Posted inଜାତୀୟ

ଆଜି ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ପଚରାଉଚରା କରିବ ଇଡି, ୫ ମାସ ଧରି ପଠାଉଥିଲା ସମନ

ରାଞ୍ଚି,୨୦।୧: ଜମି ଦୁର୍ନୀତି ମାମଲାରେ ବାରମ୍ବାର ସମନ ମିଳିବା ସତ୍ତ୍ୱେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସମ୍ମୁଖରେ ହାଜର ହେଉନାହାନ୍ତି। ଏମିତିରେ ଇଡି ଟିମ୍‌ ତାଙ୍କୁ ପଚରାଉଚରା କରିବା ଲାଗି ଶନିବାର ରାଞ୍ଚି ଯିବ। ତେବେ ସୋରେନଙ୍କୁ ତାଙ୍କ ବାସଭବନରେ ପଚରାଉଚରା କରିବା ଲାଗି ଟିମ୍‌ ଅପରାହ୍ନ ୧୨ଟାରେ ପହଞ୍ଚିବ ବୋଲି କୁହାଯାଉଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସୋରେନ୍‌ଙ୍କ ବାସଭବନ ସମତେ ରାଞ୍ଚିର ଇଡି କାର୍ଯ୍ୟାଳୟ ସମ୍ମୁଖରେ ପୋଲିସ କର୍ମୀ ମୁତୟନ ହୋଇଛନ୍ତି। ଏପରିକି ଲୋକଙ୍କ ଗହଳି ଆଶଙ୍କା କରି ବ୍ୟାରିକେଡ ମଧ୍ୟ ଲଗାଯାଇଛି। ଅପରପକ୍ଷେ ସୋରେନ ପଚରାଉଚରା ସମୟରେ ସମସ୍ତ ବିଧାୟକ ଏବଂ କ୍ୟାବିନେଟ ମନ୍ତ୍ରୀଙ୍କୁ ରାଞ୍ଚିରେ ରହିବାକୁ କହିଛନ୍ତିି।

ଜମି ଦୁର୍ନୀତି ମାମଲା ସହ ଜଡିତ ମନି ଲଣ୍ଡରିଂ ମାମଲାରେ ପଚରାଉଚରା କରିବା ପାଇଁ ଇଡି ୭ଥର-ଅଗଷ୍ଟ ୧୪, ଅଗଷ୍ଟ ୨୪, ସେପ୍ଟେମ୍ବର ୯, ସେପ୍ଟେମ୍ବର ୨୩, ଅକ୍ଟୋବର ୪, ଡିସେମ୍ବର ୧୨ରେ ସୋରେନଙ୍କୁ ସମନ କରିଥିଲା। କିନ୍ତୁ ସେ ହାଜର ହୋଇ ନ ଥିଲେ। ସୋରେନ୍‌ ଜାନୁଆରୀ ୨ରେ ତାଙ୍କୁ ସମନ ପଠାଇବାର କାରଣ ପଚାରିବା ସହ ଇଡି ଉପରେ ପ୍ରଶ୍ନ ଉଠାଇଥିଲେ। ରାଜନୈତିକ ଉଦ୍ଦେଶ୍ୟରେ ତାଙ୍କୁ ଏହି ସମନ ପଠାଯାଉଛି। ସମନ ପାଇଁ ତାଙ୍କୁ ବାରମ୍ବାର ମିଡିଆ ଟ୍ରାଏଲର ସାମ୍ନା କରିବାକୁ ପଡୁଛି। ଏଭଳି କରି ତାଙ୍କ ଭାବମୂର୍ତ୍ତି ଖରାପ କରିବାକୁ ଚେଷ୍ଟା କରାଯାଉଛି ବୋଲି ସୋରେନ ଇଡିକୁ ଚିଠି ଲେଖି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ପରମାଣୁ ଯୁଦ୍ଧ ନିକଟତର..ପୁଣି ବିଶ୍ୱରେ ଚହଳ ପକାଇଲା ଟ୍ରମ୍ପଙ୍କ ମନ୍ତବ୍ୟ

ଓ୍ବାଶିଂଟନ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ମିଛ ଦାବି କରିଛନ୍ତି। ସେ ୨୦୨୫ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri