Posted inଜାତୀୟ

ଦଶମ, ଦ୍ୱାଦଶ ଶ୍ରେଣୀ ଟପ୍ପରଙ୍କୁ କାର୍‌ ଗିଫ୍ଟ କଲେ ଶିକ୍ଷାମନ୍ତ୍ରୀ

ରାଞ୍ଚି, ୨୪।୯: ଝାଡ଼ଖଣ୍ଡର ଶିକ୍ଷା ମନ୍ତ୍ରୀ ଜଗରନାଥ ମହତୋ ଶେଷରେ ନିଜ ପ୍ରତିଜ୍ଞା ପୂରଣ କରିଛନ୍ତି। ରାଜ୍ୟରେ ଚଳିତ ବର୍ଷ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାର ଟପ୍ପରଙ୍କୁ ଗିଫ୍ଟ ଆକାରରେ ଜଗରନାଥ କାର୍‌ ପ୍ରଦାନ କରିଛନ୍ତି। ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ଏଭଳି ମହଙ୍ଗା ଉପହାର ପ୍ରଦାନ କରାଯାଇଥିବା ଜଣାପଡ଼ିଛି।
ଏକାଡେମୀକ କାଉନସିଲ (ଜେଏସି) ଆନୁକୂଲ୍ୟରେ ଆୟୋଜିତ ରାଜ୍ୟ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଟପ୍ପରଙ୍କୁ ପୁରସ୍କାର ଆକାରରେ କାର୍‌ ପ୍ରଦାନ କରିବାକୁ ଜଗରନାଥ ସେପ୍ଟେମ୍ବର ୧୮ରେ ଘୋଷଣା କରିଥିଲେ। ଦଶମ ଶ୍ରେଣୀରେ ମନୀଷ କୁମାର କଟିୟାର (୯୮ ପ୍ରତିଶତ ନମ୍ବର) ଏବଂ ଅମିତ୍‌ କୁମାର (୯୧.୪) ଦ୍ୱାଦଶ ଶ୍ରେଣୀରେ ଟପ୍ପର ହୋଇଥିଲେ। ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଶିକ୍ଷା ମନ୍ତ୍ରୀ ଓ ଝାଡ଼ଖଣ୍ଡ ବିଧାନସଭା ବାଚସ୍ପତି ରବୀନ୍ଦ୍ର ନାଥ ମହତୋ ଉଭୟ ମନୀଷ ଓ ଅମିତ୍‌ଙ୍କୁ କାର୍‌ ଚାବି ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଇଇଟି ପରେ ସରକାରଙ୍କ ଚିନ୍ତା ବଢ଼ାଇଛି ଇ-୨୦ ଅସନ୍ତୋଷ: ଅଗଷ୍ଟ ୪ରେ…

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଏନ୍‌ଇଇଟି ବିବାଦ ପରେ ଏବେ ୨୦% ଇଥାନଲ୍‌-ମିଶ୍ରିତ ପେଟ୍ରୋଲ (ଇ-୨୦)କୁ ନେଇ କେନ୍ଦ୍ର ସରକାରଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀର କେତେକ ପ୍ରମୁଖ…

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri