ବିଜୟ ମୁକୁଟ ପିନ୍ଧିଲେ ଦୀପାଳି

ଝାରସୁଗୁଡ଼ା ଅଫିସ, ୧୩।୫: ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନରେ ବିଜୟ ମୁକୁଟ ପିନ୍ଧିଲେ ଦୀପାଳି ଦାସ। ବିପୁଳ ସଂଖ୍ୟାର ଭୋଟରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ବିଜୟ ହାସଲ କରିଛନ୍ତି। ସେ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କୁ ୪୮ ହଜାର ୭୨୧ ଭୋଟ୍‌ରେ ହରାଇଛନ୍ତି। ଗଣତି ଆରମ୍ଭରୁ ସମସ୍ତ ରାଉଣ୍ଡରେ ବିଜେଡି ଆଗରେ ରହିଥିଲା। ୧୯ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ଦୀପାଳି ଦାସ ୧,୦୭,୦୦୩ ଇଭିଏମ୍‌ ଭୋଟ୍‌ ଏବଂ ୧୯୫ ଖଣ୍ଡ ପୋଷ୍ଟାଲ ଭୋଟ୍‌ ମିଶାଇ ମୋଟ୍‌ ୧,୦୭,୧୯୮ ଖଣ୍ଡ ଭୋଟ୍‌ ପାଇଥିବାବେଳେ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ୫୮,୩୮୪ ଇଭିଏମ୍‌ ଭୋଟ୍‌ ଏବଂ ୯୩ ଖଣ୍ଡ ପୋଷ୍ଟାଲ ଭୋଟ୍‌ ମିଶାଇ ମୋଟ୍‌ ୫୮,୪୭୭ ଖଣ୍ଡ ଭୋଟ୍‌ ପାଇଛନ୍ତି।

ସେହିପରି କଂଗ୍ରେସ ୪ ହଜାର ୪୯୬ ଖଣ୍ଡ ଭୋଟ ପାଇଛି। ସେଥି ମଧ୍ୟରୁ ୪୪୭୩ଟି ଇଭିଏମ୍‌ ଏବଂ ୨୩ ଖଣ୍ଡ ପୋଷ୍ଟାଲ ଭୋଟ୍‌ ମିଳିଛି। ୨୦୧୯ ନିର୍ବାଚନ ତୁଳନାରେ ବିଜୁ ଜନତା ଦଳ ଅଧିକ ଭୋଟ୍‌ ବ୍ୟବଧାନରେ ବିଜୟ ହାସଲ କରିଛି ।

ସୂଚନାଯୋଗ୍ୟ, ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗତ ଜାନୁୟାରୀ ୨୯ରେ ବ୍ରଜରାଜନଗରରେ ଗୁଳି କରି ହତ୍ୟାକରାଯାଇଥିଲା। ସେବେଠାରୁ ଝାରସୁଗୁଡ଼ା ବିଧାନସଭା ଆସନ ଖାଲି ପଡ଼ିଥିଲା ୨୦୧୯ ନିବାଚନରେ ଦୀପାଳିଙ୍କ ବାପା ତଥା ନବ କିଶୋର ଦାସ ଏହି ଆସନରେ ୪୫ ହଜାରରୁ ଅଧିକ ଭୋଟରେ ଭାଜପା ପ୍ରାର୍ଥୀ ଦୀନେଶ କୁମାର ଜୈନଙ୍କୁ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri