Posted inଜାତୀୟ

ଝାଡ଼ଖଣ୍ଡ ମୁଖ୍ୟ ସଚିବ, ଡିଜିପିଙ୍କୁ ସୁପ୍ରିମକୋର୍ଟଙ୍କ ରିପୋର୍ଟ ତଲବ

ନୂଆଦିଲ୍ଲୀ, ୩୧।୭: ଝାଡ଼ଖଣ୍ଡ ଧାନବାଦ ଜିଲାର ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ଉତ୍ତମ ଆନନ୍ଦଙ୍କୁ ଅଟୋ ମଡ଼ାଇ ହତ୍ୟା ଘଟଣାକୁ ସୁପ୍ରିମକୋର୍ଟ ଶୁକ୍ରବାର ନିଜ ଆଡ଼ୁ ବିଚାର ପାଇଁ ଗ୍ରହଣ କରିବା ସହ ରାଜ୍ୟ ମୁଖ୍ୟ ଶାସନ ସଚିବ ଏବଂ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କୁ ରିପୋର୍ଟ ତଲବ କରିଛନ୍ତି। ସପ୍ତାହେ ମଧ୍ୟରେ ତଦନ୍ତର ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବା ଲାଗି ସେମାନଙ୍କୁ କୁହାଯାଇଛି। ଦେଶରେ ନ୍ୟାୟିକ ଅଧିକାରୀଙ୍କ ଉପରେ ଆକ୍ରମଣ ଘଟୁଥିବାରୁ ସର୍ବୋଚ୍ଚ ଅଦାଲତ ଏହାର ଏସ୍‌ଆଇଟି ତଦନ୍ତ ଉପରେ ନଜର ରଖିବେ ବୋଲି ପ୍ରଧାନ ବିଚାରପତି ଏନ୍‌.ଭି. ରମାନାଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିଛନ୍ତି। ତେବେ ବିଚାରପତି ମୃତ୍ୟୁ ଘଟଣାର ତଦନ୍ତ ଝାଡ଼ଖଣ୍ଡ ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ ହେବ ବୋଲି ସର୍ବୋଚ୍ଚ ଅଦାଲତ ସ୍ପଷ୍ଟ କରିଦେଇଛନ୍ତି। ମର୍ନିଂ ଓ୍ବାକ୍‌ରେ ଯାଇଥିବା ବିଚାରପତିଙ୍କୁ ଏକ ଅଟୋ ଧକ୍କା ଦେବାରୁ ତାଙ୍କର ମୃତ୍ୟୁ ଘଟିଥିଲା। ସିସିଟିଭିରେ ରେକର୍ଡ ହୋଇଥିବା ଦୃଶ୍ୟରୁ ଉଦ୍ଦେଶ୍ୟମୂଳକ ଭାବେ ଦୁର୍ଘଟଣା କରାଯାଇଥିବା ଜଣାପଡ଼ିଥିଲା। ସୋସିଆଲ ମିଡିଆରେ ଏହି ଦୃଶ୍ୟ ଭାଇରାଲ ହୋଇଥିଲା।

ଆଉ ଜଣେ ବିଚାରପତିଙ୍କ କାର୍‌କୁ ଧକ୍କା

ଝାଡ଼ଖଣ୍ଡରେ ଜଣେ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ଙ୍କୁ ଅଟୋ ମଡ଼ାଇ ହତ୍ୟା କରିବା ଘଟଣାର ଦିନକ ପରେ ଉତ୍ତରପ୍ରଦେଶର ଫତେପୁରରେ ଜଣେ ଅତିରିକ୍ତ ଜିଲା ଜଜ୍‌ (ଏଡିଜେ)ଙ୍କ କାର୍‌କୁ ଉଦ୍ଦେଶ୍ୟମୂଳକ ଭାବେ ଏକ ଏସ୍‌ୟୁଭି ଧକ୍କା ଦେଇଥିବା ଅଭିଯୋଗ ହୋଇଛି। ଏନେଇ ଏଡିଜେ କୌଶମ୍ବି ଜିଲା ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ଗୁରୁବାର ସନ୍ଧ୍ୟାରେ ଚକ୍ୱାନ ଛକ ନିକଟରେ ଦ୍ରୁତ ବେଗରେ ଆସୁଥିବା ଏସ୍‌ୟୁଭି ଏଡିଜେଙ୍କ କାର୍‌କୁ ଧକ୍କା ଦେଇଥିଲା। ଏହା ଜଣେ ଅଭିଯୁକ୍ତଙ୍କ କାର୍ଯ୍ୟ ହୋଇଥାଇପାରେ ବୋଲି ଏଡିଜେ ସନ୍ଦେହ କରିଛନ୍ତି। ତାଙ୍କୁ ଜାମିନ ଦେବାକୁ ଏଡିଜେ ମନା କରିଦେବା ପରେ ଏହାର ପରିଣାମ ଭୋଗିବ ବୋଲି ଅଭିଯୁକ୍ତ ଜଣକ ଧମକ ଦେଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri