Posted inଜାତୀୟ

ଆଜି ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ପଚରାଉଚରା କରିବ ଇଡି, ୫ ମାସ ଧରି ପଠାଉଥିଲା ସମନ

ରାଞ୍ଚି,୨୦।୧: ଜମି ଦୁର୍ନୀତି ମାମଲାରେ ବାରମ୍ବାର ସମନ ମିଳିବା ସତ୍ତ୍ୱେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସମ୍ମୁଖରେ ହାଜର ହେଉନାହାନ୍ତି। ଏମିତିରେ ଇଡି ଟିମ୍‌ ତାଙ୍କୁ ପଚରାଉଚରା କରିବା ଲାଗି ଶନିବାର ରାଞ୍ଚି ଯିବ। ତେବେ ସୋରେନଙ୍କୁ ତାଙ୍କ ବାସଭବନରେ ପଚରାଉଚରା କରିବା ଲାଗି ଟିମ୍‌ ଅପରାହ୍ନ ୧୨ଟାରେ ପହଞ୍ଚିବ ବୋଲି କୁହାଯାଉଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସୋରେନ୍‌ଙ୍କ ବାସଭବନ ସମତେ ରାଞ୍ଚିର ଇଡି କାର୍ଯ୍ୟାଳୟ ସମ୍ମୁଖରେ ପୋଲିସ କର୍ମୀ ମୁତୟନ ହୋଇଛନ୍ତି। ଏପରିକି ଲୋକଙ୍କ ଗହଳି ଆଶଙ୍କା କରି ବ୍ୟାରିକେଡ ମଧ୍ୟ ଲଗାଯାଇଛି। ଅପରପକ୍ଷେ ସୋରେନ ପଚରାଉଚରା ସମୟରେ ସମସ୍ତ ବିଧାୟକ ଏବଂ କ୍ୟାବିନେଟ ମନ୍ତ୍ରୀଙ୍କୁ ରାଞ୍ଚିରେ ରହିବାକୁ କହିଛନ୍ତିି।

ଜମି ଦୁର୍ନୀତି ମାମଲା ସହ ଜଡିତ ମନି ଲଣ୍ଡରିଂ ମାମଲାରେ ପଚରାଉଚରା କରିବା ପାଇଁ ଇଡି ୭ଥର-ଅଗଷ୍ଟ ୧୪, ଅଗଷ୍ଟ ୨୪, ସେପ୍ଟେମ୍ବର ୯, ସେପ୍ଟେମ୍ବର ୨୩, ଅକ୍ଟୋବର ୪, ଡିସେମ୍ବର ୧୨ରେ ସୋରେନଙ୍କୁ ସମନ କରିଥିଲା। କିନ୍ତୁ ସେ ହାଜର ହୋଇ ନ ଥିଲେ। ସୋରେନ୍‌ ଜାନୁଆରୀ ୨ରେ ତାଙ୍କୁ ସମନ ପଠାଇବାର କାରଣ ପଚାରିବା ସହ ଇଡି ଉପରେ ପ୍ରଶ୍ନ ଉଠାଇଥିଲେ। ରାଜନୈତିକ ଉଦ୍ଦେଶ୍ୟରେ ତାଙ୍କୁ ଏହି ସମନ ପଠାଯାଉଛି। ସମନ ପାଇଁ ତାଙ୍କୁ ବାରମ୍ବାର ମିଡିଆ ଟ୍ରାଏଲର ସାମ୍ନା କରିବାକୁ ପଡୁଛି। ଏଭଳି କରି ତାଙ୍କ ଭାବମୂର୍ତ୍ତି ଖରାପ କରିବାକୁ ଚେଷ୍ଟା କରାଯାଉଛି ବୋଲି ସୋରେନ ଇଡିକୁ ଚିଠି ଲେଖି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri