳାଫଳ ଆସିଲା, ଆମ ଆଦମୀ ପାର୍ଟି କଂଗ୍ରେସକୁ ଆତ୍ମବିଶ୍ୱାସୀ ବୋଲି ମଧ୍ୟ କହିଥିଲା। ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ମଧ୍ୟ କହିଥିଲେ ଯେ କୌଣସି ନିର୍ବାଚନକୁ ହାଲୁକା ଭାବେ ଗ୍ରହଣ କରାଯିବା ଉଚିତ୍‌ ନୁହେଁ। ଆମ ଆଦମୀ ପାର୍ଟି ବ୍ୟତୀତ ମହାରାଷ୍ଟ୍ରରେ ଇଣ୍ଡିଆ ମେଣ୍ଟର ଶିବସେନା ଏବଂ ୟୁବିଟି ମଧ୍ୟ କଂଗ୍ରେସକୁ ଶୁଣାଇଦେଇଛନ୍ତି।

ବର୍ତ୍ତମାନ ବିବାଦ ଝାଡଖଣ୍ଡରେ ରହିଛି। ଝାଡଖଣ୍ଡରେ ମଧ୍ୟ ଝାଡଖଣ୍ଡ ମକ୍ତି ମୋର୍ଚ୍ଚା, କଂଗ୍ରେସ ଏବଂ ରାଷ୍ଟ୍ରୀୟ ଜନତା ଦଳ ମିଳିତ ଭାବେ ଇଣ୍ଡିଆ ମେଣ୍ଟ ଅଧୀନରେ ନିର୍ବାଚନ ଳଢୁଛନ୍ତି। ଝାଡଖଣ୍ଡ ବିଧାନସଭା ନିର୍ବାଚନ ସମ୍ପର୍କରେ ଶନିବାର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଘୋଷଣା କରିଛନ୍ତି ଯେ, ଜେଏମଏମ ଏବଂ କଂଗ୍ରେସ ଝାଡ଼ଖଣ୍ଡର ୭୦ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ଏହି ନିଷ୍ପତ୍ତିକୁ ଆରଜେଡି ଆପତ୍ତି ଜଣାଇଛି। ଆରଜେଡି ଏମ୍‌ପି ମନୋଜ ଝା ରବିବାର କହିଛନ୍ତି ଯେ ଆମର ୧୮-୨୦ଟି ସିଟ ଭଲ ଅଛି ଏବଂ ଆମେ ୧୨-୧୩ରୁ କମ ସିଟ ଗ୍ରହଣ କରିବୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri