ରାଜଧାନୀରେ ଝାଡ଼ଖଣ୍ଡୀ ଲୁଟେରା ଗ୍ୟାଙ୍ଗ୍‌

ଭୁବନେଶ୍ୱର,୪।୧(ବ୍ୟୁରୋ): ଦୀର୍ଘବର୍ଷ ହେବ ସୀମାନ୍ତରେ ଲୁଟ୍‌, ଚୋରି, ଡକାୟତି, ହତ୍ୟା ଆଦି ଅପରାଧ ଘଟାଉଛନ୍ତି ଝାଡ଼ଖଣ୍ଡର ଅପରାଧୀ। ଓଡ଼ିଶା ପୋଲିସର ଶକ୍ତିକୁ ପରଖିବା ପରେ ଏବେ ସେମାନେ ରାଜଧାନୀ ଭୁବନେଶ୍ୱରରେ ରାଜ୍‌ କଲେଣି। ଝାଡ଼ଖଣ୍ଡରୁ ଆସି ଭୁବନେଶ୍ୱରର ଗଳିକନ୍ଦି ବୁଲି ଲୁଟ୍‌ପାଟ କଲେଣି। ଲକ୍‌ଡାଉନ୍‌ ସମୟରେ ଓ ଏବେ ରାଜଧାନୀ ରାଜରାସ୍ତାରେ ଉତ୍ପାତ କରୁଥିବା ଝାଡ଼ଖଣ୍ଡି ଲୁଟେରା ଗ୍ୟାଙ୍ଗ୍‌ର ୩ଜଣଙ୍କୁ ଲକ୍ଷ୍ମୀସାଗର ଥାନା ପୋଲିସ ଧରିବା ପରେ ଏପରି ଚାଞ୍ଚଲ୍ୟକର ତଥ୍ୟ ପଦାକୁ ଆସିଛି। ଅଭିଯୁକ୍ତମାନେ ହେଲେ ଝାଡଖଣ୍ଡ ସାହେବଗଞ୍ଜର ଦୀପକ ମୁମାର(୧୯), କାଞ୍ଚନ ନୁନିଆ(୨୬) ଓ ଅଙ୍କିତ କୁମାର ପାଶଓ୍ବାର(୧୯)। ସେମାନଙ୍କ ନିକଟରୁ ୧୦୪ ଚୋରା ମୋବାଇଲ୍‌ ଫୋନ୍‌ ଜବତ ହୋଇଛି। ପୋଲିସ ଅଭିଯୁକ୍ତଙ୍କ ବିରୋଧରେ ନଂ.୨/୨୧ରେ ମାମଲା ରୁଜୁ କରି କୋର୍ଟଚାଲାଣ କରିଛି। ଏହି ଗ୍ୟାଙ୍ଗରେ ସମ୍ପୃକ୍ତ ଅନ୍ୟମାନଙ୍କୁ ଚିହ୍ନଟ କରିବା ସହ ସେମାନଙ୍କୁ ଗିରଫ ପାଇଁ କମିଶନରେଟ ପୋଲିସ ତଦନ୍ତ ଚଳାଇଛି।
ସୂଚନା ଅନୁଯାୟୀ, ଶନିବାର ସନ୍ଧ୍ୟାରେ ପ୍ରଭାକର ଗୋଏଁଖା ନାମକ ଜଣେ ବ୍ୟକ୍ତି କଳ୍ପନାସ୍ଥିତ ଏକ ମଦ କାଉଣ୍ଟର ନିକଟରେ ଛିଡା ହୋଇଥିଲେ। ଏହି ସମୟରେ କେତେଜଣ ଦୁର୍ବୃତ୍ତ ବାଇକରେ ଆସି ତାଙ୍କ ହାତରୁ ଫୋନ ଝାମ୍ପି ନେଇ ଫେରାର ହୋଇଯାଇଥିଲେ। ଏନେଇ ପ୍ରଭାକର ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ସ୍ଥାନୀୟ ଅଞ୍ଚଳରେ ଲାଗିଥିବା ସିସିଟିଭି କ୍ୟାମେରା ଫୁଟେଜ୍‌ ଯାଞ୍ଚ କରିବା ସହ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଚିହ୍ନଟ କରିଥିଲା। ଅଭିଯୁକ୍ତମାନେ ସ୍ଥାନୀୟ ଚିନ୍ତାମଣିଶ୍ୱର ଫିସେରି କଲୋନୀରେ ଏକ ଘର ଭଡା ନେଇ ରହୁଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଥିଲା। ଉକ୍ତ ଘରେ ଚଢାଉ କରିବା ସହ ଅଭିଯୁକ୍ତମାନଙ୍କୁ କାବୁ କରିବା ସହ ଯାଞ୍ଚ କରିବାରୁ ଲୁଟ୍‌ ମୋବାଇଲ୍‌ ମିଳିଥିଲା। ଅଭିଯୁକ୍ତଙ୍କୁ ପଚରାଉଚରା ବେଳେ ସହରର ବିଭିନ୍ନ ସ୍ଥାନରୁ ସେମାନେ ଏସବୁ ଫୋନ ଲୁଟ୍‌ କରିଥିବା କଥା ପୋଲିସ ଆଗରେ ମାନିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri