ରାଜଧାନୀରେ ଝାଡ଼ଖଣ୍ଡୀ ଲୁଟେରା ଗ୍ୟାଙ୍ଗ୍‌

ଭୁବନେଶ୍ୱର,୪।୧(ବ୍ୟୁରୋ): ଦୀର୍ଘବର୍ଷ ହେବ ସୀମାନ୍ତରେ ଲୁଟ୍‌, ଚୋରି, ଡକାୟତି, ହତ୍ୟା ଆଦି ଅପରାଧ ଘଟାଉଛନ୍ତି ଝାଡ଼ଖଣ୍ଡର ଅପରାଧୀ। ଓଡ଼ିଶା ପୋଲିସର ଶକ୍ତିକୁ ପରଖିବା ପରେ ଏବେ ସେମାନେ ରାଜଧାନୀ ଭୁବନେଶ୍ୱରରେ ରାଜ୍‌ କଲେଣି। ଝାଡ଼ଖଣ୍ଡରୁ ଆସି ଭୁବନେଶ୍ୱରର ଗଳିକନ୍ଦି ବୁଲି ଲୁଟ୍‌ପାଟ କଲେଣି। ଲକ୍‌ଡାଉନ୍‌ ସମୟରେ ଓ ଏବେ ରାଜଧାନୀ ରାଜରାସ୍ତାରେ ଉତ୍ପାତ କରୁଥିବା ଝାଡ଼ଖଣ୍ଡି ଲୁଟେରା ଗ୍ୟାଙ୍ଗ୍‌ର ୩ଜଣଙ୍କୁ ଲକ୍ଷ୍ମୀସାଗର ଥାନା ପୋଲିସ ଧରିବା ପରେ ଏପରି ଚାଞ୍ଚଲ୍ୟକର ତଥ୍ୟ ପଦାକୁ ଆସିଛି। ଅଭିଯୁକ୍ତମାନେ ହେଲେ ଝାଡଖଣ୍ଡ ସାହେବଗଞ୍ଜର ଦୀପକ ମୁମାର(୧୯), କାଞ୍ଚନ ନୁନିଆ(୨୬) ଓ ଅଙ୍କିତ କୁମାର ପାଶଓ୍ବାର(୧୯)। ସେମାନଙ୍କ ନିକଟରୁ ୧୦୪ ଚୋରା ମୋବାଇଲ୍‌ ଫୋନ୍‌ ଜବତ ହୋଇଛି। ପୋଲିସ ଅଭିଯୁକ୍ତଙ୍କ ବିରୋଧରେ ନଂ.୨/୨୧ରେ ମାମଲା ରୁଜୁ କରି କୋର୍ଟଚାଲାଣ କରିଛି। ଏହି ଗ୍ୟାଙ୍ଗରେ ସମ୍ପୃକ୍ତ ଅନ୍ୟମାନଙ୍କୁ ଚିହ୍ନଟ କରିବା ସହ ସେମାନଙ୍କୁ ଗିରଫ ପାଇଁ କମିଶନରେଟ ପୋଲିସ ତଦନ୍ତ ଚଳାଇଛି।
ସୂଚନା ଅନୁଯାୟୀ, ଶନିବାର ସନ୍ଧ୍ୟାରେ ପ୍ରଭାକର ଗୋଏଁଖା ନାମକ ଜଣେ ବ୍ୟକ୍ତି କଳ୍ପନାସ୍ଥିତ ଏକ ମଦ କାଉଣ୍ଟର ନିକଟରେ ଛିଡା ହୋଇଥିଲେ। ଏହି ସମୟରେ କେତେଜଣ ଦୁର୍ବୃତ୍ତ ବାଇକରେ ଆସି ତାଙ୍କ ହାତରୁ ଫୋନ ଝାମ୍ପି ନେଇ ଫେରାର ହୋଇଯାଇଥିଲେ। ଏନେଇ ପ୍ରଭାକର ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ସ୍ଥାନୀୟ ଅଞ୍ଚଳରେ ଲାଗିଥିବା ସିସିଟିଭି କ୍ୟାମେରା ଫୁଟେଜ୍‌ ଯାଞ୍ଚ କରିବା ସହ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଚିହ୍ନଟ କରିଥିଲା। ଅଭିଯୁକ୍ତମାନେ ସ୍ଥାନୀୟ ଚିନ୍ତାମଣିଶ୍ୱର ଫିସେରି କଲୋନୀରେ ଏକ ଘର ଭଡା ନେଇ ରହୁଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଥିଲା। ଉକ୍ତ ଘରେ ଚଢାଉ କରିବା ସହ ଅଭିଯୁକ୍ତମାନଙ୍କୁ କାବୁ କରିବା ସହ ଯାଞ୍ଚ କରିବାରୁ ଲୁଟ୍‌ ମୋବାଇଲ୍‌ ମିଳିଥିଲା। ଅଭିଯୁକ୍ତଙ୍କୁ ପଚରାଉଚରା ବେଳେ ସହରର ବିଭିନ୍ନ ସ୍ଥାନରୁ ସେମାନେ ଏସବୁ ଫୋନ ଲୁଟ୍‌ କରିଥିବା କଥା ପୋଲିସ ଆଗରେ ମାନିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’

ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍‌(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍‌ର ପ୍ରଥମ ‘ପଥ ଉତ୍ସବ’...

ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ

ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

ସତ ହେବ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ! ବର୍ଷ ଆରମ୍ଭରୁ ୬ରାଶି…

୨୦୨୬ ବର୍ଷ ପାଇଁ ବଡ଼ ଭବିଷ୍ୟବାଣୀ କରିଯାଇଛନ୍ତି ବାବା ଭେଙ୍ଗା । କିଛି ରାଶିରେ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି ବର୍ଷ ୨୦୨୬ । ବୃଷ,...

ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ଯିବେ ରାଜଦରବାର

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇଛନ୍ତି। କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ରାଜଦରବାର ଯିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri