Posted inଜାତୀୟ

ଭାଜପା ଶିବିରକୁ ଯାଇପାରନ୍ତି ଝାଡ଼ଖଣ୍ଡ କଂଗ୍ରେସ ବିଧାୟକ

ରାଞ୍ଚତ୍,୧୭ା୭:(ଆଇଏଏସ୍‌ଏସ୍‌):ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ରାଜନୈତିକ ସଙ୍କଟ ପରେ ଏବେ ଝାଡ଼ଖଣ୍ଡର କଂଗ୍ରେସ ବିଧାୟକମାନେ ଭାଜପା ଶିବିରକୁ ଡେଇଁପାରନ୍ତି ବୋଲି ଆଶଙ୍କା ସୃଷ୍ଟି ହୋଇଛି। ଭାଜପା ଏବେ କଂଗ୍ରେସର କେତେଜଣ ବିଧାୟକଙ୍କୁ ନିଜ ପଟକୁ ନେବା ଲାଗି ଉଦ୍ୟମ ଚଳାଇଥିବା ବରିଷ୍ଠ କଂଗ୍ରେସ ନେତା ତଥା ଝାଡ଼ଖଣ୍ଡ ମନ୍ତ୍ରୀ ରାମେଶ୍ୱର ଓରାଓଁ କହିଛନ୍ତି। ତେବେ ଭାଜପା ପକ୍ଷରୁ ଏଭଳି ଅଭିଯୋଗକୁ ଖଣ୍ଡନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଉପରେ ଚାପ ପକାଇବା ପାଇଁ କଂଗ୍ରେସ ରଣକୌଶଳ ଆପଣାଉଥିବା ଭାଜପା କହିଛି। ରାଜ୍ୟ ସଭା ନିର୍ବାଚନ ବେଳେ ଭାଜପା କେତେଜଣ କଂଗ୍ରେସ ବିଧାୟକଙ୍କୁ କିଣିବା ପାଇଁ ଉଦ୍ୟମ କରିଥିଲା। ଏଥିପାଇଁ ସେମାନଙ୍କୁ ଟଙ୍କା ଓ ପଦବୀ ଯଚାଯାଇଥିଲା। ଗୈରିକ ଦଳ କ୍ରମାଗତ ଭାବେ କଂଗ୍ରେସ ବିଧାୟକଙ୍କୁ ପ୍ରଲୋଭନ ଦେଖାଇ ଚାଲିଥିବା ରାମେଶ୍ୱର ଅଭିଯୋଗ କରିଛନ୍ତି। କଂଗ୍ରେସ ମନ୍ତ୍ରୀଙ୍କ ଅଭିଯୋଗକୁ ଭାଜପା ଝାଡ଼ଖଣ୍ଡ ମୁଖପାତ୍ର ପ୍ରତୁଲ ସହଦେବ ଖଣ୍ଡନ କରିଛନ୍ତି। କଂଗ୍ରେସ ଝାଡ଼ଖଣ୍ଡ ସରକାରର ଅଂଶବିଶେଷ ହୋଇଥିବାରୁ ସେପରି କିଛି ଘଟିଲେ ସେମାନେ ଏତଲା ଦାଏର କରି ଘଟଣାର ତଦନ୍ତ କରାଇବା ଆବଶ୍ୟକ ବୋଲି ପ୍ରତୁଲ କହିଛନ୍ତି। ରାଜ୍ୟରେ କରୋନା ସ୍ଥିତି ଉଦ୍‌ବେଗଜନକ ସ୍ତରରେ ପହଞ୍ଚତ୍ଥିବାରୁ ଏହା ଉପରୁ ଲୋକଙ୍କ ନଜର ହଟାଇବା ପାଇଁ କଂଗ୍ରେସ ଏଭଳି ମିଥ୍ୟା ଅଭିଯୋଗ କରୁଥିବା ଭାଜପା ମୁଖପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri