ନିକ୍ତିମାଲ ହିଂସାକୁ ନେଇ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହେଲା ବିଜେଡି

ଭୁବନେଶ୍ୱର,୫ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରଚାର ଜୋରସୋରରେ ଚାଲିଥିବା ବେଳେ ଲୋକଙ୍କ ସମର୍ଥନ ପାଉ ନ ଥିବାରୁ ହତାଶ ଓ ଉତକ୍ଷିପ୍ତ ହୋଇ ଭାଜପା ନେତାମାନେ ଗୁଣ୍ଡାଗର୍ଦ୍ଦି କରିବା ସହ ଭୋଟରଙ୍କୁ ଧମକଚମକ ଦେଉଛନ୍ତି। ବୁଧବାର ସନ୍ଧ୍ୟାରେ ଝାରସୁଗୁଡ଼ା ଜିଲା ଲଇକେରା ଥାନା ଅନ୍ତର୍ଗତ ନିକ୍ତିମାଲ ଅଞ୍ଚଳରେ ଭାଜପା ବିଧାୟକ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ, ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ଓ ତାଙ୍କ ସମର୍ଥକମାନେ ବିଜେଡି କର୍ମୀଙ୍କ ଉପରେ ଆକ୍ରମଣ କରିଥିବା ବିଜେଡି ଅଭିଯୋଗ କରିଛି। ଗୁରୁବାର ଏ ନେଇ ବିଜେଡିର ଏକ ପ୍ରତିନିଧି ଦଳ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ।
ଘଟଣା ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ବିଜେଡି ମୁଖପାତ୍ର ଗୌତମ ବୁଦ୍ଧ ଦାସ କହିଛନ୍ତି, ବୁଧବାର ସାରେ ବିଜେଡି କର୍ମୀମାନେ ଘରକୁ ଘର ବୁଲି ପ୍ରଚାର କରୁଥିବାବେଳେ ଭାଜପାର ଏହି ନେତା ଓ ତାଙ୍କ ସମର୍ଥକମାନେ ସେଠାରେ ପହଞ୍ଚି ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ଧମକଚମକ ଦେଇଥିଲେ । ଏପରିକି ଟଙ୍କଧର ତ୍ରିପାଠୀ ଓ କୁସୁମ ଟେଟେ ଦିଲ୍ଲୀପ ପ୍ରଧାନ ନାମକ ଜଣେ ବିଜେଡି କର୍ମୀଙ୍କୁ ଜାତିଆଣ ଆକ୍ଷେପ କରି ଧମକ ଦେବା ସହ ତାଙ୍କ ଗୋଡ଼ରେ ଗାଡ଼ି ଚଢ଼ାଇ ଦେଇଥିବା ଥାନାରେ ଅଭିଯୋଗ ହୋଇଛି। ଭାଜପା ନେତା ଓ କର୍ମୀଙ୍କ ଏପରି ଗୁଣ୍ଡାଗର୍ଦ୍ଦିକୁ ବିରୋଧ କରି ଗାଁ ଲୋକମାନେ ଏକଜୁଟ ହେବାରୁ ସେମାନେ ସେଠାରୁ ପଳାଇ ଆସିଥିଲେ। ମାତ୍ର ସେମାନଙ୍କ ଇସାରାରେ ଏହାର କିଛି ସମୟ ପରେ ପୁନର୍ବାର ୪୦/୫୦ ଜଣ ଭାଜପା କର୍ମୀ ଗାଁରେ ପହଞ୍ଚି ବିଜେଡି ସମର୍ଥକମାନଙ୍କୁ ଧମକ ଚମକ ଦେବା ସହ ଠେଙ୍ଗାରେ ଆକ୍ରମଣ କରିଥିଲେ ଏବଂ ଟେକା ପଥର ଫିଙ୍ଗିଥିଲେ। ଆଗକୁ କେହି ବିଜେଡି ପାଇଁ ପ୍ରଚାର କଲେ ଜୀବନରୁ ମାରି ଦେବାକୁ ଧମକ ଦେଇଥିଲେ । ଏହା ଫଳରେ କାଲିଠାରୁ ନିକ୍ତିମାଲରେ ଭୟର ବାତାବରଣ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri