ପୁଣି ରାଜ୍ୟରେ ବନ୍ଦ ହେଲା ସ୍କୁଲ

ରାଞ୍ଚି,୭।୪: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବର୍ଦ୍ଧିତ କରୋନା ମାମଲାକୁ ଦୃଷ୍ଟିରେ ରଖି ଝାଡ଼ଖଣ୍ଡରେ ପୁଣି ଥରେ ସ୍କୁଲ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି। ଏପ୍ରିଲ ୭ ତଥା ବୁଧବାର ଠାରୁ ରାଜ୍ୟରେ ସମସ୍ତ ସ୍କୁଲକୁ ବନ୍ଦ ରଖାଯାଇଛି। ଏଥିସହ ଏପ୍ରିଲ ୩୦ ଯାଏଁ ରାତି ୮ଟା ପରେ ସମସ୍ତ ଦୋକାନ ଓ ରେଷ୍ଟୁରାଣ୍ଟକୁ ମଧ୍ୟ ବନ୍ଦ କରିବାକୁ ନିର୍ଣ୍ଣୟ ନିଆଯାଇଛି। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଅଧ୍ୟକ୍ଷତାରେ ବସିଥିବା ଏକ ଉଚ୍ଚସ୍ତରୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ତେବେ ଏହାଦ୍ୱାରା ବିଭିନ୍ନ ସ୍ଥାନରେ ହେବାକୁ ଥିବା ପରୀକ୍ଷାରେ କୌଣସି ବାଧା ଉପୁଜିବ ନାହିଁ ଏବଂ ନିର୍ଦ୍ଧାରିତ ସମୟରେ ହିଁ ପରୀକ୍ଷା ଆୟୋଜିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ଦଶମ ଓ ଦ୍ୱାଦଶ ଶ୍ରେଣୀର ପିଲାଙ୍କ ପରୀକ୍ଷା ଅଫଲାଇନ୍‌ରେ ହେବ। ସୂଚନା ମୁତାବକ ବର୍ତ୍ତମାନ ସୁବେରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ପିଲାଙ୍କ ପ୍ରାକ୍ଟିକାଲ ପରୀକ୍ଷା ଚାଲୁଛି ଯାହା ଏପ୍ରିଲ ୨୭ରେ ଶେଷ ହୋଇଯିବ। ସେହିପରି ସେମାନଙ୍କ ବୋର୍ଡ ପରୀକ୍ଷା ମେ୪ରୁ ଆରମ୍ଭ ହୋଇ ମେ୨୧ ଯାଏଁ ଚାଲିବ। ଏହି ସମୟରେ କରୋନା ପାଇଁ ଜାରି ହୋଇଥିବା ସମସ୍ତ ନିୟମକୁ କଡ଼ାକଡ଼ି ପାଳନ କରାଯିବ ବୋଲି ନିର୍ଦ୍ଦେଶ ରହିଛି। ଅନ୍ୟପଟେ ଦଶମ ଓ ଦ୍ୱାଦଶକୁ ଛାଡ଼ିଦେଲେ ଅନ୍ୟ ଶ୍ରେଣୀର ପିଲାମାନେ ଅନ୍‌ଲାଇନ୍‌ରେ ପାଠ ପଢ଼ିବେ ଏବଂ ପାଠପଢ଼ା ପାଇଁ ସେମାନଙ୍କୁ ଡିଜିଟାଲର ସମସ୍ତ ସାମଗ୍ରୀ ପ୍ରଦାନ କରାଯିବ। ଏଥିସହ ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri