ଉତ୍ପାତ କରୁଛି ଝାଡ଼ଖଣ୍ଡୀ ଦନ୍ତା

ମୋରଡା,୧୦ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଥମିବାର ନାମ ଧରୁନାହିଁ। କେତେବେଳେ ଝାଡ଼ଖଣ୍ଡୀ ହାତୀପଲ ତ ପୁଣି କେତେବେଳେ ଶିମିଳିପାଳ ହାତୀ ପଶି ବ୍ୟାପକ ପରିମାଣର ଧାନ, ପରିବା ଏବଂ ଅନ୍ୟାନ୍ୟ ଫସଲ ନଷ୍ଟ କରୁଛନ୍ତି। ଲୋକଙ୍କ ଜୀବନ ହାନୀ ମଧ୍ୟ ଘଟାଉଛନ୍ତି। ହାତୀ ଉପଦ୍ରବ ଯୋଗୁ ଲୋକଙ୍କ ଆଖିରୁ ନିଦ ହଜିଯାଇଛି। ଶୁକ୍ରବାର ସକାଳେ ଏକ ଝାଡ଼ଖଣ୍ଡୀ ଦନ୍ତା ମୋରଡ଼ା ବ୍ଲକ ଅଞ୍ଚଳରେ ଉତ୍ପାତ ଚଳାଇଥିଲା। ଶିଳଦା ଗ୍ରାମରେ ପ୍ରବେଶ କରି ଚାଷୀଙ୍କ ପରିବା ଫସଲ ଦଳି ଚକଟି ଖାଇ ସମ୍ପୂର୍ଣ୍ଣ ରୂପେ ନଷ୍ଟ କରିଥିଲା। ଦନ୍ତା ଭୟରେ ଚିତ୍ରଡ଼ା-ରାଜଘାଟ ମୁଖ୍ୟ ରାସ୍ତାରେ ଗାଡ଼ି ମୋଟର ଚଳାଚଳ ବନ୍ଦ ରହିଥିଲା। ଖବର ପାଇ ରାସଗୋବିନ୍ଦପୁର ରେଞ୍ଜ କର୍ମଚାରୀମାନେ ପହଞ୍ଚି ଦନ୍ତାଟିକୁ ଘଉଡ଼ାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନବନ୍ଦରରେ କେମିତି ପାଇବେ ଚାକିରି? ଜାଣନ୍ତୁ କ’ଣ ପଢ଼ିଲେ ମିଳିବ ଏହି ସୁଯୋଗ, କେତେ ପାଇବେ ଦରମା…

ନୂଆଦିଲ୍ଲୀ,୨୯ା୩: ବିମାନବନ୍ଦରରେ ଚାକିରି ପାଇବା ଅନେକ ଯୁବତୀ ଯୁବକଙ୍କ ସ୍ବପ୍ନ। ବିମାନବନ୍ଦରରେ କାମ କଲେ ଅନେକ ସୁବିଧା ମିଳିଥାଏ। ଯେଉଁଥିରେ ଭଲ ଦରମା, ବୃତ୍ତିଗତ ପରିବେଶ, ସ୍ମାର୍ଟ…

ଏକାବେଳେ ତିନି ତିନି ଜଣଙ୍କୁ ଆକ୍ରମଣ କଲା ଭାଲୁ, ଜଣଙ୍କ ପରେ ଜଣଙ୍କୁ….

ଉଦଳା,୨୯।୩:(ସନ୍ତୋଷ କୁମାର ବାଛିନୀ): ସକାଳୁ ଶୌଚ ପାଇଁ  ଯାଇଥିଲେ, ହେଲେ ଅଚାନକ ଆକ୍ରମଣ କଲା ଭାଲୁ। ଭାଲୁ ଆକ୍ରମଣରେ ୩ ଗୁରୁତର ହୋଇଛନ୍ତି॥ କପ୍ତିପଦା ବନାଞ୍ଚଳ ତାଳଗଡି…

ସକାଳୁ ସକାଳୁ ଭଞ୍ଜନଗରରେ ଘଟିଛି ଏମିତି କିଛି ଅଘଟଣ: ଜଣଙ୍କୁ ହାଣିଲେ, ଆଉ ଜଣଙ୍କୁ…

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ କୋକଲବା ନିକଟରେ ଜଣେ ଯୁବକଙ୍କୁ ରବିବାର ପ୍ରତ୍ୟୁଷରେ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି

ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ…

ଓକିଲ ସଂଘ ନିର୍ବାଚନ: ସଭାପତି ହେଲେ ନିର୍ବାଚନ କେଶରୀ ଭୋଇ…

ଜି.ଉଦୟଗିରି,୨୯।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): ସ୍ଥାନୀୟ ଜେଏମଏଫସି କୋର୍ଟ ପରିସରରେ ଶନିବାର ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଛି। ଆଇନଜୀବୀ ରାମାରାଓ ନାୟକ…

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri