ଝାଡ଼ଖଣ୍ଡ ନିର୍ବାଚନ: ପ୍ରଚାରରେ କେନ୍ଦୁଝର ନେତା

କେନ୍ଦୁଝର,୧୦।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ୨ଟି ପର୍ଯ୍ୟାୟରେ ହେବ। ଆସନ୍ତା ୧୩ ଓ ୨୦ତାରିଖରେ ଝାଡ଼ଖଣ୍ଡ ନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ।

୧୩ ତାରିଖରେ ହେବାକୁ ଥିବା ୪୩ଟି ବିଧାନସଭା ଆସନରୁ ୧୪ଟି ଆସନରେ ଓଡ଼ିଆଙ୍କ ପ୍ରଭାବ ରହିଛି। ଏହି ଆସନ ପାଇଁ ଓଡ଼ିଆ ନେତାମାନେ ପ୍ରଚାର କରୁଥିବା ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କଠାରୁ ଆରମ୍ଭ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭିନ୍ନ ସମାବେଶରେ ସାମିଲ ହେଉଛନ୍ତି।

ଚକ୍ରଧରପୁର, ଚାଇଁବସା, ଜଗନ୍ନାଥପୁର, ଷଢ଼େଇକଳା, ମାଜଗାଁ, ମନୋହରପୁର, ଜାମସେଦପୁର(ପୂର୍ବ) ଓ ଜାମସେଦପୁର (ପଶ୍ଚିମ) ପ୍ରମୁଖ ବିଧାନସଭା ଅଞ୍ଚଳରେ କେନ୍ଦୁଝର ଜିଲାର ନେତା ଡେରା ପକାଇଥିବା ସୂଚନା ମିଳିଛି। ଜିଲାର ୨ ଭାଜପା ବିଧାୟକ ଅଖିଳ ନାୟକ ଏବଂ ଡ. ଫକିର ନାୟକଙ୍କ ସହ ପୂର୍ବତନ ଜିଲା ସଭାପତି ରାଧାକାନ୍ତ ମହାନ୍ତ ପ୍ରମୁଖ ବିଭିନ୍ନ ବିଧାନସଭା ଦାୟିତ୍ୱରେ ରହି ନିର୍ବାଚନ ପ୍ରଚାର କାର୍ଯ୍ୟରେ ସହଯୋଗ କରୁଛନ୍ତି।

ପୂର୍ବତନ ଜିଲା ସଭାପତି ମହାନ୍ତ ଜଗନ୍ନାଥପୁର ବିଧାନସଭା କ୍ଷେତ୍ରର ପ୍ରବାସୀ ପ୍ରଭାରୀ ଭାବେ ରଣନୀତି କରୁଥିବା ସୂଚନା ମିଳିଛି। ପ୍ରକାଶଯୋଗ୍ୟ, ଏହି ଆସନରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ମଧୁ କୋଡାଙ୍କ ସ୍ତ୍ରୀ ଗୀତା କୋଡା ଭାଜପାର ପ୍ରାର୍ଥୀ ହୋଇଛନ୍ତି।

ସେହିପରି ଯୁବମୋର୍ଚ୍ଚା ରାଜ୍ୟ ସଂଯୋଜକ ଯଜ୍ଞ ପ୍ରସାଦ ସାହୁ ଷଢ଼େଇକଳା, ଜଗନ୍ନାଥପୁର, ଚକ୍ରଧରପୁର ନିର୍ବାଚନ ମଣ୍ଡଳୀରେ ବୈଠକ କରୁଛନ୍ତି। ଚମ୍ପୁଆ ମଣ୍ଡଳ ସଭାପତି ରାଜେଶ ଆଚାର୍ଯ୍ୟ, ନାରୀନେତ୍ରୀ ଦାସମତି ଚାତାର, ଝରଣା ମହାନ୍ତ, ମମିତା ଭୌମିକ, ତୃପ୍ତିମୟୀ ମହାନ୍ତ, ଜୟନ୍ତୀ ମହାକୁଡ, ମଞ୍ଜରୀ ମୁର୍ମୁ, ପାଟଣାର ସମବାରି ମୁଣ୍ଡା ପ୍ରମୁଖ ବିଭିନ୍ନ ପଞ୍ଚାୟତ ଦାୟିତ୍ୱରେ ରହି ନିର୍ବାଚନ ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri