Posted inଜାତୀୟ

ଦ୍ରୌପଦୀ ନା ଯଶଓ୍ବନ୍ତ କାହାକୁ ସମର୍ଥନ କରିବେ ସୋରେନ

ନୂଆଦିଲ୍ଲୀ,୨୭।୬: ରାଷ୍ଟ୍ରପତି ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ପ୍ରାର୍ଥୀ ତଥା ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବା ପ୍ରସଙ୍ଗରେ ରାଜ୍ୟର ଶାସକ ଦଳ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ଏବେ ଦ୍ୱନ୍ଦରେ ପଡ଼ିଯାଇଛି। ଜୁଲାଇ ୧୮ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ଜେଏମ୍‌ଏମ୍‌ ନିଷ୍ପତ୍ତି ନେଇଛି ଯେ, ଏହି ପ୍ରସଙ୍ଗରେ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ନିଜେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବେ। ଇତିମଧ୍ୟରେ ସୋମବାର ହେମନ୍ତ ସୋରେନ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତକାର କରିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଆଲୋଚନା ହୋଇଥିଲା। ଅନ୍ୟପଟେ ସୋମବାର ହେମନ୍ତ ସୋରେନ ଶାହାଙ୍କ ବ୍ୟତୀତ ଦିଲ୍ଲୀରେ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ମଧ୍ୟ ଭେଟିଛନ୍ତି। ତେବେ ଉଭୟ ନେତାଙ୍କ ସହ ସାକ୍ଷାତକାର ପରେ ବି ରାଷ୍ଟ୍ରପତି ନିର୍ବାଚନରେ ସେ କାହାକୁ ସମର୍ଥନ କରିବେ ସେନେଇ ହେମନ୍ତ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ଦେଇନାହାନ୍ତି। ତେବେ ଉଭୟ ନେତାଙ୍କ ସହ ଏହି ସାକ୍ଷାତକାରକୁ ନେଇ ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭିଡ଼ିଓ କରି ଏମିତି କହିଲେ ପ୍ରଧାନମନ୍ତ୍ରୀ: ଦେଶରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିଳମ୍ବିତ ରାତିରେ ଏକ ଭିଡିଓ ସନ୍ଦେଶ ଜାରି କରି ଦେଶର ଯୁବପିଢ଼ି ଏବଂ ସାଧାରଣ ଜନତାଙ୍କୁ ଭରସା ଦେଇଛନ୍ତି ଯେ…

ଆଜି ଦେଶବ୍ୟାପୀ ବିକ୍ଷୋଭ ଡାକରା: ଜାଣନ୍ତୁ କ’ଣ ଖୋଲା, କ’ଣ ବନ୍ଦ

ନୂଆଦିଲ୍ଲୀ,୨୪ା୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ଗତ ୨୦ ତାରିଖ ଚଲୋ ସଂସଦ ଅଭିଯାନ ବେଳେ ଛାତ୍ରୀଛାତ୍ରଙ୍କ ଉପରେ ଲାଠିମାଡ଼ କରାଯିବାରୁ ଅନେକେ ଆହତ ହୋଇଥିଲେ। ପୋଲିସ…

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri