ବଲାଙ୍ଗୀରରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର, ୮ା୭(ବୀରେନ୍ଦ୍ର କୁମାର ଝାଙ୍କର): ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଶୁକ୍ରବାର ବଲାଙ୍ଗୀର ଆସି ଏକ ଦ୍ୱାଦଶାହ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ସଞ୍ଜୟ କୁମାର ମିଶ୍ରଙ୍କ ପିତା ମାର୍କଣ୍ଡ ମିଶ୍ର ଓ ମାତା ଜ୍ୟୋତିର୍ମୟୀ ମିଶ୍ରଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସୋରେନ୍‌ ଯୋଗଦେଇ ଦିବଙ୍ଗତଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ସୋରେନ୍‌ ରାଞ୍ଚତ୍ସ୍ଥିତ ବିର୍ସା ମୁଣ୍ଡା ଉଡ଼ାଜାହାଜ ପଡିଆରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ବଲାଙ୍ଗୀର ଜିଲା ତୁଷରାସ୍ଥିତ ଉଡାଜାହାଜ ପଡିଆକୁ ଆସିଥିଲେ। ସେଠାରୁ ସେ ସଡକ ପଥରେ ବଲାଙ୍ଗୀର ଆସି ହୋଟେଲ ସେଲିବ୍ରେସନ୍‌ ଠାରେ ଆୟୋଜିତ ଦ୍ୱାଦଶାହ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସୋରେନ୍‌ ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ମିଶ୍ରଙ୍କ ସହ ତାଙ୍କ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇଥିଲେ। କିଛିଦିନ ତଳେ ଜଷ୍ଟିସ ମିଶ୍ରଙ୍କ ମାତାଙ୍କ ପରଲୋକ ହୋଇଥିଲା। ତା’ର କିଛି ଦିନ ପରେ ତାଙ୍କ ପିତାଙ୍କ ପରଲୋକ ହୋଇଥିଲା। ଏଠାକୁ ଆସି ଶ୍ରଦ୍ଧାଞ୍ଜଳି ଜଣାଇଛି ବୋଲି କହିଥିଲେ। ସେଠାରେ କିଛି ସମୟ ରହିବା ପରେ ସେ ପୁଣି ତୁଷରା ଉଡାଜାହାଜ ପଡିଆକୁ ଯାଇ ସେଠାରୁ ରାଞ୍ଚତ୍ ଅଭିମୁଖେ ଫେରିଥିବା ଜଣାପଡିଛି। ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ, ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ, ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରାଣା, ଏସ୍‌ପି ଋଷିକେଶ ଖିଲାରି, ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂଦେଓ ବିଭିନ୍ନ କୋର୍ଟର ଜଷ୍ଟିସ୍‌ ଓ ଅନ୍ୟ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ବଲାଙ୍ଗୀର ଟିକ୍ରାପଡା ସ୍ଥିତ ବାସଭବନରେ ଗତ ଜୁନ୍‌ ୧୭ ତାରିଖ ଜଷ୍ଟିସ୍‌ ମିଶ୍ରଙ୍କ ମାତା ଜ୍ୟୋତିର୍ମୟୀଙ୍କ ବିୟୋଗ ଘଟିଥିଲା। ଏହାପରେ ଗତ ଜୁନ ୨୬ରେ ତାଙ୍କ ପିତା ବିଶିଷ୍ଟ ଆଡଭୋକେଟ୍‌୍‌ ମାର୍କଣ୍ଡ ମିଶ୍ରଙ୍କ ପରଲୋକ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri