ନିକ୍ତିମାଲ ହିଂସାକୁ ନେଇ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହେଲା ବିଜେଡି

ଭୁବନେଶ୍ୱର,୫ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରଚାର ଜୋରସୋରରେ ଚାଲିଥିବା ବେଳେ ଲୋକଙ୍କ ସମର୍ଥନ ପାଉ ନ ଥିବାରୁ ହତାଶ ଓ ଉତକ୍ଷିପ୍ତ ହୋଇ ଭାଜପା ନେତାମାନେ ଗୁଣ୍ଡାଗର୍ଦ୍ଦି କରିବା ସହ ଭୋଟରଙ୍କୁ ଧମକଚମକ ଦେଉଛନ୍ତି। ବୁଧବାର ସନ୍ଧ୍ୟାରେ ଝାରସୁଗୁଡ଼ା ଜିଲା ଲଇକେରା ଥାନା ଅନ୍ତର୍ଗତ ନିକ୍ତିମାଲ ଅଞ୍ଚଳରେ ଭାଜପା ବିଧାୟକ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ, ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ଓ ତାଙ୍କ ସମର୍ଥକମାନେ ବିଜେଡି କର୍ମୀଙ୍କ ଉପରେ ଆକ୍ରମଣ କରିଥିବା ବିଜେଡି ଅଭିଯୋଗ କରିଛି। ଗୁରୁବାର ଏ ନେଇ ବିଜେଡିର ଏକ ପ୍ରତିନିଧି ଦଳ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ।
ଘଟଣା ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ବିଜେଡି ମୁଖପାତ୍ର ଗୌତମ ବୁଦ୍ଧ ଦାସ କହିଛନ୍ତି, ବୁଧବାର ସାରେ ବିଜେଡି କର୍ମୀମାନେ ଘରକୁ ଘର ବୁଲି ପ୍ରଚାର କରୁଥିବାବେଳେ ଭାଜପାର ଏହି ନେତା ଓ ତାଙ୍କ ସମର୍ଥକମାନେ ସେଠାରେ ପହଞ୍ଚି ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ଧମକଚମକ ଦେଇଥିଲେ । ଏପରିକି ଟଙ୍କଧର ତ୍ରିପାଠୀ ଓ କୁସୁମ ଟେଟେ ଦିଲ୍ଲୀପ ପ୍ରଧାନ ନାମକ ଜଣେ ବିଜେଡି କର୍ମୀଙ୍କୁ ଜାତିଆଣ ଆକ୍ଷେପ କରି ଧମକ ଦେବା ସହ ତାଙ୍କ ଗୋଡ଼ରେ ଗାଡ଼ି ଚଢ଼ାଇ ଦେଇଥିବା ଥାନାରେ ଅଭିଯୋଗ ହୋଇଛି। ଭାଜପା ନେତା ଓ କର୍ମୀଙ୍କ ଏପରି ଗୁଣ୍ଡାଗର୍ଦ୍ଦିକୁ ବିରୋଧ କରି ଗାଁ ଲୋକମାନେ ଏକଜୁଟ ହେବାରୁ ସେମାନେ ସେଠାରୁ ପଳାଇ ଆସିଥିଲେ। ମାତ୍ର ସେମାନଙ୍କ ଇସାରାରେ ଏହାର କିଛି ସମୟ ପରେ ପୁନର୍ବାର ୪୦/୫୦ ଜଣ ଭାଜପା କର୍ମୀ ଗାଁରେ ପହଞ୍ଚି ବିଜେଡି ସମର୍ଥକମାନଙ୍କୁ ଧମକ ଚମକ ଦେବା ସହ ଠେଙ୍ଗାରେ ଆକ୍ରମଣ କରିଥିଲେ ଏବଂ ଟେକା ପଥର ଫିଙ୍ଗିଥିଲେ। ଆଗକୁ କେହି ବିଜେଡି ପାଇଁ ପ୍ରଚାର କଲେ ଜୀବନରୁ ମାରି ଦେବାକୁ ଧମକ ଦେଇଥିଲେ । ଏହା ଫଳରେ କାଲିଠାରୁ ନିକ୍ତିମାଲରେ ଭୟର ବାତାବରଣ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନବୀନ, ଶାହା, ରାହୁଲଙ୍କ ପ୍ରଚାରକୁ ନଜର

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ଦେଶରେ ୭ଟି ପର୍ଯ୍ୟାୟ ମଧ୍ୟରୁ ଆସନ୍ତା ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ୍‌ ହେବ। ଯଦିଓ ରାଜ୍ୟର ୩ ପ୍ରମୁଖ ଦଳ...

ନିର୍ବାଚନରୁ ଓହରିଲେ ବିରଞ୍ଚତ୍

ଭୁବନେଶ୍ୱର, ୨୩।୪ (ବନ୍ଦନା ସେଠୀ):ନିର୍ବାଚନ ମଇଦାନରୁ ଓହରିଲେ ବିଜୁ ଜନତା ଦଳର କାର୍ଯ୍ୟକାରୀ ସଭାପତି ବିରଞ୍ଚତ୍ ମହାସୁପକାର ଓରଫ ଲିଟୁ। ଏବେ ସେ ଦଳ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri