ଝାରସୁଗୁଡ଼ା ଉପନିର୍ବାଚନ ଫଳାଫଳ ଆଜି

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଶନିବାର ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏଥିପାଇଁ ତ୍ରି-ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଶୁକ୍ରବାର ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି, ଝାରସୁଗୁଡ଼ାସ୍ଥିତ ଇଞ୍ଜିନିୟରିଂ କଲେଜରେ ଭୋଟ ଗଣନା କେନ୍ଦ୍ର କରାଯାଇଛି। ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହେବ। ଏଥିଲାଗି ୧୪ଟି କାଉଣ୍ଟିଂ ଟେବୁଲ ବ୍ୟବସ୍ଥା ହୋଇଛି। ଆଉ ଗୋଟିଏ କାଉଣ୍ଟିଂ ଟେବୁଲରେ ପୋଷ୍ଟାଲ ବାଲଟ ଗଣନା ହେବ। ୨୫୩ ବୁଥ୍‌ ଥିବାରୁ ୧୯ ରାଉଣ୍ଡ ଗଣନା ହେବ। ପ୍ରଥମେ ପୋଷ୍ଟାଲ ବାଲଟ ଗଣନା ହେବ। ସେହିପରି ୮ଟା ୩୦ରୁ ଇଭିଏମ୍‌ ଗଣନା ଆରମ୍ଭ ହେବ। ମତ ଗଣନାକୁ ତଦାରଖ କରିବା ଲାଗି ସେଣ୍ଟ୍ରାଲ ଅବ୍‌ଜରଭର ଉପସ୍ଥିତ ରହିବେ। ପ୍ରତ୍ୟେକ ଟେବୁଲରେ ଜଣେ ଲେଖାଏ କାଉଣ୍ଟିଂ ସୁପରଭାଇଜର, ଜଣେ ସହାୟକ ରହିବେ। ଏଥିସହ ଜଣେ ମାଇକ୍ରୋ ଅବ୍‌ଜରଭର ରହିବେ। ପ୍ରତ୍ୟେକ ଟେବୁଲରେ ପ୍ରାର୍ଥୀ ତାଙ୍କର ଏଜେଣ୍ଟ ଦେଇପାରିବେ। ସେହିପରି ପ୍ରାର୍ଥୀ କିମ୍ବା ତାଙ୍କ ଏଜେଣ୍ଟ କାଉଣ୍ଟିଂ ସେଣ୍ଟରରେ ଉପସ୍ଥିତ ରହିପାରିବେ। ସାଧାରଣ ଲୋକ ସିଧାସଳଖ ଫଳାଫଳ ଜାଣିପାରିବେ। ସେହିପରି www.result.eci.gov.inକୁ ଲଗ୍‌ଇନ କରି ପ୍ରତ୍ୟେକ ରାଉଣ୍ଡର ଫଳାଫଳ ଜାଣି ହେବ। ଭୋଟ ଗଣତି କେନ୍ଦ୍ରର ଚାରିପାଖରେ ସମ୍ଭାବ୍ୟ ଜନଗହଳିକୁ ଦୃଷ୍ଟିରେ ରଖି ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମେ’ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହୋଇଥିଲା। ନିର୍ବାଚନ ମଇଦାନରେ ମୋଟ ୯ ଜଣ ପ୍ରାର୍ଥୀ ରହିଥିବାବେଳେ ୩ ପ୍ରମୁଖ ଦଳ ବିଜେଡିର ଦୀପାଳି ଦାସ, ଭାଜପାର ଟଙ୍କଧର ତ୍ରିପାଠୀ ଓ କଂଗ୍ରେସର ତରୁଣ ପାଣ୍ଡେଙ୍କ ମଧ୍ୟରେ ଟକ୍କର ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri