Posted inଜାତୀୟ

ଉଡାଣ ଭରିବାର ମାତ୍ର ୧ମିନିଟ୍‌ ମଧ୍ୟରେ ଘର ସହ ଧକ୍କା ହେଲା ବିମାନ: ଭିଡିଓ ଭାଇରାଲ

ରାଞ୍ଚି,୨୪।୩: ଝାଡ଼ଖଣ୍ଡର ଧାନବାଦ ଜିଲାରେ ଉଡାଣ ଭରିବାର ମାତ୍ର କିଛି ସମୟ ମଧ୍ୟରେ ଏକ ଗ୍ଲାଇଡର୍‌ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ୫୦୦ମିଟର ଦୂର ତଳକୁ ଖସି ଏକ ଘର ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ଗ୍ଲାଇଡର ବିମାନର ପାଇଲଟ ଏବଂ ଜଣେ ୧୪ବର୍ଷର ଶିଶୁ ଗୁରୁତର ଆହତ ହୋଇଛନ୍ତି ବୋଲି ବରଓ୍ବାଡା ପୋଲିସ ସୂଚନା ଦେଇଛି। ଅନ୍ୟପଟେ ଏହି ଘଟଣାର ଭିଡିଓ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭାଇରାଲ ହୋଇଥିବା ଭିଡିଓରେ ଦେଖିବାକୁ ମିଳିଛି ଯେ, ବିମାନଟି ଉଡ଼ିବାର ମାତ୍ର ୧ମିନିଟ୍‌ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଗ୍ଲାଇଡର ବିମାନ ନୀଲେଶ କୁମାର ନାମକ ଜଣେ ବ୍ୟକ୍ତିଙ୍କ ଘର ଆଗ ପାର୍ଶ୍ୱରେ ପଡ଼ିଯାଇଥିଲା। ସୌଭାଗ୍ୟବଶତଃ ପରିବାର କୌଣସି ସଦସ୍ୟ ଆହତ ହୋଇ ନ ଥିବା ବେଳେ ସେଠାରେ ଖେଳୁଥିବା ଛୁଆମାନେ ମଧ୍ୟ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସୂଚନାଯୋଗ୍ୟ, ଗୁରୁବାର ସନ୍ଧ୍ୟା ୫ଟା ୩୦ରେ ଧାନବାଦର ବରଓ୍ବାଡା ବିମାନ ବନ୍ଦରରୁ ଗ୍ଲାଇଡର ବିମାନ ଉଡାଣ ଭରିଥିଲା। ଉଡାଣ ଭରିବାର କିଛି ସମୟ ମଧ୍ୟରେ ଏହା ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଉକ୍ତ ବିମାନରେ ୩ଜଣ ଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ପାଇଲଟଙ୍କ ସହ ଜଣେ ଯାତ୍ରୀ ମଧ୍ୟ ଥିଲେ। ଯାହାର ବୟସ ୧୪ବର୍ଷ ବୋଲି କୁହାଯାଉଛି। ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?