Posted inଜାତୀୟ

ଚିକିତ୍ସା ପାଇଁ ଗୋଟିଏ ବୋତଲ ମଦ ମାଗିଲେ ଡାକ୍ତର, ତା’ପରେ

ରାଞ୍ଚି,୨୬।୭: କରୋନା ମହାମାରୀ ସମୟରେ ଡାକ୍ତରଙ୍କ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ସେଥିପାଇଁ ସେମାନଙ୍କୁ କେରାନା ଯୋଦ୍ଧା ଆଖ୍ୟା ଦିଆଯାଇଛି। କିନ୍ତୁ ଝାଡଖଣ୍ଡରେ ଏମିତି ଜଣେ ଡାକ୍ତର ମଧ୍ୟ ଅଛନ୍ତି ଯିଏ ରୋଗୀଙ୍କ ଚିକିତ୍ସା ପାଇଁ ଏକ ବୋତଲ ମଦ ଆବଶ୍ୟକ କରନ୍ତି। ଏହି ଘଟଣା ସାମ୍ନାକୁ ଆସିବା ପରେ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଉକ୍ତ ଡାକ୍ତରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲା ମାଜିଷ୍ଟ୍ରେଟଙ୍କୁ ଚିଠି ଲେଖିଛନ୍ତି। ଏହି ମାମଲା ଝାଡଖଣ୍ଡର ଗିରିଡିହ ଜିଲାରୁ ଆସିଛି। ବିରନି ବ୍ଲକର କାର୍ଯ୍ୟନିର୍ବାହୀ ଚିକିତ୍ସା ଡାକ୍ତର ସେକ ମହମ୍ମଦ ତାଜାଉଦ୍ଦିନ ଚିକିତ୍ସା ବଦଳରେ ଏକ ବୋତଲ ମଦ ବୋତଲ ନେଉଥିବାର ନଜର ଆସିଛନ୍ତି। ତାଙ୍କର ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭାଇରାଲ ଭିଡିଓରେ ଚିକିତ୍ସା ପାଇଁ ସେ ସମ୍ପୂର୍ଣ୍ଣ ଗୋଟିଏ ବୋତଲ ମାଗୁଥିବା ଦେଖିବାକୁ ମିଳିଛି। ପୂର୍ବରୁ ମଧ୍ୟ ସେକ୍‌ ବିବାଦରେ ଥିଲେ। ସ୍ଥାନୀୟ ବିଧାୟକ ବିନୋଦ ସିଂ ତାଙ୍କ ନାଁରେ ଅଭିଯୋଗ ଆଣି ଡାକ୍ତରଙ୍କ ବିରୋଧରେ ତୁରନ୍ତ ପଦକ୍ଷେପ ନେବାକୁ ସେ ସ୍ବାସ୍ଥ୍ୟମନ୍ତ୍ରୀ ବନ୍ନା ଗୁପ୍ତାଙ୍କୁ ଦାବି କରିଛନ୍ତି। ଏହି କାର୍ଯ୍ୟ କେବଳ ଡାକ୍ତରୀ ବୃତ୍ତିକୁ ଦୁର୍ବଳ କରିନାହିଁ ବରଂ ପ୍ରଶାସନକୁ ମଧ୍ୟ ବିବାଦ ଭିତରକୁ ଆଣିଛି। ଚିକିତ୍ସା ପାଇଁ ମଦ ମାଗିବା ସ୍ବାସ୍ଥ୍ୟ ବିଭାଗର ଭାବମୂର୍ତ୍ତିରେ କଳା ଦାଗ ସୃଷ୍ଟି କରିଛି ବୋଲି ବିଧାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri