ମୁଖ୍ୟମନ୍ତ୍ରୀଙ୍କ ଘରେ ପହଞ୍ଚିଲା କରୋନା

ରାଞ୍ଚି,୧।୮: ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବେକାବୁ ହେବାରେ ଲାଗିଛି। ଧନୀ ହୁଅନ୍ତୁ କି ଗରିବ, ଜନତା ହୁଅନ୍ତୁ କି ନେତା ସମସ୍ତେ ଏବେ କରୋନା କବଳରେ। ଇତିମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ଘରେ ପୁଣି କରୋନା ପହଞ୍ଚିଥିବା ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ସୋରେନଙ୍କ ଗାଡ଼ି ଡ୍ରାଇଭର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଜଣେ ବ୍ୟକ୍ତିଗତ ସଚିବ ମଧ୍ୟ ଆକ୍ରାନ୍ତ ହୋଇଥିବା ଖବର ସାମ୍ନାକୁ ଆସିଛି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ସୋରେନଙ୍କ ଡ୍ରାଇଭର ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜରୁରୀକାଳୀନ ସଚିବ କମଲେଶ କୁମାରଙ୍କ ନିକଟରେ କରୋନା ଲକ୍ଷଣ ଦେଖାଯିବାରୁ ତାଙ୍କର ପରୀକ୍ଷା କରାଯାଇଥିଲା। ତେବେ ଆସିଥିବା ରିପୋର୍ଟରେ ସେମାନଙ୍କ କରୋନା ପଜିଟିଭ୍‌ ବାହାରିଛି। ସଚିବ କମଲେଶ ନିକଟରେ ପାଟନାରୁ ଫେରିଥିବା ବେଳେ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ଅନ୍ୟପଟେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ କରୋନା ପହଞ୍ଚିଥିବାରୁ ଅନ୍ୟ କର୍ମଚାରୀଙ୍କ ମଧ୍ୟ ନମୁନା ପରୀକ୍ଷା କରାଯିବ ବୋଲି ସୂଚନା ରହିଛି। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏବଂ ତାଙ୍କ ପତ୍ନୀଙ୍କର ମଧ୍ୟ କରୋନା ପରୀକ୍ଷା କରାଯାଇଥିଲା। ଯେଉଁଥିରେ ଉଭୟଙ୍କ ରିପୋର୍ଟ ନେଗେଟିଭ୍‌ ଆସିଥିଲା। ସୂଚନା ମୁତାବକ, ଝାଡଖଣ୍ଡରେ କରୋନା ବ୍ୟାପିବାରୁ ରୋକିବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାରର ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହା ସତ୍ତ୍ୱେ ମଧ୍ୟ ରାଜ୍ୟରେ ଦିନକୁ ଦିନ ଶହ ଶହ ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ରାଜ୍ୟରେ ଏଯାଏ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୩୧୪ରେ ପହଞ୍ଚିଛି। ସେଥିମଧ୍ୟରୁ ୪,୩୧୪ ସୁସ୍ଥ ହୋଇଥିବା ବେଳେ ୧୦୬ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?