ଯେଉଁଠି ହାରିଥିଲେ ଶ୍ୱଶୁର, ସେଇଠି ପ୍ରାର୍ଥୀ ହେଲେ ବୋହୂ

ଭୁବନେଶ୍ୱର/ରାଞ୍ଚି,୨୦।୧୦: ଭାରତୀୟ ଜନତା ପାର୍ଟି ଝାଡଖଣ୍ଡର ନିର୍ବାଚନୀ ଯୁଦ୍ଧରେ ୬୬ଜଣ ପ୍ରାର୍ଥୀଙ୍କୁ ମଇଦାନକୁ ଓହ୍ଲାଇଛି। ଏହି ପ୍ରାର୍ଥୀଙ୍କ ମଧ୍ୟରେ ବାବୁ ଲାଲ ମାରାଣ୍ଡି, ଚମ୍ପାଇ ସୋରେନ, ସୁଦର୍ଶନ ଭାଗବତଙ୍କ ନାମ ପ୍ରମୁଖ ରହିଛି। ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ କଳ୍ପନା ସୋରେନଙ୍କ ବିରୋଧରେ ଭାଜପା ମୁନିୟା ଦେବୀଙ୍କୁ ଫିଲ୍ଡିଂ କରିଛି। ନାମ ଏବଂ ଆସନ ବ୍ୟତୀତ ଭାଜପା ତାଲିକାରେ ପରିବାରବାଦ ଓ ଦଳବଦଳ ନେତାଙ୍କୁ ଅଧିକ ପ୍ରାଧାନ୍ୟ ମିଳିଥିବା ଦେଖିବାକୁ ମିଳିଛି। ୬୬ ଟି ସିଟ ମଧ୍ୟରୁ ୧୩ ଟିରେ ଭାଜପା ଦଳବଦଳେଇ ଆସିଥିବା ନେତାଙ୍କୁ ମଇଦାନକୁ ଓହ୍ଲାଇଛି। ଭାଜପା ଚମ୍ପାଇ ସୋରେନଙ୍କ ପୁଅ ବାବୁଲାଲ ସୋରେନ, ଅର୍ଜୁନ ମୁଣ୍ଡାଙ୍କ ସ୍ତ୍ରୀ ମେରା ମୁଣ୍ଡା, ମଧୁ କୋଡାଙ୍କ ପତ୍ନୀ ଗୀତା କୋଡା, ଓଡ଼ିଶା ରାଜ୍ୟପାଳ ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମା ସାହୁଙ୍କୁ ଟିକେଟ୍‌ ଦେଇଛି।

ଘାଟସିଲାରୁ ଚମ୍ପାଇଙ୍କ ପୁଅ ବାବୁଲାଲଙ୍କୁ ଭାଜପା ଟିକେଟ ଦେଇଛି। ଶିବୁ ସୋରେନଙ୍କ ବୋହୂ ସୀତାଙ୍କୁ ଜାମତାରରୁ ଫିଲ୍ଡିଂ କରାଯାଇଛି। ରାଜ୍ୟପାଳ ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମାଙ୍କୁ ଜାମସେଦପୁର ପୂର୍ବରୁ ଟିକେଟ୍‌ ମିଳିଛି। ତେବେ ପୂର୍ଣ୍ଣିମା ଛତିଶଗଡର ଝିଅ ହୋଇଥିବାବେଳେ ଝାଡ଼ଖଣ୍ଡର ବୋହୂ। ଏହି ଆସନରୁ ରଘୁବର ଦାସ ନିଜେ ୨୦୧୯ରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରି ପରାଜୟ ବରଣ କରିଥିଲେ। ତେବେ ଟିକେଟ ମିଳିବା ପରେ ଗତ ସାଢେ ୬ ବର୍ଷ ଧରି ସେ ଝାଡ଼ଖଣ୍ଡର ଝିଅ ଭାବେ ସେବା କରିଛନ୍ତି ବୋଲି ପୂର୍ଣ୍ଣିମା କହିଛନ୍ତି।

ସୂଚନାଯୋଗ୍ୟ, ଝାଡ଼ଖଣ୍ଡରେ ୧୩ ନଭେମ୍ବର ଓ ୨୦ ନଭେମ୍ବରରେ ମତଦାନ ଓ ନଭେମ୍ବର ୨୩ରେ ଭୋଟ ଗଣତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri