ମୁଖ୍ୟମନ୍ତ୍ରୀଙ୍କୁ ବଡ଼ ଅନୁରୋଧ କଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, କଲେ ଏହି ଦାବି

ଭୁବନେଶ୍ୱର,୧୭।୯: ରାଞ୍ଚିର ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ମାମଲାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ଲୋଡ଼ି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ ଦାବି କରିଛନ୍ତି।

ରାଞ୍ଚିର ୧୯ ବର୍ଷ ବୟସରେ ଅଭିଷେକ ରବିଙ୍କ ମୃତ୍ୟୁକୁ ସମବେଦନା ଜଣାଇ ଭୁବନେଶ୍ୱରରେ ଥିବା ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଛାତ୍ରଙ୍କ ମୃତ୍ୟୁ ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେବାକୁ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଏକ୍ସ’ରେ ଏକ ପୋଷ୍ଟ କରି ସୋରେନ୍ ଶୋକସନ୍ତପ୍ତ ପରିବାର ପ୍ରତି ଦୁଃଖ ପ୍ରକାଶ କରିଛନ୍ତି କରିଛନ୍ତି।

ଇଞ୍ଜିନିୟରିଂ ପ୍ରଥମ ବର୍ଷର ଛାତ୍ର ରବିଙ୍କୁ ସେପ୍ଟେମ୍ବର ୧୩ ରେ କଲେଜ ହଷ୍ଟେଲରେ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ପରେ ତାଙ୍କୁ ଡାକ୍ତରଖାନାରେ ମୃତ ଘୋଷଣା କରାଯାଇଥିଲା। ତେବେ ରାଞ୍ଚିରୁ ଆସିଥିବା ଛାତ୍ରଙ୍କ ପରିବାର ସଦସ୍ୟ ତାଙ୍କ ମୃତ୍ୟୁ ପଛରେ ର଼୍ୟାଗିଂ ମୁଖ୍ୟ କାରଣ ବୋଲି ଅଭିଯୋଗ କରିଛନ୍ତି।

ତେବେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁକୁ ନେଇ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ କହିଛନ୍ତି ଯେ ଆଇନ ଅନୁଯାୟୀ ତଦନ୍ତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?