Posted inଜାତୀୟ

ପରଲୋକରେ ଝାଡଖଣ୍ଡ ଶିକ୍ଷାମନ୍ତ୍ରୀ

ରାଞ୍ଚି,୬।୪: ପରଲୋକରେ ଝାଡଖଣ୍ଡର ଶିକ୍ଷାମନ୍ତ୍ରୀ ଜଗରନାଥ ମହତୋ। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଟୁଇଟର ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ଜଗରନାଥ ମହତୋ ଆଉ ନାହାନ୍ତି। ଆଜି ଝାଡଖଣ୍ଡ ଜଣେ ମହାନ ଆନ୍ଦୋଳନକାରୀ, ପରିଶ୍ରମୀ ତଥା ଲୋକପ୍ରିୟ ନେତାଙ୍କୁ ହରାଇଛି। ଚେନ୍ନାଇରେ ଚିକିତ୍ସା ସମୟରେ ଜଗରନାଥ ମହତୋଙ୍କର ଦେହାନ୍ତ ହୋଇଛି। ଶୋକସନ୍ତପ୍ତ ପରିବାରକୁ ଏହିି ଦୁଃଖ ସହିବାକୁ ଭଗବାନ ଶକ୍ତି ଦିଅନ୍ତୁ।

ମାର୍ଚ୍ଚ ୧୪ରେ ବିଧାନସଭାର ବଜେଟ ଅଧିବେଶନରେ ତାଙ୍କ ସ୍ବାସ୍ଥ୍ୟ ହଠାତ୍‌ ବିଗିଡିଯାଇଥିଲା। ଏହି କାରଣରୁ ତାଙ୍କୁ ରାଞ୍ଚିର ପାରସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ କ୍ରମେ ତାଙ୍କୁ ଚିକିତ୍ସା ପାଇଁ ତୁରନ୍ତ ଚେନ୍ନାଇକୁ ପଠାଇ ଦିଆଯାଇଥିଲା। ସେ ଚେନ୍ନାଇର ଏକ ବଡ ଡାକ୍ତରଖାନାରେ ଡାକ୍ତରଙ୍କ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଥିଲେ। ହେଲେ ଗୁରୁବାର ସକାଳେ ତାଙ୍କର ଦେହାନ୍ତ ହୋଇଛି। ଶିକ୍ଷାମନ୍ତ୍ରୀଙ୍କ ଦେହାନ୍ତ ଖବର ନେଇ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ଜିଆର୍‌ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍‌ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ…

ଜିଲା ପରିଷଦ ସୋମନାଥଙ୍କ ଉଦ୍ୟମ ସଫଳ ହେଲା, ବଉଳା ନାଳ ଉପରେ ପୋଲ ନିର୍ମାଣ ପାଇଁ ମିଳିଲା ଅନୁମତି

ହାଟଡିହୀ/ଛେନାପଦୀ,୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳକୁ ଯୋଗାଯୋଗ ପାଇଁ ରାସ୍ତା ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri