ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ ଏବଂ ସେପ୍ଟେମ୍ବର ୮ ତାରିଖରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

ରୂପୀ ସୋରେନଙ୍କ ଦେହାନ୍ତ ନେଇ ହେମନ୍ତ ସୋରେନ ନିଜେ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ସୂଚନା ଦେଇଛନ୍ତି । ମା’ଙ୍କ ବିୟୋଗରେ ସେ ଏକ ଭାବପ୍ରବଣ ପୋଷ୍ଟ ମଧ୍ୟ କରିଛନ୍ତି। ମା’ଙ୍କୁ ହରାଇବା ପରେ ହେମନ୍ତ ସୋରେନ ଲେଖିଛନ୍ତି, “ବାବାଙ୍କ ଯିବା ପରେ ମା’ ହିଁ ମୋର ସବୁଠାରୁ ବଡ଼ ଛାଇ ଥିଲେ । ଆଜି ସେହି ଛାଇ ମଧ୍ୟ ପ୍ରକୃତିର କୋଳରେ ସମାହିତ ହୋଇଗଲା। ମା’…” ମା’ଙ୍କ ବିୟୋଗରେ ସୋରେନ ପରିବାରରେ ଶୋକର ଛାୟା ଖେଳିଯାଇଛି।

ରୂପୀ ସୋରେନଙ୍କ ଦେହାନ୍ତରେ ଝାଡ଼ଖଣ୍ଡ ବିଧାନସଭାର ବିରୋଧୀ ଦଳ ନେତା ବାବୁଲାଲ ମରାଣ୍ଡି ଶୋକ ପ୍ରକାଶ କରିଛନ୍ତି । ସେ ହେମନ୍ତ ସୋରେନଙ୍କ ମା’ଙ୍କ ଦେହାନ୍ତ ଖବରରେ ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରକୁ ଏହି ଦୁଃଖ ସହିବାକୁ ଶକ୍ତି ମିଳୁ ବୋଲି କହିଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (JMM) ମଧ୍ୟ ରୂପୀ ସୋରେନଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛି । ଦଳ ପକ୍ଷରୁ ତାଙ୍କୁ ସଂଘର୍ଷ, ତ୍ୟାଗ ଓ ଧୈର୍ଯ୍ୟର ପ୍ରତୀକ ବୋଲି କୁହାଯାଇଛି। ଶିବୁ ସୋରେନଙ୍କ ଦେହାନ୍ତ ପରେ ମଧ୍ୟ ରୂପୀ ସୋରେନ ତାଙ୍କ ସଂଘର୍ଷରେ ସବୁବେଳେ ସାଥିରେ ରହିଥିଲେ ବୋଲି JMM କହିଛି।ଦଳ ପକ୍ଷରୁ ରୂପୀ ସୋରେନଙ୍କ ଦେହାନ୍ତକୁ ଝାଡ଼ଖଣ୍ଡ ସମେତ ସମଗ୍ର ଦେଶ ପାଇଁ ଅପୂରଣୀୟ କ୍ଷତି ବୋଲି କୁହାଯାଇଛି।

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ମଧ୍ୟ ରୂପୀ ସୋରେନଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି। ସେ ରୂପୀ ସୋରେନଙ୍କୁ ‘ରୂପୀ ଚାଚୀ’ ବୋଲି ସମ୍ବୋଧନ କରି ଏହା ତାଙ୍କ ପାଇଁ ବ୍ୟକ୍ତିଗତ କ୍ଷତି ବୋଲି କହିଛନ୍ତି। ରଘୁବର ଦାସ କହିଛନ୍ତି ଯେ ରୂପୀ ସୋରେନ ତାଙ୍କୁ ପୁଅ ଭଳି ସ୍ନେହ କରୁଥିଲେ। ସେ ମମତାର ସାକ୍ଷାତ ସ୍ୱରୂପ ଥିଲେ ବୋଲି ରଘୁବର ଦାସ ଉଲ୍ଲେଖ କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ରାଜଧାନୀରେ ଭୁଶୁଡ଼ିଲା ୫ ମହଲା ବିଲ୍ଡିଂ, ମୃତ୍ୟୁ ସଂଖ୍ୟା….

ନୂଆଦିଲ୍ଲୀ,୭।୧୦: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀରେ ଏକ ୫ ମହଲା ବିଲ୍ଡିଂ ଭୁଶୁଡ଼ି ପଡ଼ିଛି । ତେବେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଏବେ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?