Posted inଜାତୀୟ

ମହିଳାଙ୍କୁ ମିଳିବ ୨୫୦୦ ଟଙ୍କା: ଘୋଷଣାପତ୍ରରେ ଏଭଳି ପ୍ରତିଶ୍ରୁତି ଦେଲେ ହେମନ୍ତ

ରାଞ୍ଚି,୧୧।୧୧: ଝାଡଖଣ୍ଡର ଶାସକ ଜେଏମଏମ ସୋମବାର ଏହାର ନିର୍ବାଚନୀ ମନିଫେଷ୍ଟୋ ପ୍ରକାଶ କରିଛି। ୨୨ ପୃଷ୍ଠାର ମନିଫେଷ୍ଟୋରେ ଜେଏମଏମ କୃଷି, ଶିକ୍ଷା, ରୋଜଗାର, ମହିଳା, ସ୍ବାସ୍ଥ୍ୟ, ସାମାଜିକ ସୁରକ୍ଷା, ଶିଳ୍ପ, ସହରାଞ୍ଚଳ ବିକାଶ, ପର୍ଯ୍ୟଟନ ଏବଂ କ୍ରୀଡା କ୍ଷେତ୍ରରେ ବଡ଼ ପ୍ରତିଶ୍ରୁତି ଦେଇଛି। ଏଥିରେ ସଂରକ୍ଷଣ ସମ୍ବନ୍ଧରେ ସବୁଠାରୁ ବଡ ପ୍ରତିଶ୍ରୁତି ଦିଆଯାଇଛି , ଯାହା ୬୭ ପ୍ରତିଶତକୁ ବୃଦ୍ଧି କରାଯିବ ବୋଲି କୁହାଯାଇଛି।

ଘୋଷଣାପତ୍ର ଅନୁଯାୟୀ, କୃଷକମାନଙ୍କୁ ୦ ପ୍ରତିଶତ ସୁଧ ହାରରେ କୃଷି ଋଣ ଯୋଗାଇ ଦିଆଯିବ। ଧାନର ସର୍ବନିମ୍ନ ସହାୟତା ମୂଲ୍ୟ କ୍ୱିଣ୍ଟାଲ ପିଛା ୩୧୦୦ ଟଙ୍କାକୁ ବୃଦ୍ଧି କରାଯିବ। ସେହିପରି ହେମନ୍ତ ଶିକ୍ଷା କ୍ଷେତ୍ରକୁ ଗୁରୁତ୍ୱ ଦେଇ ଘୋଷଣା କରିଛନ୍ତି ଯେ, ୬୦,୦୦୦ ପଦବୀରେ ଶିକ୍ଷକ, ୧୫,୦୦୦ ପଦବୀରେ ପ୍ରଧାନ ଶିକ୍ଷକ, ୨୫୦୦ ପୋଷ୍ଟରେ କିରାଣୀ, ୫୦୦୦ନର୍ସ, ୧୫୦୦ଡାକ୍ତର, ୧୦ ହଜାର ପୋଲିସ କର୍ମଚାରୀ ନିଯୁକ୍ତି ପାଇବେ। ସେହିପରି ମହିଳାଙ୍କ ପାଇଁ ମଧ୍ୟ ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାରଙ୍କ ସମସ୍ତ ନିଯୁକ୍ତିରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ପଦବୀ ସଂରକ୍ଷିତ ରହିବ। ମଇଁଆ ସମ୍ମାନ ଯୋଜନା ଅଧୀନରେ ରାଜ୍ୟର ସମସ୍ତ ମହିଳାଙ୍କୁ ୨୫୦୦ ଟଙ୍କା ସମ୍ମାନ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ସାରେ ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri