Posted inଜାତୀୟ

ଝାଡ଼ଖଣ୍ଡ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଶେଷ : ୬ ମନ୍ତ୍ରୀ, ହେଭିଓ୍ବେଟ ପ୍ରାର୍ଥୀଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ରାଞ୍ଚି,୧୨ା୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ବୁଧବାର ହେବାକୁ ଥିବାବେଳେ ଏଥିପାଇଁ ସୋମବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଶେଷ ଦିନରେ ବିଭିନ୍ନ ଦଳର ନେତାମାନେ ବିଭିନ୍ନ ରାଲି ଓ ସଭାରେ ଯୋଗଦେଇ ପ୍ରଚାରକୁ ଜୋର୍‌ଦାର କରିଥିଲେ। ଏହି ପର୍ଯ୍ୟାୟରେ ୪୩ ଆସନ ପାଇଁ ନିର୍ବାଚନ ହେବାକୁ ଯାଉଥିବାବେଳେ ସେଥିରୁ ଏସ୍‌ସିଙ୍କ ପାଇଁ ୬, ଏସ୍‌ଟିଙ୍କ ନିମନ୍ତେ ୨୦ ଏବଂ ସାଧାରଣ ବର୍ଗଙ୍କ ପାଇଁ ୧୭ ଆସନ ରହିଛି। ୧.୩୭ କୋଟି ଭୋଟର ଏହି ପର୍ଯ୍ୟାୟରେ ୬୮୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ।

ମତଦାନ ପାଇଁ ୧୫,୩୪୪ଟି ବୁଥ୍‌ ହୋଇଛି। ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ଅଛନ୍ତି ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍‌, ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ କ୍ୟାବିନେଟର ୬ ମନ୍ତ୍ରୀ ଡ. ରାମେଶ୍ୱର ଓରାଓଁ, ରାମଦାସ ସୋରେନ୍‌, ବନ୍ନା ଗୁପ୍ତା, ମିଥିଳେଶ ଠାକୁର, ଦୀପକ ବିରୁଆ ଏବଂ ବୈଦ୍ୟନାଥ ରାମ। ଅନ୍ୟ ହେଭିଓ୍ବେଟ ପ୍ରାର୍ଥୀମାନେ ହେଲେ ପୂର୍ବତନ ମନ୍ତ୍ରୀ ଜେଡିୟୁର ସରଯୁ ରାୟ, ପୂର୍ବତନ ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ ଭାଜପାର ସି.ପି. ସିଂ, ନୀରା ଯାଦବ, ନୀଳକଣ୍ଠ ସିଂ ମୁଣ୍ଡା, ରାମଚନ୍ଦ୍ର ଚନ୍ଦ୍ରବଂଶୀ, ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ପ୍ରାର୍ଥୀ କେ.ଏନ୍‌. ତ୍ରିପାଠୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ଓଡ଼ିଶା ରାଜ୍ୟପାଳ ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମା ଦାସ, ଚମ୍ପାଇ ସୋରେନଙ୍କ ପୁଅ ବାବୁଲାଲ୍‌ ସୋରେନ, କ୍ୟାବିନେଟ ମନ୍ତ୍ରୀ ସତ୍ୟାନନ୍ଦ ଭୋକ୍ତାଙ୍କ ବୋହୂ ରଶ୍ମି ପ୍ରକାଶ।

ପ୍ରଥମ ପର୍ଯ୍ୟାୟରେ ଜାତୀୟ ଦଳରୁ ୮୭ ପ୍ରାର୍ଥୀ ରହିଥିବା ବେଳେ ଝାଡ଼ଖଣ୍ଡର ସ୍ବୀକୃତିପ୍ରାପ୍ତ ଦଳରୁ ୩୨, ଅନ୍ୟ ରାଜ୍ୟର ସ୍ବୀକୃତିପ୍ରାପ୍ତ ଦଳରୁ ୪୨ ଏବଂ ଅଣସ୍ବୀକୃତିପ୍ରାପ୍ତ ପଞ୍ଜୀକୃତ ଦଳରୁ ୧୮୮ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏହା ବ୍ୟତୀତ ୩୩୪ ସ୍ବାଧୀନ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି। ୭୩ ଜଣ ମହିଳା ଏବଂ ଜଣେ ତୃତୀୟ ଲିଙ୍ଗୀ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତାରେ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri