ନୀଳଗିରିରେ ଝାଡ଼ଖଣ୍ଡୀ ହାତୀପଲ

ସଜନାଗଡ଼, ୨୯।୧୨(ଡି.ଏନ.ଏ.)  ଝାଡଖଣ୍ଡ ଦଲମା ଜଙ୍ଗଲରୁ ୩୯ ଟିକିଆ ହାତୀପଲ ଓଡ଼ିଶା ସୀମାନ୍ତ ପାରି ହୋଇ ଚିରାଚରିତ ରାସ୍ତା ମୟୂରଭଞ୍ଜ ଜିଲା ନଡ଼ପୁର, ବୁଢ଼ାବଳଙ୍ଗ ନଦୀ ଦେଇ ମଙ୍ଗଳବାର ଭୋରରେ ନୀଳଗିରି ରେଞ୍ଜ ଅଧୀନ ପୁନ୍ଦାଳ, କାଠପାଳ, ଦୁର୍ଗାଦେବୀ, ପାଟଣା, ଅଯୋଧ୍ୟା ରାସ୍ତା ଦେଇ ଗୋପାଳପୁର ସଂରକ୍ଷିତ ଜଙ୍ଗଲରେ ପ୍ରବେଶ କରିଛନ୍ତି। ଦିନରେ ହାତୀପଲ ଖାଦ୍ୟ ଅନ୍ବେଷଣରେ ଜଙ୍ଗଲରୁ ବାହାରିଥିଲେ। ହେଲେ ବିଲରେ ଧାନ ନ ଥିବାରୁ ହାତୀପଲ ଗାଁମୁହାଁ ହୋଇ ଦୁଇ ତିନୋଟି ସ୍ଥାନରେ ଘରେ ଥିବା ଧାନପୁଞ୍ଜିରୁ ଧାନ ଖାଇବା ସହ ଅଧିକ ନଷ୍ଟ କରିଛନ୍ତି।
ନଭେମ୍ବର ୨୫ରେ ୧୬ଟିକିଆ ହାତୀପଲ ଗୋଟିଏ ଦିନ ରହି ଫେରିଯାଇଥିଲେ। ଆଜି ପୁଣି ଯେଉଁ ହାତୀପଲ ଆସିଛନ୍ତି ତନ୍ମଧ୍ୟରେ ୧୨ ଦନ୍ତା ଥିବାବେଳେ ୧୦ ଛୁଆ, ୧୭ ମା’ ହାତୀ ଅଛନ୍ତି। ହାତୀପଲ ଆସିଥିବା ଖବରପାଇ ଗୋପାଳପୁର ଓ ତିନିକୋଶିଆ ସଂରକ୍ଷିତ ଜଙ୍ଗଲ ସଂଲଗ୍ନ ଗ୍ରାମଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖାଦେଇଛି। ଜଙ୍ଗଲ ଚତୁଃପାର୍ଶ୍ୱରେ ବନବିଭାଗ ପକ୍ଷରୁ କୋଟି କୋଟି ଟଙ୍କା ବ୍ୟୟରେ ସୌରବାଡ ଓ ଟ୍ରେଞ୍ଚ ନିର୍ମାଣ ହେଇଥିଲେ ମଧ୍ୟ ଏବେ ଧ୍ୱସ୍ତବିଧ୍ୱସ୍ତ ହୋଇ ଯାଇଥିବାରୁ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି। ବନବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ର ଦ୍ୱାରା ଗ୍ରାମବାସୀଙ୍କୁ ସଚେତନ କରାଯିବା ସହ ହାଣ୍ଡିଆ, ମହୁଲ, ମାଦକଦ୍ରବ୍ୟ ନ ରଖିବା ଲାଗି କୁହାଯାଇଛି। ହାତୀପଲ ଗତିବିଧି ଉପରେ ନଜର ରଖିବାକୁ ନୀଳଗିରି ବନବିଭାଗର ରେଞ୍ଜର, ଫରେଷ୍ଟର, ଫରେଷ୍ଟ ଗାର୍ଡ଼, ସବୁଜବାହିନୀ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri