ଭୟରେ ଝାରମୁଣ୍ଡାବାସୀ; ବିପଦପୂର୍ଣ୍ଣ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ସୁରକ୍ଷା ବାଡ଼…

ରିଷିଡା,୭।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଝାରମୁଣ୍ଡା ଗ୍ରାମରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଭୟ ଦେଖାଦେଇଛି । ଟ୍ରାନ୍ସଫର୍ମରଟି ଅସୁରକ୍ଷିତ ଭାବେ ରହିଥିବା ସହ ଏହାର ଚାରିପାଖରେ ସୁରକ୍ଷା ବ୍ୟବସ୍ଥା ଅଭାବ ଥିବା ଅଭିଯୋଗ ହୋଇଛି। ଫଳରେ ଯେକୌଣସି ସମୟରେ ଅଘଟଣ ଘଟିବାର ଆଶଙ୍କା ରହିଛି।

ଏହି ଟ୍ରାନ୍ସଫର୍ମର ରାସ୍ତା କଡରେ ଥିବାବେଳେ ଏହି ରାସ୍ତା ଦେଇ ପ୍ରତିଦିନ ଯାନବାହାନ ଓ ଲୋକେ ଯାତାୟାତ କରିଥାନ୍ତି । ବିଦ୍ୟୁତ୍‌ ବିଭାଗ ପକ୍ଷରୁ ତୁରନ୍ତ ଟ୍ରାନ୍ସଫର୍ମରଟିର ମରାମତି କିମ୍ବା ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ସହ ସୁରକ୍ଷା ବାଡ଼ ନିର୍ମାଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ।

 

Dharitri – Odisha’s No.1 Odia Daily

Share