Posted inଜାତୀୟ

ଲାଲୁଙ୍କୁ ଦଣ୍ଡିତ କରିଥିବା ବିଚାରପତି ଅବସର ନେବା ପୂର୍ବରୁ କଲେ ବିବାହ

ଗୋଡ୍ଡା,୫।୯: ଝାଡ଼ଖଣ୍ଡର ଗୋଡ୍ଡା ଅଞ୍ଚଳରେ ଏକ ରୋଚକ ପ୍ରେମ କାହାଣୀ ସାମ୍ନାକୁ ଆସିଛି। ଉକ୍ତ ଅଞ୍ଚଳର ଜଣେ ଓକିଲଙ୍କ ସହ ବିଚାରପତି ପ୍ରେମ ବିବାହ କରିଛନ୍ତି। ବିଚାରପତି ଜଣଙ୍କ ୫୯ବର୍ଷର ହୋଇଥିବା ବେଳେ ଓକିଲ ଜଣଙ୍କ ତାଙ୍କଠାରୁ ୯ବର୍ଷ ସାନ ବୋଲି ଜଣାପଡ଼ିଛି। ସବୁଠାରୁ ବଡ଼ କଥା ହେଲା ଉକ୍ତ ବିଚାରପତି ଗୋଖାଦ୍ୟ ଦୁର୍ନିତୀ ମାମଲାରେ ଆରଜେଡ଼ି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ଶୁଣାଣି କରି ତାଙ୍କୁ ଦଣ୍ଡିତ କରିଥିଲେ। ଏହାପରେ ସେ ଚର୍ଚ୍ଚାର ପରିସରକୁ ଆସିଥିଲେ। ଆସନ୍ତା ବର୍ଷ ସେ ଅବସର ନେବାକୁ ଯାଉଛନ୍ତି। ସୂଚନାଯୋଗ୍ୟ, ଝାଡ଼ଖଣ୍ଡରେ କଠୋର ବିଚାରପତି ଭାବେ ବେଶ୍‌ ଜଣାଶୁଣା ଶିବପାଲ ସିଂହ(୫୯) ଭାଜପା ନେତ୍ରୀ ତଥା ଓକିଲ ନୂତନ ତିଓ୍ବାରୀ(୫୦)ଙ୍କୁ ବିବାହ କରିଛନ୍ତି। ଝାଡ଼ଖଣ୍ଡରେ ନୂତନଙ୍କୁ ଭାଜପାର ଟାଣୁଆ ନେତା ବୋଲି ଜଣାଯାଏ। ପ୍ରାୟ ଦୁଇ ଦଶନ୍ଧି ପୂର୍ବରୁ ଶିବପାଲଙ୍କ ପତ୍ନୀଙ୍କ ଦେହାନ୍ତ ହୋଇଥିବା ବେଳେ କିଛି ବର୍ଷ ପୂର୍ବେ ନୂତନଙ୍କ ସ୍ବାମୀଙ୍କର ମଧ୍ୟ ପରଲୋକ ଘଟିଛି। ଶିବପାଲଙ୍କ ୨ପୁତ୍ର ଥିବା ବେଳେ ନୂତନଙ୍କ ଗୋଟିଏ ପୁଅ ରହିଛି। ତେବେ ଦୁହିଁଙ୍କ ବିବାହ ପରିବାରର ସହମତିରେ ହୋଇଥିବା ବେଳେ ଏହା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri