ପୁଣି ରାଜ୍ୟରେ ବନ୍ଦ ହେଲା ସ୍କୁଲ

ରାଞ୍ଚି,୭।୪: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବର୍ଦ୍ଧିତ କରୋନା ମାମଲାକୁ ଦୃଷ୍ଟିରେ ରଖି ଝାଡ଼ଖଣ୍ଡରେ ପୁଣି ଥରେ ସ୍କୁଲ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି। ଏପ୍ରିଲ ୭ ତଥା ବୁଧବାର ଠାରୁ ରାଜ୍ୟରେ ସମସ୍ତ ସ୍କୁଲକୁ ବନ୍ଦ ରଖାଯାଇଛି। ଏଥିସହ ଏପ୍ରିଲ ୩୦ ଯାଏଁ ରାତି ୮ଟା ପରେ ସମସ୍ତ ଦୋକାନ ଓ ରେଷ୍ଟୁରାଣ୍ଟକୁ ମଧ୍ୟ ବନ୍ଦ କରିବାକୁ ନିର୍ଣ୍ଣୟ ନିଆଯାଇଛି। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଅଧ୍ୟକ୍ଷତାରେ ବସିଥିବା ଏକ ଉଚ୍ଚସ୍ତରୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ତେବେ ଏହାଦ୍ୱାରା ବିଭିନ୍ନ ସ୍ଥାନରେ ହେବାକୁ ଥିବା ପରୀକ୍ଷାରେ କୌଣସି ବାଧା ଉପୁଜିବ ନାହିଁ ଏବଂ ନିର୍ଦ୍ଧାରିତ ସମୟରେ ହିଁ ପରୀକ୍ଷା ଆୟୋଜିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ଦଶମ ଓ ଦ୍ୱାଦଶ ଶ୍ରେଣୀର ପିଲାଙ୍କ ପରୀକ୍ଷା ଅଫଲାଇନ୍‌ରେ ହେବ। ସୂଚନା ମୁତାବକ ବର୍ତ୍ତମାନ ସୁବେରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ପିଲାଙ୍କ ପ୍ରାକ୍ଟିକାଲ ପରୀକ୍ଷା ଚାଲୁଛି ଯାହା ଏପ୍ରିଲ ୨୭ରେ ଶେଷ ହୋଇଯିବ। ସେହିପରି ସେମାନଙ୍କ ବୋର୍ଡ ପରୀକ୍ଷା ମେ୪ରୁ ଆରମ୍ଭ ହୋଇ ମେ୨୧ ଯାଏଁ ଚାଲିବ। ଏହି ସମୟରେ କରୋନା ପାଇଁ ଜାରି ହୋଇଥିବା ସମସ୍ତ ନିୟମକୁ କଡ଼ାକଡ଼ି ପାଳନ କରାଯିବ ବୋଲି ନିର୍ଦ୍ଦେଶ ରହିଛି। ଅନ୍ୟପଟେ ଦଶମ ଓ ଦ୍ୱାଦଶକୁ ଛାଡ଼ିଦେଲେ ଅନ୍ୟ ଶ୍ରେଣୀର ପିଲାମାନେ ଅନ୍‌ଲାଇନ୍‌ରେ ପାଠ ପଢ଼ିବେ ଏବଂ ପାଠପଢ଼ା ପାଇଁ ସେମାନଙ୍କୁ ଡିଜିଟାଲର ସମସ୍ତ ସାମଗ୍ରୀ ପ୍ରଦାନ କରାଯିବ। ଏଥିସହ ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri